ସ୍କୁଲରୁ ଫେରିବା ସମୟରେ ନାବାଳିକାଙ୍କୁ ବଳାତ୍କାର: ଏନ୍‌ଏଚ୍‌ଆର୍‌ସିରେ ମାମଲା

କଟକ,୩୧ା୧(କାର୍ତ୍ତିକ ସାହୁ): ମାଲଗୋଦାମ ଥାନା ଅଞ୍ଚଳର ଚତୁର୍ଥ ଶ୍ରେଣୀରେ ପାଠ ପଢୁଥିବା ଜଣେ ୯ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ମାମଲା ଏବେ ଜାତୀୟ ମାନବାଧିକାର ଆୟୋଗଙ୍କ ନିକଟରେ ପହଞ୍ଚିଛି। ନ୍ୟାୟ ପାଇଁ ଲଢ଼େଇ ପରିବାର ଅନୁଷ୍ଠାନର ରାଜ୍ୟ ସଭାପତି ସୁବ୍ରତ କୁମାର ଦାଶଙ୍କ ଏତଲା କ୍ରମେ ଜାତୀୟ ମାନବ ଅଧିକାର କମିଶନଙ୍କ ନିକଟରେ ଏନ୍‌ଏଚ୍‌ଆର୍‌ସି କେସ ନମ୍ବର ୧୬୬୨/୨୦୨୪ ରୁଜୁ ହୋଇଥିବା ଜଣାଯାଇଛି। ଏହି ମାମଲାରେ କଟକ ଡିସିପି, ଡିଜି ପୋଲିସ, ରାଜ୍ୟ ଗୃହ ସଚିବ ଓ ମୁଖ୍ୟମନ୍ତ୍ରୀଙ୍କୁ ପକ୍ଷଭୁକ୍ତ କରାଯାଇଛି। ଜାତୀୟ ମାନବାଧିକାର କମିଶନ ଏହି ମାମଲାର ବିଚାର କରି ଦୋଷୀ ବିରୋଧରେ କଠୋରରୁ କଠୋର କାର୍ଯ୍ୟାନୁଷ୍ଠାନ ନେବା ସହ ସମ୍ପୃକ୍ତ ନାବାଳିକାର ଚିକିତ୍ସା ବ୍ୟବସ୍ଥା ଓ କ୍ଷତିପୂରଣ ଯୋଗାଇ ଦେବାକୁ ନିବେଦନ କରାଯାଇଛି।
ମାମଲାର ବିବରଣୀ ଅନୁସାରେ, ମାଲଗୋଦାମ ଓଭରବ୍ରିଜ୍‌ ଅଞ୍ଚଳରେ ଚତୁର୍ଥ ଶ୍ରେଣୀରେ ପାଠ ପଢୁଥିବା ଜଣେ ୯ ବର୍ଷୀୟା ନାବାଳିକା ସ୍କୁଲରୁ ଫେରିବା ବାଟରେ ବଳାତ୍କାରର ଶିକାର ହୋଇଥିଲେ। ସମ୍ପୃକ୍ତ ନାବାଳିକା ମା’ଙ୍କ ମୃତ୍ୟୁ ପରେ ମାଲଗୋଦାମ ଥାନା ଅଞ୍ଚଳର ଏକ ଶିଶୁଯତ୍ନ କେନ୍ଦ୍ରରେ ରହୁଥିଲେ। ନାବାଳିକାଙ୍କ ବାପା ଏକ ମାମଲାରେ ଜେଲରେ ଅଛନ୍ତି। ପ୍ରତିଦିନ ଭଳି ସୋମବାର ନାବାଳିକା ଜଣକ ସ୍ଥାନୀୟ ବିଦ୍ୟାଳୟକୁ ପାଠ ପଢ଼ିବାକୁ ଯାଇଥିଲେ। ମାତ୍ର ଫେରିବାରେ ବିଳମ୍ବ ହେବାରୁ ଶିଶୁଯତ୍ନ କେନ୍ଦ୍ରର କର୍ତ୍ତୃପକ୍ଷ ବିଭିନ୍ନ ଜାଗାରେ ଖୋଜାଖୋଜି କଲାପରେ ବି ନାବାଳିକାଙ୍କ ସନ୍ଧାନ ମିଳି ନ ଥିଲା। ପରେ ନାବାଳିକା ଜଣକ କାନ୍ଦି କାନ୍ଦି କେନ୍ଦ୍ରରେ ପହଞ୍ଚି ଘଟଣା ସମ୍ପର୍କରେ ଜଣାଇଥିଲେ। ବାଟରେ ଜଣେ ଯୁବକ ତାଙ୍କୁ ବଳାତ୍କାର କରିବା ନେଇ ଜଣାଇଥିଲେ। ନାବାଳିକାଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ଏସ୍‌ସିବି ମେଡିକାଲରେ ଭର୍ତ୍ତି କରାଯାଇ ଚିକିତ୍ସା କରାଯାଉଛି। ଏହି ଅମାନୁଷିକ ଘଟଣାକୁ ନେଇ ସାରା ରାଜ୍ୟର ବିଭିନ୍ନ ମହଲରୁ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବିନା ଆନ୍ଦୋଳନରେ କାମ କରୁନି ପ୍ରଶାସନ: ଜାତୀୟ ରାଜପଥ ଅବରୋଧ ପରେ ମରାମତି କାର୍ଯ୍ୟ ଆରମ୍ଭ

କୁଆଁରମୁଣ୍ଡା,୧୧।୮(ମହେନ୍ଦ୍ର କୁମାର ସାହୁ): ଏବେ ବିନା ଆନ୍ଦୋଳନ କିମ୍ବା ଧର୍ମଘଟରେ ଆଉ କୌଣସି କାର୍ଯ୍ୟ ହେଉନାହିଁ। ପ୍ରଶାସନ କେବଳ ପୂର୍ବରୁ ସବୁ ଦେଖି ଚୁପ୍ ବସୁଛି ଏବଂ…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

କାଲି ସୂର୍ଯ୍ୟୋପରାଗ: ବିଶ୍ୱରେ ୭ ସେକେଣ୍ଡ ପାଇଁ ହୋଇଯିବ ଜିରୋ ଗ୍ରାଭିଟି, ଛାଏଁ ଛାଏଁ ଉଡିବ ମଣିଷ?

ଆସନ୍ତାକାଲି ମହାକାଶରେ ଘଟିବାକୁ ଯାଉଛି ଏକ ବିରଳ ଘଟଣା । ସୂର୍ଯ୍ୟ, ଚନ୍ଦ୍ର ଓ ପୃଥିବୀ ଗୋଟିଏ ସରଳରେଖାରେ ରହିବେ । ସୂର୍ଯ୍ୟ ଓ ପୃଥିବୀ ମଧ୍ୟରେ…

ଦିଗପହଣ୍ଡି ପେଟ୍ରୋଲ ପମ୍ପରେ ଠକେଇ ଅଭିଯୋଗ: ତାତିଲେ ଲୋକେ, ପୋଲିସ ହସ୍ତକ୍ଷେପ ପରେ…

ଦିଗପହଣ୍ଡି,୧୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥ ପିତାମ୍ବରପୁର ଗ୍ରାମ ନିକଟରେ ଥିବା ଏକ ପେଟ୍ରୋଲ ପମ୍ପରେ ମଙ୍ଗଳବାର ଜଣେ ଗ୍ରାହକଙ୍କ…

ଭଦ୍ରା ସହ ସୂର୍ଯ୍ୟ ଗ୍ରହଣର ଅଦ୍ଭୁତ ସଂଯୋଗ! ଏହି ୩ ରାଶି ଉପରେ ବଡ଼ ସଙ୍କଟ, ଖାଲି ଖର୍ଚ୍ଚ ହେବ…

ବର୍ଷର ଦ୍ୱିତୀୟ ଏବଂ ଶେଷ ସୂର୍ଯ୍ୟଗ୍ରହଣ ଅଗଷ୍ଟ ୧୨ ତାରିଖରେ ସଂଗଠିତ ହେବାକୁ ଯାଉଛି । ଏହି ସୂର୍ଯ୍ୟଗ୍ରହଣ ଭାରତରେ ଦୃଶ୍ୟମାନ ହେବ ନାହିଁ, ଏବଂ ଏଠାରେ…

ରାସ୍ତା ନା କାଦୁଅ ବିଲ…ଥୁଆମୂଳ ରାମପୁରରେ ବିପର୍ଯ୍ୟସ୍ତ ରାସ୍ତା; ଆମ୍ବୁଲାନ୍ସ ଯିବା ବି କଷ୍ଟକର

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ପାଡେପଦର ଗ୍ରାମପଞ୍ଚାୟତର ଦୁରେଶପଦର ଶିବମନ୍ଦିର ଛକଠାରୁ ଡୁମୁଲି ନାଳ ପର୍ଯ୍ୟନ୍ତ ଯାଇଥିବା ମୁଖ୍ୟ ରାସ୍ତାଟି…

ଭାରତରେ ଏହିଦିନ ଲଞ୍ଚ୍‌ କରିବ ୧୦ ଆଉ ୨୦ଟଙ୍କିଆ ପ୍ଲାଷ୍ଟିକ୍‌ ନୋଟ୍‌! ମୋଦି ସରକାର ଦେଲେ ମଞ୍ଜୁରୀ…

ନୂଆଦିଲ୍ଲୀ, ୧୧।୮: କାଗଜର ଚିରା-ଫଟା, ପୁରୁଣା ଏବଂ ଓଦା ହୋଇଯାଇଥିବା ନୋଟ୍‌କୁ ନେଇ ଅସୁବିଧାରେ ପଡ଼ୁଥିବା ଲୋକଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ସାମ୍ନାକୁ…

ହାତୀ-ମଣିଷ ସଂଘର୍ଷ ହ୍ରାସ ପାଇଁ ଉଦ୍ୟମ: ୭ଟି ବନଖଣ୍ଡରେ ଚାଲିଛି କଦଳୀ ଚାରା ରୋପଣ

ଭଞ୍ଜନଗର,୧୧।୮(ବାବୁଲା ପ୍ରଧାନ): ଜଙ୍ଗଲରେ ବନ୍ୟପ୍ରାଣୀଙ୍କ ପାଇଁ ପର୍ଯ୍ୟାପ୍ତ ଖାଦ୍ୟ ଉପଲବ୍ଧ ନହେବାରୁ ହାତୀପଲ ସମେତ ବିଭିନ୍ନ ବନ୍ୟପ୍ରାଣୀ ଜଙ୍ଗଲ ଛାଡ଼ି ଜନବସତି ମୁହାଁ ହେଉଛନ୍ତି। ଫଳରେ ଜଙ୍ଗଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri