ସିବିଆଇ ତଦନ୍ତ ଦାବିରେ ହାଇକୋର୍ଟରେ ମାମଲା

କଟକ ଅଫିସ,୧୯।୮: ମାନବପ୍ରେମୀ ଆଦିତ୍ୟ ଦାସ ମୃତ୍ୟୁ ସମେତ ଓଡ଼ିଶାର ବିଭିନ୍ନ ଜିଲାରେ ଘଟିଥିବା ଚର୍ଚ୍ଚିତ ୧୨ଟି ହତ୍ୟା ଘଟଣାର ସିବିଆଇ ତଦନ୍ତ ଦାବିରେ ହାଇକୋର୍ଟରେ ଜନସ୍ବାର୍ଥ ମାମଲା ଦାଏର ହୋଇଛି। ଏଥିରେ ସିବିଆଇ, ମୁଖ୍ୟ ଶାସନ ସଚିବ, ଗୃହ ସଚିବ, ପୋଲିସ ମହାନିର୍ଦ୍ଦେଶକ, କ୍ରାଇମବ୍ରାଞ୍ଚ ମୁଖ୍ୟ, କଟକ ଗ୍ରାମାଞ୍ଚଳ ଏସ୍‌ପି, ଜଗତ୍‌ସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା ଓ ବୌଦ୍ଧ ଏସ୍‌ପି, ଭୁବନେଶ୍ୱର ଡିସିପିଙ୍କ ସମେତ କୁଜଙ୍ଗ, ମାହାଙ୍ଗା, ପାଟକୁରା, ବିଞ୍ଝାରପୁର, ଖଣ୍ଡଗିରି, କଣ୍ଟାମାଳ, ରାଜକନିକା, ମାର୍ଶାଘାଇ ଓ କେନ୍ଦ୍ରାପଡ଼ା ଥାନା ଅଧିକାରୀଙ୍କୁ ପକ୍ଷଭୁକ୍ତ କରାଯାଇଛି।
ଆବେଦନକାରୀ ଭାରତୀୟ ବିକାଶ ପରିଷଦର ରାଜ୍ୟ ସଭାପତି ସୁରେନ୍ଦ୍ର ପାଣିଗ୍ରାହୀ ପିଟିଶନରେ ଦର୍ଶାଇଛନ୍ତି, ଉପରୋକ୍ତ ଘଟଣାଗୁଡିକରେ ପୋଲିସ ଅଭିଯୁକ୍ତମାନଙ୍କୁ ଜାଣିଶୁଣି ଗିରଫ କରି ନ ଥିବାବେଳେ ମାମଲା ରଫାଦଫା କରି ଫାଇନାଲ୍‌ ରିପୋର୍ଟ ବିଭିନ୍ନ ଜିଲାର ଏସ୍‌ଡିଜେଏମ୍‌ କୋର୍ଟରେ ଦାଖଲ କରିଛି। ଏହିପରି ଅନେକ କେସ୍‌ ଲୋକଲୋଚନକୁ ଆସିପାରୁନାହିଁ। ହତ୍ୟାର ଶିକାର ହୋଇଥିବା ସମସ୍ତ ପରିବାରବର୍ଗଙ୍କଠାରୁ ଆବଶ୍ୟକ ତଥ୍ୟ ଯୋଗାଡ଼ କରି ପାଣିଗ୍ରାହୀ ଏହି ଜନସ୍ବାର୍ଥ ମାମଲା ଦାଏର କରିଛନ୍ତି। ପ୍ରତ୍ୟେକ ମାମଲାରେ ପ୍ରଭାବଶାଳୀ ଲୋକମାନେ ଜଡିତ ଅଛନ୍ତି। ତେଣୁ ସମସ୍ତ ମାମଲାର ତଦନ୍ତ ସିବିଆଇ ମାଧ୍ୟମରେ କରିବା ପାଇଁ ଆବେଦନକାରୀ ହାଇକୋର୍ଟଙ୍କୁ ନିବେଦନ କରିଛନ୍ତି। ଆଇନଜୀବୀ ସୁବ୍ରତ କୁମାର ନାୟକ ମାମଲା ପରିଚାଳନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ବାର୍‌ରେ ବନ୍ଧୁକଧାରୀଙ୍କ ଗୁଳିମାଡ଼

ଜୋହାନ୍ସବର୍ଗ,୨୧ା୧୨: ଦକ୍ଷିଣ ଆଫ୍ରିକାର ଏକ ବାର୍‌ରେ ଗୁଳିକାଣ୍ଡ ଘଟି ୯ ଜଣଙ୍କ ମୃତ୍ୟୁ ହେବା ସହ ଅନ୍ୟ ୧୦ ଜଣ ଆହତ ହୋଇଛନ୍ତି। ଜୋହାନ୍ସବର୍ଗଠାରୁ ପଶ୍ଚିମରେ...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

ଆଶେସ ଟାଇଟଲ ବଜାୟ ରଖିଲା ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୧ା୧୨: ସ୍ଥାନୀୟ ଆଡିଲେଡ୍‌ ଓଭାଲଠାରେ ଚାଲିଥିବା ତୃତୀୟ ଆଶେସ ଟେଷ୍ଟରେ ଇଂଲଣ୍ଡକୁ ୮୨ ରନରେ ହରାଇ ଦେଇଛି ଅଷ୍ଟ୍ରେଲିଆ। ଆଉ ଦୁଇଟି ମ୍ୟାଚ ଖେଳାଯିବାକୁ ବାକି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri