Posted inଜାତୀୟ

କୁକୁରକୁ ମାରିବା ନେଇ ୨ ଯୁବକଙ୍କ ନାଁରେ ମାମଲା

ଉଡୁପି, ୨୯ା୧: କୁକୁରକୁ ନିର୍ମମ ଭାବେ ହତ୍ୟା କରିବା ନେଇ ଶନିବାର କର୍ନାଟକ ଉଡୁପି ପୋଲିସ ଦୁଇ ଯୁବକଙ୍କ ବିରୋଧରେ ମାମଲା ରୁଜୁ କରିଛି। ବଣ୍ଟାକାଲସ୍ଥିତ ଶ୍ରୀ ମାଧଓ୍ବା ଭଡିରାଜା ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ଟେକ୍ନୋଲୋଜି ଆଣ୍ଡ ମ୍ୟାନେଜମେଣ୍ଟ କଲେଜ ପରିସରରେ କୁକୁରକୁ ହତ୍ୟା କରାଯାଇଥିବା ପୋଲିସ କହିଛି। ସେହି କଲେଜର ଜଣେ ଛାତ୍ର କୁକୁର ସହ ଖେଳୁଥିବା ଦେଖି ଅଭିଯୁକ୍ତ ଓ୍ବାର୍ଡେନ୍‌ ନାଗାରାଜ ଏବଂ ରାଜେଶ ଜାଣିଶୁଣି କୁକୁରଙ୍କୁ ହତ୍ୟା କରିଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଥିବା ପୋଲିସ ସୂଚନା ଦେଇଛି।

ମାଧବରାଜ ଆନିମଲ କେୟାର ଟ୍ରଷ୍ଟର ସଦସ୍ୟ ବବିତା ମାଧବରାଜଙ୍କ ସୂଚନାନୁସାରେ, ନାଗାରାଜ ଏବଂ ରାଜେଶ କୁକୁରକୁ ପ୍ରଥମେ ଏକ ବସ୍ତାରେ ପୂରାଇ ବାନ୍ଧି ଦେଇଥିଲେ। ଏହାପରେ ଦୁହେଁ କୁକୁରଟିର ମୃତ୍ୟୁ ପର୍ଯ୍ୟନ୍ତ ତାକୁ ନିର୍ଦ୍ଦୟ ଭାବେ ପିଟିଥିଲେ। କଲେଜ ଗାଡ଼ିରେ ମଲାକୁକୁରକୁ ନେଇ ଦୁହେଁ କୌଣସିଆଡ଼େ ଫୋପାଡ଼ି ଦେଇଥିଲେ। ତେବେ ଏ ଘଟଣାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏ ଘଟଣା ନେଇ ମଞ୍ଜୁଳା କାରକେରା ଶିରଭା ଥାନାରେ ପ୍ରଥମେ ଅଭିଯୋଗ କରିବା ପରେ ପୋଲିସ ପକ୍ଷରୁ ଏ ସଂକ୍ରାନ୍ତରେ ମାମଲା ରୁଜୁ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟାଟା-ଏର୍ନାକୁଲମ୍‌ ଏକ୍ସପ୍ରେସ୍‌ରେ ହଠାତ୍‌ ଲାଗିଲା ନିଆଁ: ଜଳିଗଲା ୨ ବଗି

ଅମରାବତୀ,୨୯ା୧୨: ସୋମବାର ଆନ୍ଧ୍ରପ୍ରଦେଶର ୟେଲାମାଞ୍ଚିଲିରେ ଏକ ବଡ଼ ରେଳ ଦୁର୍ଘଟଣା ଘଟିଛି। ଟାଟା-ଏର୍ନାକୁଲମ ଏକ୍ସପ୍ରେସ୍‌ର B1 ଏବଂ M2 ବଗିରେ ହଠାତ୍‌ ନିଆଁ ଲାଗିଗଲା। ଅଗ୍ନିକାଣ୍ଡ...

ହନିମୁନ୍‌ ଅଧାରୁ ଫେରି ଆତ୍ମହତ୍ୟା କଲେ ନବଦମ୍ପତି: କାରଣ ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ…

ବେଙ୍ଗାଲୁରୁ,୨୯ା୧୨:ବେଙ୍ଗାଲୁରୁର ଏକ ନବଦମ୍ପତି ପରସ୍ପରଠାରୁ ୧,୦୦୦ କି.ମି. ଦୂରରେ ଆତ୍ମହତ୍ୟା କରିଛନ୍ତି। ଗତ ଅକ୍ଟୋବର ୨୯ରେ ସୂରଜ ଶିବାନ୍ନା(୩୬) ବେଙ୍ଗାଲୁରୁରେ ଗାନ୍‌ଭିଙ୍କୁ ବିବାହ କରିଥିଲେ। ଗତ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

୨୦୨୫ରେ ବଦଳିଲା ଚାକିରିର ରୂପରେଖ: ଜାଣନ୍ତୁ କେଉଁ କ୍ୟାରିୟରକୁ ଅଧିକ ବାଛିଲେ ଜେନ ଜି?

ନୂଆଦିଲ୍ଲୀ,୨୮ା୧୨: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ପ୍ରଭାବ ଏବଂ ଅର୍ଥନୈତିକ ଅସ୍ଥିରତା ଯୋଗୁଁ ୨୦୨୫ ମସିହାରେ ନୂତନ ଗ୍ରାଜୁଏଟମାନେ ନିଜର କର୍ମକ୍ଷେତ୍ର ବାଛିବା ଶୈଳୀରେ ବ୍ୟାପକ...

ପ୍ରଧାନମନ୍ତ୍ରୀଙ୍କ ‘ମନ୍‌ କି ବାତ୍‌’ରେ ପାର୍ବତୀ ଗିରିଙ୍କୁ ପ୍ରଶଂସା ସହ ବଖାଣିଲେ ୨୦୨୫ର ଏସବୁ ସଫଳତା

ନୂଆଦିଲ୍ଲୀ,୨୮ା୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୧୨୯ ତମ ‘ମନ କି ବାତ୍‌’ କାର୍ଯ୍ୟକ୍ରମରେ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି। ୨୦୨୫ର ଅନେକ ସଫଳତା ବିଷୟରେ କହିଛନ୍ତି ପ୍ରଧାନମନ୍ତ୍ରୀ।...

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

୧୫ ଘଣ୍ଟା କାମ ପରେ ମିଳିଲା ୭୬୩ ଟଙ୍କା, ଡେଲିଭରି ବୟଙ୍କୁ ଘରକୁ ଡାକି ଏମିତି କଲେ ରାଘବ ଚଢା, ସମସ୍ତେ କରୁଛନ୍ତି ପ୍ରଶଂସା

ନୂଆଦିଲ୍ଲୀ,୨୭।୧୨: ନିକଟରେ, ଜଣେ ଡେଲିଭରି ବୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏକ ଛୋଟ ଭିଡିଓରେ, ଯୁବକ ଜଣକ ତାଙ୍କର ଦୈନନ୍ଦିନ କାର୍ଯ୍ୟସୂଚୀ...

ଅଲ୍ଲୁ-ଅର୍ଜୁନଙ୍କ ବିରୋଧରେ ଚାର୍ଜଶିଟ୍‌ ଦାଖଲ କଲା ପୋଲିସ, କାରଣ ଜାଣିଲେ…

ମୁମ୍ବାଇ,୨୭ା୧୨: ଅଭିନେତା ଅଲ୍ଲୁ-ଅର୍ଜୁନଙ୍କ ନାମରେ ଚାର୍ଜଶିଟ୍‌ ଦାଖଲ କରିଛି ପୋଲିସ। ଉକ୍ତ ଚାର୍ଜଶିଟ୍‌ରେ ଅଲ୍ଲୁ-ଅର୍ଜୁନଙ୍କ ସମେତ ୨୩ ଅଭିଯୁକ୍ତଙ୍କ ନାଁ ରହିଛି। ହାଇଦ୍ରାବାଦ ସନ୍ଧ୍ୟା ଥିଏଟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri