ଓକିଲଙ୍କୁ ଆକ୍ରମଣ ମାମଲା: ଅଭିଯୁକ୍ତ ରଶ୍ମିରଞ୍ଜନ ଦାଶ ଗିରଫ

କାମାକ୍ଷାନଗର, ୨୧।୧୦(ଡି.ଏନ୍‌.ଏ.):ଢେଙ୍କାନାଳ ଜିଲା କାମାକ୍ଷାନଗରର ଆଇନଜୀବୀ ଶଶଧର ମହାନ୍ତିଙ୍କୁ ଆକ୍ରମଣ ଘଟଣାରେ ଆଉ ୨ ଅଭିଯୁକ୍ତ ଧରାପଡ଼ିଛନ୍ତି। ପୂର୍ବରୁ ପୋଲିସ ଜଣଙ୍କୁ ଧରିଥିଲା। ଏହାପରେ ମୋଟ ଗିରଫ ଅଭିଯୁକ୍ତଙ୍କ ସଂଖ୍ୟା ୩ରେ ପହଞ୍ଚତ୍ଥିବା ଗୁରୁବାର କାମାକ୍ଷାନଗର ଏସ୍‌ଡିପିଓଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ସୂଚନା ଦିଆଯାଇଛି।
ଗତ ସେପ୍ଟେମ୍ବର ୨୮ରେ ଏକ ରେଷ୍ଟୁରାଣ୍ଟରେ କେତେଜଣ ଯୁବକ ଶଶଧର ଏବଂ ତାଙ୍କ ସହକର୍ମୀଙ୍କୁ ବିୟର ବୋତଲରେ ମରଣାନ୍ତକ ଆକ୍ରମଣ କରିଥିଲେ। ସଙ୍କଟାପନ୍ନ ଅବସ୍ଥାରେ ଶଶଧର ଏବେ କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି। ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିବାରେ କୋହଳ ମନୋଭାବ ପ୍ରଦର୍ଶନ କରୁଥିବା ଅଭିଯୋଗ ଆଣି ଓକିଲ ସଂଘ ଆନ୍ଦୋଳନକୁ ତୀବ୍ର କରିଥିଲା।
ଏହାପରେ ଏସ୍‌ପି ଏଲ୍‌. ବିଦ୍ୟା ଭି.ଙ୍କ ନିର୍ଦ୍ଦେଶକ୍ରମେ ଗୁଜରାଟ ସାଇବର ଟିମ୍‌ ସହଯୋଗରେ ଢେଙ୍କାନାଳ ସାଇବର ପୋଲିସ ସୁରଟରୁ ଅଭିଯୁକ୍ତ ରଶ୍ମିରଞ୍ଜନ ଦାଶ (୨୬)ଙ୍କୁ ଗିରଫ କରିଛି। ତାଙ୍କ ଘର ଜିରିଡ଼ାମାଳି ଗ୍ରାମରେ। ସେହିପରି ରଶ୍ମିଙ୍କ ସୂଚନା ଆଧାରରେ ରାଇବୋଲ ଗ୍ରାମରୁ ମାମଲାର ଅନ୍ୟତମ ଅଭିଯୁକ୍ତ ଶ୍ରୀକାନ୍ତ ସାହୁ (୪୩)ଙ୍କୁ ପୋଲିସ ଗିରଫ କରିଛି। ଏଥିପୂର୍ବରୁ ନୂଆ ଆଳତୁମା ଗ୍ରାମର ଅନିଲ କୁମାର ପି (୨୯) ଗିରଫ ହୋଇଥିଲେ। ଫେରାର ଥିବା ଅନ୍ୟ ୪ ଅଭିଯୁକ୍ତଙ୍କୁ ଧରିବା ପାଇଁ ଯୋଜନା କରାଯାଉଥିବା ଏସ୍‌ଡିପିଓ ରଞ୍ଜନ କୁମାର ଦେ ସୂଚନା ଦେଇଛନ୍ତି। ଖବରଦାତା ସମ୍ମିଳନୀରେ ଥାନାଧିକାରୀ ଶରତ ଚନ୍ଦ୍ର ମହାଳିକ, ଏସ୍‌ଆଇ ପ୍ରତାପ ସାହୁ, ଏଏସଆଇ ଜିତେନ୍ଦ୍ର ସାହୁ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ପୁଣି କଡ଼ାକଡ଼ି PUCC ଯାଞ୍ଚ: ପ୍ରଦୂଷଣ ପ୍ରମାଣପତ୍ର ନଥିଲେ ୧୦ ହଜାର ଫାଇନ

ଭୁବନେଶ୍ୱର,୨।୪: ଆଜିଠୁ ପୁଣି କଡ଼ାକଡ଼ି ହେବ PUCC ଯାଞ୍ଚ। ପଲ୍ୟୁଶନ ସାର୍ଟିଫିକେଟ ନଥିଲେ ଫାଇନ ଦେବାକୁ ପଡ଼ିବ। PUCC ଯାଞ୍ଚ ପାଇଁ ଦିଆଯାଇଥିବା ଡେଡଲାଇନ ଶେଷ ହୋଇଛି।…

ଭାରତକୁ ବନ୍ଧୁତାର ହାତ ବଢାଇଲା ଏହି ଦେଶ: ପାକିସ୍ତାନ ଛାନିଆ

ନୂଆଦିଲ୍ଲୀ,୨।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଆରମ୍ଭ ହୋଇଛି। ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବାର ୩୦ ଦିନରୁ ଅଧିକ ସମୟ ବିତିଗଲାଣି। କୌଣସି ପକ୍ଷ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ; ୧୩୦୦୦ କମିଲା….

ନୂଆଦିଲ୍ଲୀ,୨।୪: ଆଜି ସୁନା ଏବଂ ରୂପା ବଜାରରେ ଏକ ବଡ଼ ହ୍ରାସ ଦେଖିବାକୁ ମିଳିଛି । ଯାହା ନିବେଶକ ଏବଂ କ୍ରେତା ଉଭୟଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି…

ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କୁ ଟେନସନ ଦେଲେ ଏକଛତ୍ରବାଦୀ ଶାସକ, ‘ବିନାଶକାରୀ’ ଗେମ୍‌ ଖେଳିଲା ଉତ୍ତର କୋରିଆ

ଓ୍ବାଶିଂଟନ୍‌,୨।୪: ସମଗ୍ର ବିଶ୍ୱ ଇରାନ-ଆମେରିକା ଯୁଦ୍ଧ ଭୟରେ କବଳିତ। ମଧ୍ୟପ୍ରାଚ୍ୟ ଜଳୁଛି। ସାରା ବିଶ୍ୱରେ ତେଲ ଏବଂ ଗ୍ୟାସର ଅଭାବ ରହିଛି। ଇନ୍ଧନ ମୂଲ୍ୟ ଆକାଶଛୁଆଁ। ଏହା…

କ୍ରିକେଟର୍‌ଙ୍କ ଅଭିଯୋଗରେ ଏହି ଅଭିନେତ୍ରୀଙ୍କୁ ବାନ୍ଧିଲା ପୋଲିସ: ପଛରେ ରହିଛି ଏମିତି କାରଣ

କଲମ୍ବୋ,୨।୪: ଶ୍ରୀଲଙ୍କାର କ୍ରିକେଟର ଭାନୁକା ରାଜପକ୍ଷେ ଅଭିନେତ୍ରୀ ହର୍ଷି ରସାଙ୍ଗାଙ୍କୁ ଏକ ଆଇନଗତ ନୋଟିସ ପଠାଇଛନ୍ତି। ଏହା ପରେ ପୋଲିସ ତାଙ୍କୁ ଗିରଫ କରିଛି। ଏହି ମାମଲା…

ବିହାର ଛାଡି ଦିଲ୍ଲୀ ଯିବେ ନୀତୀଶ: ଏହିଦିନ ରାଜ୍ୟ ସଭା ଏମ୍‌ପି ଭାବେ ନେବେ ଶପଥ

ପାଟନା,୨।୪: ବିହାରରେ ନୀତୀଶ କୁମାର ଯୁଗର ଶେଷ ହେବାକୁ ଯାଉଛି। ନିକଟରେ ନୀତୀଶ କୁମାର ବିହାର ବିଧାନ ପରିଷଦରୁ ଇସ୍ତଫା ଦେଇଛନ୍ତି। ଏବେ, ଦିଲ୍ଲୀ ପାଇଁ ତାଙ୍କର…

ମୁହଁରେ କପଡ଼ା ବାନ୍ଧି ବାପାଙ୍କୁ ଲୁଟିବାକୁ ଆସିଥିଲେ ପୁଅ: ୧୦ ଲକ୍ଷ ଟଙ୍କା ନେବା ପରେ ଘଟିଲା…

ନୂଆଦିଲ୍ଲୀ,୨।୪: ଦିଲ୍ଲୀର ଲକ୍ଷ୍ମୀ ନଗର ଅଞ୍ଚଳରେ ଘଟିଥିବା ୧୦ ଲକ୍ଷ ଡକାୟତି ଘଟଣାର ସମାଧାନ ପୋଲିସ ମାତ୍ର ୨୪ ଘଣ୍ଟା ମଧ୍ୟରେ କରିଛି। ସବୁଠାରୁ ଆଶ୍ଚର୍ଯ୍ୟଜନକ କଥା…

ସକାଳୁ ସକାଳୁ ଥରିଲା ପୃଥିବୀ, ୭.୪ ତୀବ୍ରତାର ଭୂକମ୍ପ ପରେ ଲୋକେ ଘରୁ ଦୌଡି….

ଜାକାର୍ତ୍ତା,୨ା୪: ଇଣ୍ଡୋନେସିଆରେ ବଡ଼ ଧରଣର ଭୂମିକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୭.୪ ରେକର୍ଡ କରାଯାଇଛି । ଭୂମିକମ୍ପ ପରେ ସୁନାମି ଚେତାବନୀ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri