ଗର୍ଭ ନିରୋଧକ ବଟିକା ବିକ୍ରିକୁ ନେଇ ହାଇକୋର୍ଟରେ ମାମଲା

କଟକ ଅଫିସ,୫ା୫: ବିନା ଡାକ୍ତରୀ ପ୍ରେସ୍‌କ୍ରିପ୍‌ସନ୍‌ରେ ଗର୍ଭ ନିରୋଧକ ବଟିକା ବିକ୍ରି ଉପରେ କଟକଣା ଲଗାଇବାକୁ ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ଦାୟର ହୋଇଛି। ଅନିୟନ୍ତ୍ରିତ ଗର୍ଭ ନିରୋଧକ ବଟିକା ସେବନ ଦ୍ୱାରା ମହିଳାଙ୍କଠାରେ କର୍କଟ ରୋଗ ହେବାର ଆଶଙ୍କା ଥିବା ଦାବି କରି ସାମାଜିକ କର୍ମୀ ବିନ୍ଦୁଜା ଉପାଧ୍ୟାୟ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି।
ମାମଲାର ବିବରଣୀରୁ ପ୍ରକାଶ, ଗର୍ଭଧାରଣ ଏଡ଼ାଇବାକୁ ବିଭିନ୍ନ ଉପାୟ ଅବଲମ୍ବନ କରାଯାଉଛି। ହେଲେ ଏଥିପାଇଁ ବ୍ୟବହାର ହେଉଥିବା ଗର୍ଭ ନିରୋଧକ ବଟିକାରେ ନରେଥିଷ୍ଟେରନ୍‌ ନାମକ ପଦାର୍ଥ ରହୁଛି, ଯାହା ଅତ୍ୟନ୍ତ କ୍ଷତିକାରକ। ଏହି ପଦାର୍ଥ ଥିବା ଔଷଧ ଖାଇଲେ ମହିଳାଙ୍କ ଶରୀରରେ କ୍ଷରିତ ହେଉଥିବା ହରମୋନ୍‌କୁ ଅସନ୍ତୁଳିତ କରିଥାଏ। ଏଥିସହ ଶରୀର ଦୁର୍ବଳ ହେବା ସାଙ୍ଗକୁ ଅନ୍ୟ ସମସ୍ୟା ଦେଖାଦେଇଥାଏ। ଡାକ୍ତରଙ୍କ ବିନା ପରାମର୍ଶରେ ଏହି ଗର୍ଭ ନିରୋଧକ ଔଷଧ ସେବନ କରିବା ଦ୍ୱାରା ନାନା ପ୍ରକାର ପାର୍ଶ୍ୱ ପ୍ରତିକ୍ରିୟା ସୃଷ୍ଟି ହେବା ଆଶଙ୍କା ରହିଛି। ଏପରି କି ଏସବୁର ବ୍ୟବହାର ଦ୍ୱାରା ମାରାତ୍ମକ କ୍ୟାନ୍‌ସର ଭଳି ରୋଗ ସୃଷ୍ଟି ହେବାର ଆଶଙ୍କା ମଧ୍ୟ ରହୁଛି। ତେଣୁ ଏସବୁ ମେଡିସିନ୍‌ ବ୍ୟବହାର ଉପରେ କଟକଣା ଲଗାଇବାକୁ ନିୟମ କାହିଁକି କରାଯାଇନାହିଁ ସେଥିପାଇଁ କାରଣ ଦର୍ଶାଇବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେବାକୁ ନିବେଦନ କରାଯାଇଛି। ଏଥିସହ ଗର୍ଭ ନିରୋଧକ ଔଷଧର ନିୟମାନୁସାରେ ବିକ୍ରି, ଔଷଧ ସେବନ ବିଧି ଓ ବ୍ୟବହାରରେ ପାର୍ଶ୍ୱ ପ୍ରତିକ୍ରିୟା ଉପରେ ସଚେତନତା ସୃଷ୍ଟି କରାଯିବାକୁ କାର୍ଯ୍ୟକ୍ରମମାନ କରିବା ନିମନ୍ତେ ନିର୍ଦ୍ଦେଶ ଦେବାକୁ ମଧ୍ୟ ନିବେଦନ କରାଯାଇଛି। ରାଜ୍ୟ ସ୍ତରରେ ବିକ୍ରି କଟକଣା ପାଳନ କରାଯିବା ଓ ଚଢ଼ାଉ ନେଇ ନିୟମାବଳୀ ପ୍ରସ୍ତୁତ କରିବାକୁ ପିଟିଶନ୍‌ରେ ଦର୍ଶାଯାଇଛି। ରାଜ୍ୟ ସ୍ବାସ୍ଥ୍ୟ ବିଭାଗର ପ୍ରମୁଖ୍ୟ ଶାସନ ସଚିବ, ଅତିରିକ୍ତ ସଚିବ, ରାଜ୍ୟ ଡ୍ରଗ୍ସ କଣ୍ଟ୍ରୋଲର, ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ, ଜାତୀୟ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶକ, ନୂଆଦିଲ୍ଲୀ ସ୍ବାସ୍ଥ୍ୟ ମହାନିର୍ଦ୍ଦେଶକ, କୋଲକାତା ସେଣ୍ଟ୍ରାଲ ଡ୍ରଗ୍ସ ଷ୍ଟାଣ୍ଡାର୍ଡ କଣ୍ଟ୍ରୋଲ ଅର୍ଗାନାଇଜେସନର ଆସିଷ୍ଟାଣ୍ଟ ଡ୍ରଗ୍ସ କଣ୍ଟ୍ରୋଲରଙ୍କୁ ମାମଲାରେ ପକ୍ଷଭୁକ୍ତ କରାଯାଇଛି। ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ଆଫ୍ରାଜ ସୁହାଇଲ୍‌ ମାମଲା ପରିଚାଳନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁର ଏନଏସି ହେବ ମ୍ୟୁନିସିପାଲଟି, ଜିଲା  ସଦର ମହକୁମାକୁ ନୂଆବର୍ଷର ଭେଟି 

ଛତ୍ରପୁର,୨୮।୧୨: ପ୍ରଥମ ପର୍ଯ୍ୟାୟରେ ଗଞ୍ଜାମ ଜିଲାର ଭଞ୍ଜନଗର, ପୋଲସରା ଓ କବିସୂର୍ଯ୍ୟନଗର ଏନ୍‌ଏସିକୁ ମ୍ୟୁନିସିପାଲଟି ମାନ୍ୟତା ଦିଆଯାଇଥିବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଯାହାକି ଗଞ୍ଜାମ...

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri