ବିଧାୟକ ବଦ୍ରିନାରାୟଣ ପାତ୍ରଙ୍କ ବିରୋଧରେ ଏତଲା

କେନ୍ଦୁଝର,୧୨ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଘଷିପୁରା ବିଜେଡି ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ବଦ୍ରିନାରାୟଣ ପାତ୍ରଙ୍କ ବିରୋଧରେ ଶନିବାର ଟାଉନ ଥାନାରେ ଭିନ୍ନସକ୍ଷମ ସାଥୀଭରସା ସଂଘ ପକ୍ଷରୁ ଲିଖିତ ଏତଲା କରାଯାଇଛି। ଦିବ୍ୟାଙ୍ଗମାନଙ୍କୁ କଟୁ ଭାଷା ପ୍ରୟୋଗ ସହ ବିଧାୟକ ଥଟ୍ଟା ପରିହାସ କରିଥିବା ନେଇ ଏଭଳି ଅଭିଯୋଗ ହୋଇଥିବା ଜଣାପଡ଼ିଛି।

ବଦ୍ରିନାରାୟଣ ଗଣମାଧ୍ୟମ ସମ୍ମୁଖରେ ଦିବ୍ୟାଙ୍ଗମାନଙ୍କୁ ଥଟ୍ଟା ପରିହାସ କରିବା ଏପରିକି ଛୋଟା, କେମ୍ପା ଶବ୍ଦ ପ୍ରୟୋଗ କରିଥିବା ଏତଲାରେ ଦର୍ଶାଇଯାଇଛି। ଜଣେ ବିଧାୟକ ହୋଇ ଏଭଳି ପରିହାସ କିପରି କଲେ ଏବଂ ତାଙ୍କଠାରୁ ଅନ୍ୟମାନେ ଶିଖି ପରିହାସ କରିବେ। ତାହା ଅତ୍ୟନ୍ତ କଷ୍ଟଦାୟକ ବୋଲି ଅଭିଯୋଗକାରୀ ଦିବ୍ୟାଙ୍ଗ ସଂଘ, କେନ୍ଦୁଝରର ସାଧାରଣ ସଂପାଦକ ଅଭୟ କୁମାର ଜେନା କହିଛନ୍ତି। ଏଭଳି ବିଧାୟକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସେ ମୁଖ୍ୟମନ୍ତ୍ରୀଙ୍କୁ ମଧ୍ୟ ଅନୁରୋଧ କରିବା ସହ ଏନେଇ ଭିନ୍ନକ୍ଷମ କମିଶନ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରିଛନ୍ତି। ଏହି ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଥିବାରୁ ଏନେଇ ତୁରନ୍ତ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସେମାନେ ନିବେଦନ କରିଛନ୍ତି। ନଚେତ ସେମାନଙ୍କ ସଂଘର ଡାକରାରେ ରାଜ୍ୟବ୍ୟାପୀ ଆନ୍ଦୋଳନକୁ ଓହ୍ଲାଇବା ପାଇଁ ସେମାନେ ଚେତାବନୀ ଦେଇଛନ୍ତି। ଏନେଇ ଟାଉନ ଥାନା ଅଧିକାରୀ ସୁନିଲ କର କହିଛନ୍ତି, ଅଭିଯୋଗ ମିଳିଛି। ତଦନ୍ତ ପରେ ପଦକ୍ଷେପ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା

ଥୁଆମୂଳ ରାମପୁର, ୨୮ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ତାଲବନ୍ଦ ପଡ଼ାରେ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ବା ଘଣ୍ଟ ଯାତ୍ରାର…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ଖଳିଆପାଲି ଛକ ବୁଲାଣିରେ କେମିକାଲ ବୋଝେଇ ଟ୍ୟାଙ୍କର ଲିକେଜ, ଲୋକେ ଭୟଭୀତ…

ଜୁନାଗଡ଼,୨୮।୩(ସୁନୀଲ କୁମାର ସିଂହ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଖଳିଆପାଲି ଛକ ବୁଲାଣି ଠାରେ ଶନିବାର ସନ୍ଧ୍ୟାରେ ଏକ କେମିକାଲ ବୋଝେଇ ଟ୍ୟାଙ୍କରରୁ ହଟାତ ଗ୍ୟାସ ଲିକେଜ ହୋଇଥିଲା।…

ଶୈବପୀଠ ନିକଟରେ ଅଘଟଣ, ବଜ୍ରପାତରେ ଚାଲିଗଲା ଯୁବତୀଙ୍କ ଜୀବନ, ହଠାତ ଘରୁ…

ଦିଗପହଣ୍ଡି, ୨୮।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଚାଞ୍ଚଡାପଲ୍ଲୀ ଗ୍ରାମର ଜଣେ ଯୁବତୀଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ମୃତ ଯୁବତୀଜଣକ ହେଲେ…

ସରିଲା ଛତ୍ରପୁର ଓକିଲ ସଂଘର ନିର୍ବାଚନ: ଏଲ. ଗୋପାଳ ସଭାପତି ଏବଂ ସମ୍ପାଦକ ହେଲେ…

ଛତ୍ରପୁର,୨୮।୩(ଦିଲ୍ଲୀପ ସାମଲ): ଛତ୍ରପୁର ଓକିଲ ସଂଘର ବିଭିନ୍ନ କର୍ମକର୍ତ୍ତା ନିମନ୍ତେ ଶନିବାର ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି । ସଂଘର ବିଭିନ୍ନ ପଦ ପଦବୀ ନିମନ୍ତେ ନିର୍ବାଚନ ନିମନ୍ତେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri