ଗର୍ଭ ନିରୋଧକ ବଟିକା ବିକ୍ରିକୁ ନେଇ ହାଇକୋର୍ଟରେ ମାମଲା

କଟକ ଅଫିସ,୫ା୫: ବିନା ଡାକ୍ତରୀ ପ୍ରେସ୍‌କ୍ରିପ୍‌ସନ୍‌ରେ ଗର୍ଭ ନିରୋଧକ ବଟିକା ବିକ୍ରି ଉପରେ କଟକଣା ଲଗାଇବାକୁ ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ଦାୟର ହୋଇଛି। ଅନିୟନ୍ତ୍ରିତ ଗର୍ଭ ନିରୋଧକ ବଟିକା ସେବନ ଦ୍ୱାରା ମହିଳାଙ୍କଠାରେ କର୍କଟ ରୋଗ ହେବାର ଆଶଙ୍କା ଥିବା ଦାବି କରି ସାମାଜିକ କର୍ମୀ ବିନ୍ଦୁଜା ଉପାଧ୍ୟାୟ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି।
ମାମଲାର ବିବରଣୀରୁ ପ୍ରକାଶ, ଗର୍ଭଧାରଣ ଏଡ଼ାଇବାକୁ ବିଭିନ୍ନ ଉପାୟ ଅବଲମ୍ବନ କରାଯାଉଛି। ହେଲେ ଏଥିପାଇଁ ବ୍ୟବହାର ହେଉଥିବା ଗର୍ଭ ନିରୋଧକ ବଟିକାରେ ନରେଥିଷ୍ଟେରନ୍‌ ନାମକ ପଦାର୍ଥ ରହୁଛି, ଯାହା ଅତ୍ୟନ୍ତ କ୍ଷତିକାରକ। ଏହି ପଦାର୍ଥ ଥିବା ଔଷଧ ଖାଇଲେ ମହିଳାଙ୍କ ଶରୀରରେ କ୍ଷରିତ ହେଉଥିବା ହରମୋନ୍‌କୁ ଅସନ୍ତୁଳିତ କରିଥାଏ। ଏଥିସହ ଶରୀର ଦୁର୍ବଳ ହେବା ସାଙ୍ଗକୁ ଅନ୍ୟ ସମସ୍ୟା ଦେଖାଦେଇଥାଏ। ଡାକ୍ତରଙ୍କ ବିନା ପରାମର୍ଶରେ ଏହି ଗର୍ଭ ନିରୋଧକ ଔଷଧ ସେବନ କରିବା ଦ୍ୱାରା ନାନା ପ୍ରକାର ପାର୍ଶ୍ୱ ପ୍ରତିକ୍ରିୟା ସୃଷ୍ଟି ହେବା ଆଶଙ୍କା ରହିଛି। ଏପରି କି ଏସବୁର ବ୍ୟବହାର ଦ୍ୱାରା ମାରାତ୍ମକ କ୍ୟାନ୍‌ସର ଭଳି ରୋଗ ସୃଷ୍ଟି ହେବାର ଆଶଙ୍କା ମଧ୍ୟ ରହୁଛି। ତେଣୁ ଏସବୁ ମେଡିସିନ୍‌ ବ୍ୟବହାର ଉପରେ କଟକଣା ଲଗାଇବାକୁ ନିୟମ କାହିଁକି କରାଯାଇନାହିଁ ସେଥିପାଇଁ କାରଣ ଦର୍ଶାଇବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେବାକୁ ନିବେଦନ କରାଯାଇଛି। ଏଥିସହ ଗର୍ଭ ନିରୋଧକ ଔଷଧର ନିୟମାନୁସାରେ ବିକ୍ରି, ଔଷଧ ସେବନ ବିଧି ଓ ବ୍ୟବହାରରେ ପାର୍ଶ୍ୱ ପ୍ରତିକ୍ରିୟା ଉପରେ ସଚେତନତା ସୃଷ୍ଟି କରାଯିବାକୁ କାର୍ଯ୍ୟକ୍ରମମାନ କରିବା ନିମନ୍ତେ ନିର୍ଦ୍ଦେଶ ଦେବାକୁ ମଧ୍ୟ ନିବେଦନ କରାଯାଇଛି। ରାଜ୍ୟ ସ୍ତରରେ ବିକ୍ରି କଟକଣା ପାଳନ କରାଯିବା ଓ ଚଢ଼ାଉ ନେଇ ନିୟମାବଳୀ ପ୍ରସ୍ତୁତ କରିବାକୁ ପିଟିଶନ୍‌ରେ ଦର୍ଶାଯାଇଛି। ରାଜ୍ୟ ସ୍ବାସ୍ଥ୍ୟ ବିଭାଗର ପ୍ରମୁଖ୍ୟ ଶାସନ ସଚିବ, ଅତିରିକ୍ତ ସଚିବ, ରାଜ୍ୟ ଡ୍ରଗ୍ସ କଣ୍ଟ୍ରୋଲର, ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ, ଜାତୀୟ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶକ, ନୂଆଦିଲ୍ଲୀ ସ୍ବାସ୍ଥ୍ୟ ମହାନିର୍ଦ୍ଦେଶକ, କୋଲକାତା ସେଣ୍ଟ୍ରାଲ ଡ୍ରଗ୍ସ ଷ୍ଟାଣ୍ଡାର୍ଡ କଣ୍ଟ୍ରୋଲ ଅର୍ଗାନାଇଜେସନର ଆସିଷ୍ଟାଣ୍ଟ ଡ୍ରଗ୍ସ କଣ୍ଟ୍ରୋଲରଙ୍କୁ ମାମଲାରେ ପକ୍ଷଭୁକ୍ତ କରାଯାଇଛି। ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ଆଫ୍ରାଜ ସୁହାଇଲ୍‌ ମାମଲା ପରିଚାଳନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜିଆରପି ଥାନା ଦାବି କଲା ରେଳ ଉପଭୋକ୍ତା ସଂଘ

ବରଗଡ଼,୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ରେଳ ଉପଭୋକ୍ତା ସଂଘର ଏକ ପ୍ରତିନିଧି ଦଳ ଗୁରୁବାର ବରଗଡ଼ ଏସ୍‌ପି ଶ୍ରୀ ରବୀନ୍ଦ୍ର ନାଥ ଶତପଥୀଙ୍କୁ ଫେରାଦ ହୋଇଥିଲେ। ନୂତନ…

କାଠଯୋଡ଼ି ନଦୀରୁ ମୃତଦେହ ଉଦ୍ଧାର ମାମଲା: ମୃତ ଯୁବତୀ FM ମେଡିକାଲ କଲେଜ ଛାତ୍ରୀ, ଘର…

କଟକ/ବାରଙ୍ଗ,୪।୬(ପ୍ରଭୁ କଲ୍ୟାଣ ପାଲ/ ଲିଙ୍ଗରାଜ ରାଉତ): କଟକ ଜିଲା ବାରଙ୍ଗ ଥାନା ଅଧୀନ କାଠଯୋଡ଼ି ନଦୀରୁ ଗୁରୁବାର ଭୋରୁ ଜଣେ ଯୁବତୀଙ୍କ ମୃତଦେହ ମିଳିଛି। ସେ ହେଲେ…

ବୁଲା କୁକୁର ଆତଙ୍କ, ଗୋଟିଏ ଦିନରେ ୭ଜଣଙ୍କୁ କାମୁଡ଼ିଲା

ଅମ୍ବାଦଳା,୪।୬(ରବୀନ୍ଦ୍ର ପଣ୍ଡା): ରାୟଗଡ଼ା ଜିଲା ଅମ୍ବାଦଳା ଅଞ୍ଚଳରେ ବୁଲା କୁକୁର ଆତଙ୍କ ଦେଖାଦେଇଛି। ଗୁରୁବାର ଏକ ବୁଲା କୁକୁର କାମୁଡାରେ ଜଣେ ଶିଶୁଙ୍କ ସହ ମୋଟ ୭ଜଣ…

ଅଫିସରେ ଅସୁସ୍ଥତା, ଘରେ ଆଖି ବୁଜିଲେ ଜନସ୍ୱାସ୍ଥ୍ୟ ଵିଭାଗ କିରାଣୀ ଗୋପାଳ ରଥ

ବଲାଙ୍ଗୀର, ୪।୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରାଜୀବ ନଗର ନିବାସୀ ଗୋପାଳ ଚରଣ ରଥଙ୍କ ଗୁରୁବାର ପରଲୋକ ହୋଇଛି। ସେ ବଲାଙ୍ଗୀର ପିଏଚଡି ସବଡିଭିଜନ ଅଫିସରେ ବିଲିଂ…

ଜମି ବିକ୍ରି ନାଁରେ ୧୦ ଲକ୍ଷ ଟଙ୍କା ଠକେଇ, ବନ୍ଧା ହେଲେ ଜମି ମାଲିକ

କୋରୁକୋଣ୍ଡା,୪।୬(ଶିବଦତ୍ତ ସାହୁ): ଜମି ବିକ୍ରି ନାଁରେ ୧୦ ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ମାଲକାନଗିରି ଜିଲା ଓର୍କେଲ ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ…

ରାଜ୍ୟସଭା ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ: ଖାର୍ଗେ-ପୱନ ଖେରା କର୍ନାଟକରୁ ମନୋନୀତ

ନୂଆଦିଲ୍ଲୀ,୪।୬: କଂଗ୍ରେସ ଦଳ କର୍ନାଟକ, ମଧ୍ୟ ପ୍ରଦେଶ, ରାଜସ୍ଥାନ, ତାମିଲନାଡୁ ଏବଂ ଝାଡ଼ଖଣ୍ଡ ରାଜ୍ୟ ପାଇଁ ରାଜ୍ୟ ସଭା ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଦଳ କର୍ନାଟକରୁ…

ପଦ୍ମପୁରରେ ନିଶା କାରବାର ଉପରେ ଚଢାଉ: ୨୨ ବସ୍ତା ବେଆଇନ କଫ୍ ସିରପ୍ ଜବତ, ୨ ଗିରଫ

ପଦ୍ମପୁର,୪।୬(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଅଞ୍ଚଳରେ ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ବେଆଇନ ନିଶାଦ୍ରବ୍ୟ କାରବାର ବିରୋଧରେ କଡ଼ା ଆଭିମୁଖ୍ୟ ଗ୍ରହଣ କରି ପୋଲିସ…

ବିକାଶ ସ୍କୁଲ ଅଫ ବିଜ୍‌ନେସ୍‌ ମ୍ୟାନେଜ୍‌ମେଣ୍ଟ ଛାତ୍ରୀଛାତ୍ରଙ୍କ ସଫଳତା, ଏନ୍‌. ଝାନ୍ସିରାଣୀ ବିଶ୍ବବିଦ୍ୟାଳୟ ଟପ୍ପର

ବରଗଡ,୪।୬(ପ୍ରେମାନନ୍ଦ ଖମାରୀ): ସମ୍ବଲପୁର ବିଶ୍ୱବିଦ୍ୟାଳୟ ଅଧୀନରେ ଅନୁଷ୍ଠିତ ବିବିଏ ପରୀକ୍ଷାରେ ବିକାଶ ସ୍କୁଲ ଅଫ ବିଜ୍‌ନେସ୍‌ ମ୍ୟାନେଜମେଣ୍ଟର ଛାତ୍ରୀଛାତ୍ରମାନେ ସଫଳତା ହାସଲ କରି ଅନୁଷ୍ଠାନ ଓ ସମଗ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri