ସିବିଆଇ ତଦନ୍ତ ଦାବିରେ ହାଇକୋର୍ଟରେ ମାମଲା

କଟକ ଅଫିସ,୧୯।୮: ମାନବପ୍ରେମୀ ଆଦିତ୍ୟ ଦାସ ମୃତ୍ୟୁ ସମେତ ଓଡ଼ିଶାର ବିଭିନ୍ନ ଜିଲାରେ ଘଟିଥିବା ଚର୍ଚ୍ଚିତ ୧୨ଟି ହତ୍ୟା ଘଟଣାର ସିବିଆଇ ତଦନ୍ତ ଦାବିରେ ହାଇକୋର୍ଟରେ ଜନସ୍ବାର୍ଥ ମାମଲା ଦାଏର ହୋଇଛି। ଏଥିରେ ସିବିଆଇ, ମୁଖ୍ୟ ଶାସନ ସଚିବ, ଗୃହ ସଚିବ, ପୋଲିସ ମହାନିର୍ଦ୍ଦେଶକ, କ୍ରାଇମବ୍ରାଞ୍ଚ ମୁଖ୍ୟ, କଟକ ଗ୍ରାମାଞ୍ଚଳ ଏସ୍‌ପି, ଜଗତ୍‌ସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା ଓ ବୌଦ୍ଧ ଏସ୍‌ପି, ଭୁବନେଶ୍ୱର ଡିସିପିଙ୍କ ସମେତ କୁଜଙ୍ଗ, ମାହାଙ୍ଗା, ପାଟକୁରା, ବିଞ୍ଝାରପୁର, ଖଣ୍ଡଗିରି, କଣ୍ଟାମାଳ, ରାଜକନିକା, ମାର୍ଶାଘାଇ ଓ କେନ୍ଦ୍ରାପଡ଼ା ଥାନା ଅଧିକାରୀଙ୍କୁ ପକ୍ଷଭୁକ୍ତ କରାଯାଇଛି।
ଆବେଦନକାରୀ ଭାରତୀୟ ବିକାଶ ପରିଷଦର ରାଜ୍ୟ ସଭାପତି ସୁରେନ୍ଦ୍ର ପାଣିଗ୍ରାହୀ ପିଟିଶନରେ ଦର୍ଶାଇଛନ୍ତି, ଉପରୋକ୍ତ ଘଟଣାଗୁଡିକରେ ପୋଲିସ ଅଭିଯୁକ୍ତମାନଙ୍କୁ ଜାଣିଶୁଣି ଗିରଫ କରି ନ ଥିବାବେଳେ ମାମଲା ରଫାଦଫା କରି ଫାଇନାଲ୍‌ ରିପୋର୍ଟ ବିଭିନ୍ନ ଜିଲାର ଏସ୍‌ଡିଜେଏମ୍‌ କୋର୍ଟରେ ଦାଖଲ କରିଛି। ଏହିପରି ଅନେକ କେସ୍‌ ଲୋକଲୋଚନକୁ ଆସିପାରୁନାହିଁ। ହତ୍ୟାର ଶିକାର ହୋଇଥିବା ସମସ୍ତ ପରିବାରବର୍ଗଙ୍କଠାରୁ ଆବଶ୍ୟକ ତଥ୍ୟ ଯୋଗାଡ଼ କରି ପାଣିଗ୍ରାହୀ ଏହି ଜନସ୍ବାର୍ଥ ମାମଲା ଦାଏର କରିଛନ୍ତି। ପ୍ରତ୍ୟେକ ମାମଲାରେ ପ୍ରଭାବଶାଳୀ ଲୋକମାନେ ଜଡିତ ଅଛନ୍ତି। ତେଣୁ ସମସ୍ତ ମାମଲାର ତଦନ୍ତ ସିବିଆଇ ମାଧ୍ୟମରେ କରିବା ପାଇଁ ଆବେଦନକାରୀ ହାଇକୋର୍ଟଙ୍କୁ ନିବେଦନ କରିଛନ୍ତି। ଆଇନଜୀବୀ ସୁବ୍ରତ କୁମାର ନାୟକ ମାମଲା ପରିଚାଳନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩ ବର୍ଷ ପରେ ଖୋଲିଲା ପୋଲ, ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

କୋରାପୁଟ,୨ା୪(ଅମିତାଭ ବେହେରା): ଦୀର୍ଘ ୩ ବର୍ଷ ୭ ମାସର ପ୍ରତୀକ୍ଷା ପରେ ବୁଧବାର ଏନ୍‌ଏଚ୍‌-୩୨୬ର ବଙ୍ଗଳାଗୁଡା ପୋଲରେ ଯାତାୟାତ ସୱାଭାବିକ ହୋଇଛି। ବଙ୍ଗଳାଗୁଡ଼ା ନିକଟରେ ଚବେରୀ ନଦୀ…

ଚାଲିଥିଲା ଗ୍ରାମସଭା: ଗୁପ୍ତାଙ୍ଗ ଦେଖାଇଲେ ଯୁବକ, ଆଉ ତା’ ପରେ ଘଟିଲା…

ନିରାକାରପୁର,୨ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଇଲାକାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଗାଁର ସଭା ଚାଲିଥିବା ବେଳେ ଗ୍ରାମର ଜଣେ ଯୁବକ…

ଆଜିଠୁ କଟିବ ଚାଲାଣ: ହୋଇଯାନ୍ତୁ ସାବଧାନ

କଟକ,୨।୪(କାର୍ତ୍ତିକ ସାହୁ):ମୋଟର ଯାନ ଆଇନ ଅନୁଯାୟୀ ଯାନର ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର (ପିୟୁସିସି) ନ ଥିଲେ ଏପ୍ରିଲ ୨ରୁ ଚାଲାଣ କଟିବ। ଏ ବାବଦରେ ମୋଟରଯାନ ବ୍ୟବହାରକାରୀମାନେ…

ଶେଷରେ ଏମିତି କହିଦେଲେ ନିଶିକାନ୍ତ ଦୁବେ: ଯଦି ବାଧିଥାଏ…

ଭୁବନେଶ୍ୱର, ୨।୪(ସୁନିତ୍‌ ମିଶ୍ର):ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ବାବଦରେ ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ବିବାଦୀୟ ବୟାନକୁ ନେଇ ରାଜନୀତି ଥମିବାର ନାଁ ଧରୁନାହିଁ। ସବୁଆଡୁ…

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri