ଶୋଇଥିବାବେଳେ ଜଳିଗଲା କାର୍‌, ଦୁଇଟି ବାଇକ, ସ୍କୁଟି

ରାଉରକେଲା ଅଫିସ, ୩୦।୧୨: ମଙ୍ଗଳବାର ବିଳମ୍ବିତ ରାତିରେ ରାଉରକେଲାର ବାସନ୍ତୀ କଲୋନି ଏଲ-୫୭(ଫେଜ -୧) ଘରେ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ କାର, ଦୁଇଟି ମୋଟର ବାଇକ, ସ୍କୁଟି, ସାଇକେଲ ସମେତ ଅନ୍ୟାନ୍ୟ ଆସବାବପତ୍ର ଜଳି ଯାଇଛି। ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିବାରୁ ପାଖ ପଡୋଶୀ ଘର ଅଳ୍ପକେ ବର୍ତ୍ତି ଯାଇଛି। ଘରେ ଥିବା ଦୁଇ ପରିବାରର କେହି ହତାହତ ହୋଇନାହାନ୍ତି। ବାସନ୍ତୀ କଲୋନି ଏଲ-୫୭ରେ ବ୍ୟବସାୟୀ ଦେବବ୍ରତ ମହାପାତ୍ର ପରିବାର ସହ ରହନ୍ତି। ତଳ ମହଲାକୁ ଜଣଙ୍କୁ ଭଡା ଦେଇଥିଲେ, ନିଜେ ଉପର ମହଲାରେ ପରିବାର ସହ ରହୁଥିଲେ। ପରିବାର ସମ୍ପର୍କୀୟଙ୍କ ଘରକୁ ଯାଇଥିବାରୁ ଦେବବ୍ରତ ଏକାକୀ ରହୁଥିଲେ। ବିଳମ୍ବିତ ରାତିରେ କାର ଗ୍ୟାରେଜରୁ ଧୂଆଁ ବାହାରୁଥିବା ଦେଖି ତଳ ମହଲାରେ ରହୁଥିବା ଭଡା ଘର ଲୋକେ ବାହାରି ଆସି ପାଟି କରିଥିଲେ। ସେତେବେଳକୁ ନିଆଁ ଦୁଇ ମହଲା ଘରକୁ ବ୍ୟାପି ଯାଇଥିଲା। ଧୂଆଁ ଏତେ ପ୍ରଖର ଥିଲା ଯେ ଉପର ମହଲାରେ ରହୁଥିବା ଦେବବ୍ରତ ବାହାରି ନ ପାରି ଫସି ରହିଥିଲେ। ଅଗ୍ନିଶମ କର୍ମଚାରୀ ପହଞ୍ଚି ଦେବବ୍ରତଙ୍କୁ ଉଦ୍ଧାର କରିଥିଲେ। କାର୍‌ର ସଟ ସର୍କିଟରୁ ଅଗ୍ନିକାଣ୍ଡ ଘଟିଥିବା କୁହାଯାଉଛିl


Enter your email to get our daily news in your inbox.

All Right Reserved By Dharitri.Com

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ

ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...

ଲିକ୍‌ ହୋଇ ଫାଟିଲା ରନ୍ଧନ ଗ୍ୟାସ୍‌ ସିଲିଣ୍ଡର, ଘରେ ଥିଲେ…

କୋକସରା,୨୨।୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ଗ୍ରାମରେ ରନ୍ଧନ ଗ୍ୟାସ୍‌ ଲିକେଜ ହୋଇ ନିଆଁ ଲାଗି ଯିବାରୁ ୪ ଜଣ ଗୁରୁତର...

ଦିଗପହଣ୍ଡିରେ ‘ଆସ ସ୍କୁଲ ଯିବା’ ସଚେତନତା ସଭା ଅନୁଷ୍ଠିତ

ଦିଗପହଣ୍ଡି,୨୨।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ୟାପୀଠ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ‘ଆସ ସ୍କୁଲ ଯିବା’ ସଚେତନତା ସଭା ସୋମବାର...

ଟି-୨୦ ବିଶ୍ୱକପ ପାଇଁ ଚୟନ ହୋଇଥିବା ଭାରତୀୟ ଦଳ ଉପରେ ପ୍ରଶ୍ନ ଉଠାଇଲେ ୱାସିମ ଜାଫର, କହିଲେ ଇଶାନ-ୱାଶିଂଟନଙ୍କ ବଦଳରେ…

ନୂଆଦିଲ୍ଲୀ,୨୨।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱରେ ଇଶାନ କିଷାନ ଦଳକୁ ଫେରିଛନ୍ତି। ଉପ-ଅଧିନାୟକ ଶୁବମନ ଗିଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri