ସିବିଆଇ ତଦନ୍ତ ଲାଗି ହାଇକୋର୍ଟରେ ମାମଲା

କଟକ ଅଫିସ୍‌, ୨୭।୧୧: ନୟାଗଡ଼ ଜିଲା ଯଦୁପୁର ଅଞ୍ଚଳର ଏକ ୫ବର୍ଷର ଶିଶୁକୁ ଅପହରଣ ପରେ ହତ୍ୟା ମାମଲାର ସିବିଆଇ ତଦନ୍ତ ଏବଂ ମୃତାଙ୍କ ପରିବାରକୁ ୫ଲକ୍ଷ ଟଙ୍କା କ୍ଷତିପୂରଣ ଦାବିରେ ହାଇକୋର୍ଟରେ ଗୁରୁବାର ଏକ ଜନସ୍ବାର୍ଥ ମାମଲା ରୁଜୁ ହୋଇଛି। ସାମାଜିକ ଅନୁଷ୍ଠାନ ‘ଭାରତ ବିକାଶ ପରିଷଦ’ ପକ୍ଷରୁ ଏହି ମାମଲା ରୁଜୁ କରାଯାଇଛି। ଏଥିରେ ରାଜ୍ୟ ସରକାର ଏବଂ ଜିଲା ପ୍ରଶାସନକୁ ପକ୍ଷଭୁକ୍ତ କରାଯାଇଛି। ପରୀ ହତ୍ୟା ଘଟଣାର ୪ମାସ ପରେ ବି ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିପାରିଲା ନାହିଁ। ଘଟଣାରେ ସମ୍ପୃକ୍ତ ବ୍ୟକ୍ତି ମନ୍ତ୍ରୀ ଅରୁଣ ସାହୁଙ୍କ ପାଖ ଲୋକ ହୋଇଥିବାରୁ ପୋଲିସ ଜାଣିଶୁଣି ଘଟଣାକୁ ଚପାଇ ଦେଉଛି। ଏପରି କି ଅଭିଯୁକ୍ତମାନେ ଗାଁରୁ ଆମକୁ ରହିବାକୁ ଦେଉ ନାହାନ୍ତି ବୋଲି ଅଭିଯୋଗ କରି ପରୀର ବାପା ଅଶୋକ ସାହୁ ଏବଂ ମା’ ସୌଦାମିନୀ ମଙ୍ଗଳବାର ବିଧାନସଭା ମୁଖ୍ୟ ଫାଟକ ସମ୍ମୁଖ ରାସ୍ତାରେ କିରୋସିନ ଢ଼ାଳି ଆତ୍ମାହୁତି ଉଦ୍ୟମ କରିଥିଲେ। ତେବେ ଉପସ୍ଥିତ ପୋଲିସ ଏହା ଦେଖି ତୁରନ୍ତ ସେମାନଙ୍କୁ କାବୁ କରିଥିଲେ। ଏହି ଘଟଣା ଜଣାପଡ଼ିବା ପରେ ଗୃହରେ ବିରୋଧୀ ଦଳ ପ୍ରବଳ ହଟ୍ଟଗୋଳ କରିଥିଲେ। ଏଥିସହ ମନ୍ତ୍ରୀ ଅରୁଣ ସାହୁଙ୍କ ତୁରନ୍ତ ଇସ୍ତଫା ଦାବି କରିଥିଲେ। ରାଜ୍ୟ ସରକାର ବୁଧବାର ଏହି ଘଟଣାର ତଦନ୍ତ ଦାୟିତ୍ୱ କ୍ରାଇମ୍‌ ବ୍ରାଞ୍ଚକୁ ଦେଇଛନ୍ତି। ହେଲେ କ୍ରାଇମବ୍ରାଞ୍ଚ ତଦନ୍ତ ବାଧାପ୍ରାପ୍ତ ହୋଇପାରେ ବୋଲି ଦର୍ଶାଇ ଆବେଦନକାରୀଙ୍କ ପକ୍ଷରୁ ସିବିଆଇ ତଦନ୍ତ ନିମନ୍ତେ ପ୍ରାର୍ଥନା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬ର ବିଜେତା ହେଲେ ଓଡ଼ିଶାର ଜ୍ୟୋତିର୍ମୟୀ ନାୟକ

ମୁମ୍ବାଇ / ଭୁବନେଶ୍ୱର: ଦେଶର ଅନ୍ୟତମ ଲୋକପ୍ରିୟ ସଙ୍ଗୀତ ଭିତ୍ତିକ ରିଆଲିଟି ସୋ’ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ (Indian Idol Season 16) ର ମୁକୁଟ ଜିତି…

ଭାରତୀୟ ମୁଦ୍ରା କଟକଣା କୋହଳ କଲା ନେପାଳ

ନୂଆଦିଲ୍ଲୀ, ୨୬।୭ : ଭାରତୀୟ ମୁଦ୍ରା ଉପରେ ଥିବା କଟକଣାକୁ କୋହଳ କରି ନେପାଳ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛି । ବର୍ତ୍ତମାନ ଭାରତୀୟ ଏବଂ…

ଅଙ୍ଗନୱାଡି କେନ୍ଦ୍ରରେ ତାଲା, ସରକାରୀ ସୁବିଧାରୁ ବଞ୍ଚିତ ହେଲେ ଶିଶୁ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ହାଲୁପାଲି ପଞ୍ଚାୟତ ଅଧୀନ ନିଲଜି ଗ୍ରାମରେ ଭୋଟର ତାଲିକା ସଘନ ସଂଶୋଧନ ବେଳେ ଉପୁଜିଥିବା ଏକ କଥାକୁ…

ଅଧରପଣା ଲାଗି, ମହାପ୍ରଭୁ ଦଧିବାମନଙ୍କ ନୀଳାଦ୍ରି ବିଜେ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଶ୍ରୀ ଶ୍ରୀ ଦଧିବାମନ ପୀଠରେ ଶ୍ରୀଶ୍ରୀ ଦଧିବାମନ ମହାପ୍ରଭୁଙ୍କ ଅଧରପଣା ନୀତି ରବିବାର ଅନୁଷ୍ଠିତ ହୋଇଯାଇଛି । ପରମ୍ପରା ଆଧାରରେ…

ବରଗଡ଼ ଏମ୍‌ପି ରଖିଲେ ବଡ଼ ଦାବି: ‘ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦିଆଯାଉ’

ବରଗଡ,୨୬।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ବୀରାଙ୍ଗନା ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଯଥୋଚିତ ଜାତୀୟ ସମ୍ମାନ ପ୍ରଦାନ ପାଇଁ ଲୋକ ସଭାରେ ବରଗଡ଼ ସାଂସଦ(ଏମ୍‌ପି) ପ୍ରଦୀପ…

ଦାଦନ ସାଜିଲା କାଳ: ବର୍ଷେ ବିତିବାକୁ ବସିଲା, ମିଳୁନି ନିଖୋଜ ଯୁବକଙ୍କ ସନ୍ଧାନ

ଥୁଆମୂଳ ରାମପୁର,୨୬।୭ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଓ ପରିବାର ପ୍ରତିପୋଷଣ ପାଇଁ କେରଳକୁ ଦାଦନ ଖଟିବାକୁ ଯାଇଥିବା ଜଣେ ନିରୀହ ଯୁବକ ନିଖୋଜ ହେବାର ବର୍ଷେ…

ଗଞ୍ଜେଇ ପରିବହନ କରିବା ପାଇଁ ବସ୍‌କୁ କରିଥିଲେ ଅପେକ୍ଷା: ମାଡିବସିଲା ପୋଲିସ, ଜଣେ ଯୁବତୀଙ୍କ ସମେତ…

ମୋହନା, ୨୬।୭( ମନ୍ମଥ ମିଶ୍ର ) : ରବିବାର ମୋହନା ଥାନା ପୋଲିସ ସ୍ଥାନୀୟ ଅଞ୍ଚଳରେ ପାଟ୍ରୋଲିଂ କରୁଥିବାବେଳେ ରାଇସିଂ ଛକ ନିକଟରେ ଦୁଇଟି ବ୍ୟାଗରେ ବେଆଇନ…

ଦୀର୍ଘ ୯ ବର୍ଷ ପରେ ପୁଣି ଗ୍ରାମରେ ପହଞ୍ଚିଲା ଖୁସି, କନ୍ଧକୂଳ ସମାଜର ପାରମ୍ପରିକ ରୀତିନୀତିରେ ଫେରିଲେ ୩ ପରିବାର

କଲ୍ୟାଣସିଂହପୁର, ୨୬।୭(ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସେରିଗୁମା ପଞ୍ଚାୟତର କଣାଗାଁରେ ଦେଖିବାକୁ ମିଳିଛି ଏକ ସାମାଜିକ ଓ ସାଂସ୍କୃତିକ ପୁର୍ନମିଳନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri