୨ ମନ୍ତ୍ରୀଙ୍କ ବିରୋଧରେ ଥାନାରେ ଏତଲା

ଭୁବନେଶ୍ୱର,୧୧। ୧୦ (ବ୍ୟୁରୋ): ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ଏବଂ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କ ବିରୋଧରେ କୋଭିଡ୍‌ ନିୟମ ଉଲ୍ଲଂଘନ ଅଭିଯୋଗ ଆଣିଛି ଶ୍ରୀଜଗନ୍ନାଥ ସେନା। ଏ ନେଇ ଶନିବାର ଶ୍ରୀଜଗନ୍ନାଥ ସେନାର ଆବାହକ ପ୍ରିୟଦର୍ଶନ ପଟ୍ଟନାୟକ ଖାରବେଳ ନଗର ଥାନାରେ ଏତଲା ଦେଇଛନ୍ତି। ଏତଲାରେ ଦର୍ଶାଯାଇଛି ଯେ, ମନ୍ତ୍ରୀ ପାଣିଗ୍ରାହୀ ଓ ମନ୍ତ୍ରୀ ଦାଶ କରୋନା ପଜିଟିଭ ଥାଇ ଗତ ୪ତାରିଖରେ ପିପିଲି ବିଧାୟକ ସ୍ବର୍ଗତ ପ୍ରଦୀପ ମହାରଥୀଙ୍କ ସରକାରୀ ବାସଭବନକୁ ଯାଇ ମରଶରୀରରେ ପୁଷ୍ପମାଲ୍ୟ ପ୍ରଦାନ କରିଥିଲେ। ତେଣୁ ଦୁହେଁ କୋଭିଡ୍‌ ନିୟମ ଉଲ୍ଲଂଘନ କରିଥିବାରୁ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବାକୁ ପଟ୍ଟନାୟକ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଲଡ଼ରଙ୍କୁ ୨୦ ଲକ୍ଷ ଦାଦାବଟି ମାଗିବା ମାମଲା :ପୂର୍ବତନ ମେୟର ପିଣ୍ଟୁ ନିର୍ଦ୍ଦୋଷ

ବ୍ରହ୍ମପୁର ଅଫିସ,୧ା୧୦-ବ୍ରହ୍ମପୁର ମଣ୍ଡଳ କାରାଗାରରେ ଥିବା ବିଏମ୍‌ସିର ପୂର୍ବତନ ମେୟର ଶିବ ଶଙ୍କର ଦାସ ଓରଫ ପିଣ୍ଟୁଙ୍କୁ ସୋମବାର କଡା ସୁରକ୍ଷାରେ ଅଣାଯାଇ କୋର୍ଟରେ ହାଜର...

ପାକିସ୍ତାନ ସେନା ମୁଖପାତ୍ରଙ୍କ ଟୁଇଟ୍‌କୁ ଓଡ଼ିଆ ନେତାଙ୍କ ସମାଲୋଚନା

ଭୁବନେଶ୍ୱର,୨୭।୧୨(ବ୍ୟୁରୋ): ଖ୍ରୀଷ୍ଟମାସ ଶୁଭେଚ୍ଛା ଜଣାଇବା ବାହାନାରେ ପାକିସ୍ତାନ ସେନା ମୁଖପାତ୍ର ତଥା ମେଜର ଜେନେରାଲ ଆସିଫ ଗଫୁର ଓଡିଶାକୁ ବୁଧବାର ଟାର୍ଗେଟ କରିଥିଲେ। ସେ ହିନ୍ଦୁତ୍ୱ...

ରଣପୁର ପଞ୍ଚାୟତ ସମିତି ବୈଠକରେ ଉତ୍ତେଜନା

ରଣପୁର,୨୧।୧୨(ସ୍ବ.ପ୍ର.)-ରଣପୁର ପଞ୍ଚାୟତ ସମିତି ବୈଠକ ସ୍ଥାନୀୟ ସମ୍ମିଳନୀ କକ୍ଷରେ ଶୁକ୍ରବାର ଚେୟାରମ୍ୟାନ ନିରୁପମା ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇ ଯାଇଛି । ସମିତି ବୈଠକ ଶାନ୍ତିଶୃଙ୍ଖଳାର...

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ: ୨୪ରୁ ବଡ଼ ବର୍ଷା, ବନ୍ୟା ଆଶଙ୍କା

ଭୁବନେଶ୍ୱର,୨୩।୮(ବ୍ୟୁରୋ): ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ଦାନା ବାନ୍ଧୁଛି। ଆସନ୍ତା ୨୪ରେ ଏହା ଲଘୁଚାପରେ ପରିଣତ ହେବା ଯୋଗୁ ୨୭ ତାରିଖ ଯାଏ ଉପକୂଳ...

୩୮ ମତ୍ସ୍ୟଜୀବୀ ଚେନ୍ନାଇରୁ ସମୁଦ୍ର ପଥରେ ଫେରିବା ଘଟଣା: ତଦନ୍ତ ନିର୍ଦ୍ଦେଶ ଦେଲେ ପରିବହନ ମନ୍ତ୍ରୀ

ଭୁବନେଶ୍ୱର,୨୭।୪(ବ୍ୟୁରୋ): କରୋନା(କୋଭିଡ-୧୯) ଲକ୍‌ଡାଉନ ଯୋଗୁ ଅନ୍ୟ ରାଜ୍ୟରେ ଫସି ରହିଥିବା ଶ୍ରମିକମାନେ ଅତିଷ୍ଠ ହୋଇପଡ଼ିଲେଣି। ରିଲିଫ କ୍ୟାମ୍ପରେ ସେମାନଙ୍କୁ ଉପଯୁକ୍ତ ଖାଦ୍ୟ ଓ ଚିକିତ୍ସା ସୁବିଧା...

ଅକ୍ଟୋବର ୧୦ ସୁଦ୍ଧା ସିବିଏସ୍‌ଇ ଦ୍ୱାଦଶ କମ୍ପାର୍ଟମେଣ୍ଟ ରେଜଲ୍ଟ

ଭୁବନେଶ୍ୱର,୨୫ା୯(ବ୍ୟୁରୋ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଦ୍ୱାରା ପରିଚାଳିତ ଦ୍ୱାଦଶ କମ୍ପାର୍ଟମେଣ୍ଟ ପରୀକ୍ଷାଫଳ ଅକ୍ଟୋବର ୧୦ କିମ୍ବା ତା’ ପୂର୍ବରୁ ପ୍ରକାଶ ପାଇବ। ଏ...

ପୁରୀ ସହରରେ ବୁଲା କୁକରଙ୍କ ଦୌରାତ୍ମ୍ୟ: ୩୫୦ କୁକୁରଙ୍କର ହେଲା ବନ୍ଧ୍ୟାକରଣ

ପୁରୀ ଅଫିସ, ୨୩ା୧୦: ପୁରୀ ସହରରେ ବୁଲା କୁକୁରଙ୍କ ସଂଖ୍ୟା ଯଥେଷ୍ଟ ପରିମାଣରେ ବୃଦ୍ଧି ପାଉଛି। ଏଥିସହ ଏମାନଙ୍କ ଦୌରାତ୍ମ୍ୟ ମଧ୍ୟ ବଢୁଛି। ୨୦୧୨ରେ ହୋଇଥିବା...

ଘରୋଇ ସଂସ୍ଥା ହାତକୁ ଗଲା ସେସୁ

ଭୁବନେଶ୍ୱର, ୨୪ା୧୨(ବ୍ୟୁରୋ): ସେଣ୍ଟ୍ରାଲ ଇଲେକ୍ଟ୍ରିିକ ସପ୍ଲାଏ ୟୁଟିଲିଟି ଅଫ ଓଡ଼ିଶା (ସେସୁ)ର ପରିଚାଳନା ଦାୟିତ୍ୱ ଟାଟା ପାଓ୍ବାର କମ୍ପାନୀ ଲିମିଟେଡ ହାତରେ ନ୍ୟସ୍ତ କରାଯାଇଛି। ଓଡ଼ିଶା...


Coronavirus Update

Archives

Model This Week

Why Dharitri