ଜଗା ଦର୍ଶନ କରି ଘରକୁ ଫେରିବା ବେଳେ ଓଲଟିଲା କାର୍‌, ଜଣଙ୍କ ଜୀବନ ଗଲା, ୪ ଗୁରୁତର

ଖଲ୍ଲିକୋଟ,୧୭ା୭(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ନାରାୟଣୀ ଛକରେ ଗୁରୁବାର ଭୋର୍‌ରୁ ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୪ ଜଣ ଆହତ ହୋଇଥିବା ଜଣାପଡ଼ିଛି।
ସୂଚନାନୁଯାୟୀ,ବ୍ରହ୍ମପୁର ଆଙ୍କୁଲି ଅଞ୍ଚଳରୁ ପରିବାର ର ୧୨ ଜଣ ସଦସ୍ୟ ଏକ ଟ୍ରାଭେରା ଗାଡ଼ି ନମ୍ବର ଓଡି ୦୭ ଏନ ୭୮୯୬ ଯୋଗେ ଘଟଗାଁ ତାରିଣୀ ଦର୍ଶନ କରିବାକୁ ଯାଇଥିଲେ। ଗାଡ଼ିରେ ଡ୍ରାଇଭରଙ୍କୁ ମିଶାଇ ମୋଟ୍‌ ୧୩ ଜଣ ଥିଲେ, ଯେଉଁଥିରେ ୫ ନାବାଳିକା ବି ଥିଲେ। ସେମାନେ ଘଟଗାଁରେ ମା’ ତାରିଣୀଙ୍କ ଦର୍ଶନ ସାରି ଜଗା ଦର୍ଶନ ପାଇଁ ପୁରୀ ଯାଇଥିଲେ। ପୁରୀରୁ ବ୍ରହ୍ମପୁର ଫେରିବା ବେଳେ ଖଲ୍ଲିକୋଟ ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ନାରାୟଣୀ ଛକଠାରେ ଗାଡ଼ିଟି ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଏମିତି କି ରାସ୍ତା ଉପରେ ଗାଡ଼ିଟି ୪ ପଲଟି ମାରିଥିବା ପ୍ରତ୍ୟକ୍ଷଦର୍ଶୀ କହିଛନ୍ତି। ଫଳରେ ଦୁର୍ଘଟଣାସ୍ଥଳରେ ହିଁ ଜଣକ ମୃତ୍ୟୁ ଘଟିଥିଲା। ତାଙ୍କ ନାମ ନାରସିମ ରେଡ୍ଡୀ ବୋଲି ଜଣାପଡ଼ିଛି। ଅନ୍ୟ ସମସ୍ତେ ଆହତ ହୋଇଥିଲେ। ତୁରନ୍ତ ସେମାନଙ୍କୁ ଚିକିତ୍ସା ପାଇଁ ୧୦୮ ଆମ୍ବୁଲାନ୍ସ ଯୋଗେ ଖଲ୍ଲିକୋଟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଅଣାଯାଇଥିଲା। ଏଠାରେ ପ୍ରାଥମିକ ଚିକିତ୍ସା କରାଯାଇଥିଲା। ତେବେ ୨ ଜଣ ନାବାଳିକା ଓ ଜଣେ ପୁରୁଷ, ଜଣେ ମହିଳାଙ୍କ ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଖଣ୍ଡାଦେଉଳି ଅଞ୍ଚଳରେ ଶୋକର ଛାୟା, ୪ ଥର ସରପଞ୍ଚ ହୋଇଥିଲେ କମ୍ରେଡ ଲିଙ୍ଗରାଜ

ଗଞ୍ଜାମ,୫।୮(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଖଣ୍ଡାଦେଉଳି ପଂଚାୟତର ପୂର୍ବତନ ସରପଞ୍ଚ ତଥା ବରିଷ୍ଠ ସିପିଏମ ନେତା କମ୍ରେଡ ଲିଙ୍ଗରାଜ ପଲେଇଙ୍କ ଦେହାନ୍ତ ହୋଇଛି ।…

ଚିଲିକାରୁ ୧୦୦ ଏକର ବେଆଇନ ଘେରି ଉଚ୍ଛେଦ

କୃଷ୍ଣପ୍ରସାଦ,୫।୮ (କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ କୃଷ୍ଣପ୍ରସାଦ ତହସିଲ ଅଧୀନ ଚିଲିକା ହ୍ରଦରୁ ବେଆଇନ ଘେରି ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଛି। ତହସିଲ ପ୍ରଶାସନ…

ସ୍କୁଲରୁ ଫେରୁଥିବା ବେଳେ ଶିକ୍ଷକଙ୍କୁ ଧକ୍କା ଦେଲା ଟ୍ରେନ, ବାଇକ ସହ….

କୋରାପୁଟ,୫।୮(ଅମିତାଭ ବେହେରା): କୋରାପୁଟ ଷ୍ଟେସନ ନିକଟ ଶୁକୁ ବ୍ରିଜଠାରେ ବୁଧବାର ଏକ ଦୁଃଖଦ ଘଟଣା ଘଟିଯାଇଛି । ମାଲବାହୀ ଟ୍ରେନ ଧକ୍କାରେ ଜଣେ ଶିକ୍ଷକଙ୍କ ଜୀବନ ଚାଲିଯାଇଛି…

ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ମହିଳାଙ୍କ ତୀବ୍ର ବିରୋଧ, ଉତ୍ତେଜନା ଦେଖାଦେବାରୁ…

ପାଟଣା,୫ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ଧନୁର୍ଜୟପୁର ଜଙ୍ଗଲ ଅଞ୍ଚଳରେ ରେଙ୍ଗାଳବେଡ଼ା ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ବୁଧବାର ଶତାଧିକ…

୫ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ୫ ଗିରଫ ସହ ପାଖରୁ ମିଳିଲା ଏହି…

ଭଞ୍ଜନଗର,୫ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସକୁ ନିଶା କାରବାର ବିରୋଧୀ ଅଭିଯାନରେ ବୁଧବାର ପୁଣି ଏକ ସଫଳତା ମିଳିଛି। ମଙ୍ଗଳବାର ପୋଲିସ ପାଟ୍ରୋଲିଂ ସମୟରେ ବୁଦୁଲି…

ଓ୍ବାର୍ନିଂ ଜାରି କଲା ପାଣିପାଗ ବିଭାଗ, ୪୮ ଘଣ୍ଟାରେ ଏହି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର,୫।୮: ମୌସୁମୀ ସକ୍ରିୟ ରହିଥିବା ବେଳେ ସାରା ରାଜ୍ୟରେ ବର୍ଷା ଜାରି ରହିଛି । ସେ ଆସନ୍ତା ୪୮ ଘଣ୍ଟା ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି…

ପାଠ୍ୟପୁସ୍ତକ ତ୍ରୁଟି ଘଟଣା; ମନୋଜ ପାଢ଼ୀଙ୍କୁ ଜାମିନ, କୋର୍ଟ ରଖିଲେ ଏହି ସର୍ତ୍ତ

କଟକ,୫।୮(ପ୍ରଭୁକଲ୍ୟାଣ ପାଲ୍): ସ୍କୁଲ ପାଠ୍ୟ ପୁସ୍ତକ ତ୍ରୁଟି ମାମଲାରେ ଏସସିଇଆରଟିର ପୂର୍ବତନ ନିର୍ଦ୍ଦେଶକ ମନୋଜ ପାଢ଼ୀଙ୍କୁ ସର୍ତ୍ତ ମୂଳକ ଜାମିନ ପ୍ରଦାନ କରାଯାଇଛି । କଟକ ସ୍ୱତନ୍ତ୍ର…

ବିଭିନ୍ନ ସରକାରୀ ଅନୁଷ୍ଠାନକୁ ଅଚାନକ ଗସ୍ତ କଲେ ଜିଲାପାଳ, କାର୍ଯ୍ୟପ୍ରଣାଳୀ ଅନୁଧ୍ୟାନ କରି…

ନବରଙ୍ଗପୁର,୫ା୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାପାଳ ଡ. ମହେଶ୍ୱର ସ୍ବାଇଁ ବୁଧବାର ନନ୍ଦାହାଣ୍ଡି ବ୍ଲକ ଅନ୍ତର୍ଗତ ନନ୍ଦାହାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର (CHC), ନିସ୍ନାହାଣ୍ଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri