ଦ୍ରୁତ ଗତିରେ ଯାଉଥିଲା କାର, ସନ୍ଦେହରେ ମାଡ଼ିବସିଲା ପୋଲିସ: ମାଡିବସିଲା ୨୦ ଲକ୍ଷ ଟଙ୍କାର ଗଞ୍ଜେଇ…

ମୋହନା, ୨।୬(ମନ୍ମଥ ମିଶ୍ର): ଅଡବା ପୋଲିସକୁ ବଡ଼ ସଫଳତା । ସୋମବାର ଅଡବାରୁ ରାଇପଙ୍କାକୁ ପେଟ୍ରୋଲିଂ କରୁଥିବା ସମୟରେ ରାଇପଙ୍କା ଗାଁ ନିକଟରେ ଏକ ଦାମୀ କାର ଦ୍ରୁତ ଗତିରେ ଯାଉଥିବା ଦେଖି ପୋଲିସ ସନ୍ଦେହ କରି କାରକୁ ଅଟକାଇ ଯାଞ୍ଚ କରିଥିଲା।ଯାଞ୍ଚ ସମୟରେ କାର ଭିତରୁ ୮ଟି ଜରି ଅଖାରୁ ବିପୁଳ ପରିମାଣର ଗଞ୍ଜେଇ ଜବତ କରାଯାଇଥିଲା। ପରେ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ଏହାର ଓଜନ କରାଯାଇଥିଲା ଓ ମୋଟ ୨୦୦ କିଲୋ ଗଞ୍ଜେଇ ବାହାରିଲା।

ପୋଲିସ ସୂଚନା ଅନୁସାରେ, ଏହି ଗଞ୍ଜେଇ ଅଡବା ଅଞ୍ଚଳରୁ ଉତ୍ତର ପ୍ରଦେଶକୁ ଚୋରାଚାଲାଣ କରାଯାଉଥିଲା। ଏହି ଘଟଣାରେ ଅଡବା ଥାନାରେ କେସ୍‌ ନମ୍ବର ୧୨୦/୨୦୨୬ ରେ ମାମଲା ରୁଜୁ କରାଯାଇଛି। ପୋଲିସ ଏହି ଘଟଣାରେ ବ୍ୟବହୃତ ଦାମୀ କାର (ଓଡି ୦୨ ସି ଜେ ୫୫୯୯) ସହ ଦୁଇଟି ମୋବାଇଲ  ଜବତ କରିଛି। ଜବତ ଗଞ୍ଜେଇର ଆନୁମାନିକ ବଜାର ମୂଲ୍ୟ ପ୍ରାୟ ୨୦ ଲକ୍ଷ ଟଙ୍କା ବୋଲି ରାଉଦୟଗିରି ଏସଡିପିଓ ରାକେଶ କୁମାର ସାହୁ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ଏହି ସଂକ୍ରାନ୍ତରେ ଜଣେ ପ୍ରଭାବଶାଳୀ ବ୍ୟକ୍ତି ସହ ଅନ୍ୟ ଦୁଇଜଣଙ୍କୁ ଗିରଫ କରି ପୋଲିସ କୋର୍ଟ ଚାଲାଣ କରିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଠେଙ୍ଗାରେ ପିଟିପିଟି ବୃଦ୍ଧ ବାପାଙ୍କୁ ହତ୍ୟା: ପୁଅ-ବୋହୂ ଗିରଫ

କୁଆଁରମୁଣ୍ଡା,୨ା୯(ମହେନ୍ଦ୍ର କୁମାର ସାହୁ): ଠେଙ୍ଗାରେ ପିଟି ନିଜର ଜନ୍ମ କଲା ବୃଦ୍ଧ ବାପାଙ୍କୁ ହତ୍ୟା କରାଯାଇଛି। ଏଭଳି ହତ୍ୟାକାଣ୍ଡ କରିଛନ୍ତି ପୁଅ ଓ ବୋହୂ। ଏହି ଘଟଣା…

MKCG ପ୍ରଥମ ବର୍ଷ ଡାକ୍ତରୀ ଛାତ୍ର ନିଖୋଜ, ରେଲ୍‌ୱେ ଷ୍ଟେଶନରୁ ମିଳିଲା ମୋବାଇଲ

ବ୍ରହ୍ମପୁର,୨।୯(ସୁବାସ ଚନ୍ଦ୍ର ପାଢ଼ୀ) : ମହାରାଜା କୃଷ୍ଣଚନ୍ଦ୍ର ଗଜପତି (ଏମକେସିଜି) ଭେଷଜ ମହାବିଦ୍ୟାଳୟର ଜଣେ ଛାତ୍ର ନିଖୋଜ ନେଇ ବୈଦ୍ୟନାଥପୁର ଥାନାରେ ଅଭିଯୋଗ ହୋଇଛି। ସୂଚନା କ୍ରମେ…

ସ୍ତ୍ରୀର ପରକୀୟା ପ୍ରୀତି ଉପରେ ନଜର ରଖିବା ପଡ଼ିଲା ମହଙ୍ଗା: ଟୁଥବ୍ରଶ୍‌ରୁ ସନ୍ଦେହ କରି ଫସିଲେ ସ୍ୱାମୀ, କୋର୍ଟ କହିଲେ…

ନୂଆଦିଲ୍ଲୀ,୨।୯: ପତ୍ନୀଙ୍କ ପରକୀୟା ସମ୍ପର୍କ ଉପରେ ସନ୍ଦେହ ଉପୁଜିବା ପରେ ଆରମ୍ଭ ହେଲା ବିବାଦ । ସନ୍ଦେହ ଦୂର କରିବା ପାଇଁ ସ୍ୱାମୀ ଏମିତି ଏକ ପଦକ୍ଷେପ…

ଗାଧୋଇବା ସମୟରେ ନଦୀରେ ଭାସି ଜଣେ ନିଖୋଜ

ଗୁଣପୁର,୨ା୯(ସୁଜାତା ପାଢ଼ୀ): ଗାଧୋଇବା ସମୟରେ ନଦୀରେ ଭାସିଯାଇ ଜଣେ ନିଖୋଜ ହୋଇଥିବା ଜଣାପଡ଼ିଛି। ଘଟଣାଟି ଘଟିଛି ଗୁଣପୁର ବଂଶଧାରା ନଦୀରେ। ନିଖୋଜ ଜଣେ ବ୍ୟକ୍ତି ଓ ତାଙ୍କ…

ସାବଧାନ! UPI ଓ QR କୋଡ୍‌ ବ୍ୟବହାରକାରୀ ତୁରନ୍ତୁ କରନ୍ତୁ ଏହି କାମ, ୧୫ ସେପ୍ଟେମ୍ୱର ଡେଡ୍‌ଲାଇନ

ନୂଆଦିଲ୍ଲୀ,୨।୯: ଯଦି ଆପଣ ଜଣେ ଛୋଟ ବ୍ୟବସାୟୀ (ମର୍ଚାଣ୍ଟ) ଏବଂ QR କୋଡ କିମ୍ୱା UPI ମାଧ୍ୟମରେ ଡିଜିଟାଲ ପେମେଣ୍ଟ ଗ୍ରହଣ କରୁଛନ୍ତି, ତେବେ ଆପଣଙ୍କ ପାଇଁ…

ସ୍କୁଲରେ ବାଜିବ ବେଲ, ହେଲେ ଆଉ ବଜାଇବେନି ସନ୍ତୋଷ

ଭଞ୍ଜନଗର,୨।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଲାଲସିଂସ୍ଥିତ କାହ୍ନୁ ରାଉତ ଉଚ୍ଚ ବିଦ୍ୟାଳୟର ପିଅନ ସନ୍ତୋଷ ଗୌଡ଼ (୫୮)ଙ୍କ ବୁଧବାର ଅକାଳ ବିୟୋଗରେ ବିଦ୍ୟାଳୟ…

ଭାରତର ଏହି ବଜାରରେ ବିକ୍ରି ହେଉଛି ଅଜଗର ଅଣ୍ଡା, ଦାମ୍‌ ଜାଣିଲେ…

ଭାରତର ଉତ୍ତର-ପୂର୍ବ ରାଜ୍ୟଗୁଡ଼ିକ ସେମାନଙ୍କର ଅନନ୍ୟ ଖାଦ୍ୟ ପାଇଁ ସାରା ଦେଶରେ ଜଣାଶୁଣା। ନାଗାଲାଣ୍ଡ, ମଣିପୁର, ମିଜୋରାମ ଏବଂ ଅରୁଣାଚଳ ପ୍ରଦେଶର ଲୋକମାନେ ମାଛ, ମାଂସ ବ୍ୟତୀତ…

ସମସ୍ତଙ୍କ ହୃଦୟ ଜିଣିଲେ ସୋନୁ ସୁଦ: କାଠମାଣ୍ଡୁରେ ପହଞ୍ଚି…

କାଠମାଣ୍ଡୁ,୨।୯:ନେପାଳରେ ଭୟଙ୍କର ବନ୍ୟା ଶହ ଶହ ଲୋକଙ୍କ ଜୀବନକୁ ଭାଙ୍ଗି ଦେଇଛି। ଘରଗୁଡ଼ିକ ବାଲି ପରି ଭାସି ଯାଇଛି ଏବଂ ଶହ ଶହ ଲୋକ ପ୍ରାଣ ହରାଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri