ଘରୋଇ ଶିକ୍ଷାନୁଷ୍ଠାନରେ ପ୍ରଥମ ଶ୍ରେଣୀ ଛାତ୍ରୀଙ୍କୁ ମାଡ଼ ନେଇ ଥାନାରେ ମାମଲା ସମାଧାନ

କେନ୍ଦୁଝର,୨୬ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ପଣ୍ଡାପଡ଼ା ଥାନା ଅନ୍ତର୍ଗତ ମସିଣାଯୋଡ଼ିସ୍ଥିତ ଏକ ଆବାସିକ ବିଦ୍ୟାଳୟରେ ଜଣେ ଜୁଆଙ୍ଗ ପ୍ରଥମ ଶ୍ରେଣୀ ଛାତ୍ରୀଙ୍କୁ ମାଡ଼ ମରାଯିବା ଘଟଣାକୁ ନେଇ ଗ୍ରାମରେ ଅସନ୍ତୋଷ ପ୍ରକାଶ ପାଇଛି। ଅଖିଳ ଜୁଆଙ୍ଗଙ୍କ ପ୍ରଥମ ଶ୍ରେଣୀରେ ପଢୁଥିବା ଛାତ୍ରୀଙ୍କୁ ବିଦ୍ୟାଳୟର ଶିକ୍ଷୟିତ୍ରୀ ମାଡ଼ ମାରିବା ଏବଂ ଛାତ୍ରୀଙ୍କ ଜଣେ ସମ୍ପର୍କୀୟ ଏନେଇ ପଚରାଉଚରା କରିବାରୁ ଗାଳିଗୁଲଜ କରିଥିବା ଅଭିଯୋଗ ହୋଇଛି।
ଅଭିଯୋଗ ଅନୁଯାୟୀ, ଛାତ୍ରୀ ଜଣଙ୍କ ଖାଇବାକୁ ନ ପାଇବାରୁ ବିଦ୍ୟାଳୟ ପରିସରରୁ ବାହାରକୁ ପଳାଇଯାଇଥିଲେ। ତାଙ୍କୁ ଧରିବା ପାଇଁ ବିଦ୍ୟାଳୟର ଦିଦି ଓ କିଛି ପିଲା ଧରିବା ପାଇଁ ଦଉଡ଼ାଇଥିଲେ। ମୁଖ୍ୟଗେଟ୍‌ ସବୁବେଳେ ଖୋଲା ରହୁଥିବାରୁ ଛୋଟ ପିଲାଟି ବାହାରକୁ ପଳାଇ ଯାଇଥିଲା। ଉକ୍ତ ଛାତ୍ରୀଙ୍କୁ ତାଙ୍କୁ ମାମୁ ସୁରେଶ ଜୁଆଙ୍ଗ ବାହାରେ ପଳାଇ ଯାଉଥିବା ଦେଖି ଧରି ବିଦ୍ୟାଳୟକୁ ନେଇଯାଇଥିଲେ। ଏଭଳି ଅବହେଳାକୁ ନେଇ ବିଦ୍ୟାଳୟର ଦିଦିମାନଙ୍କୁ ପଚାରିବାରୁ ଅସଦ୍‌ବ୍ୟବହାର କରିବା ସହ ଝିଅଟିକୁ ପିଟିଥିଲେ। ଫଳରେ ଏହାକୁ ନେଇ ଗ୍ରାମରେ ଅସନ୍ତୋଷ ଦେଖାଦେଇଥିଲା।

ଏନେଇ ବିଦ୍ୟାଳୟ କର୍ତ୍ତୃପକ୍ଷ କିଛି ନ ଶୁଣିବାରୁ ଝିଅର ବାପା ପଣ୍ଡାପଡ଼ା ଥାନାରେ ୨୪ ତାରିଖରେ ଲିଖିତ ଅଭିଯୋଗ କରିଥିଲେ। ତେବେ ଏଭଳି ସମ୍ବେଦନଶୀଳ ଘଟଣାକୁ ପୋଲିସ ଗୁରୁତର ନ ନେଇ ଘଟଣାକୁ ଆପୋଷ ବୁଝାମଣା କରି ରଫାଦଫା କରିଦେବାକୁ ଉଦ୍ୟମ କରୁଥିବାରୁ ସ୍ଥାନୀୟ ଲୋକେ ଘୋର ଅସନ୍ତୋଷ ବ୍ୟକ୍ତ କରୁଛନ୍ତି। କିଛି ବର୍ଷ ପୂର୍ବରୁ ୧୦ମ ଶ୍ରେଣୀର ଝିଅମାନେ ଅନ୍ୟ ଏକ ଗ୍ରାମକୁ ପଳାଇ ଯାଇଥିଲେ ବୋଲି ଅଭିଯୋଗ କରିଛନ୍ତି। ସେହିପରି ଏହି ବିଦ୍ୟାଳୟର ଦୁଇ ଜଣ ପିଲା ମଧ୍ୟ ମରିଯାଇଛନ୍ତି। ଏଣୁ ବ୍ୟପକ ଅବ୍ୟବସ୍ଥା ମଧ୍ୟରେ ଏହି ବିଦ୍ୟାଳୟ ଚାଲିଥିବା ବେଳେ ଏହାକୁ ପ୍ରଶାସନ ଆଖି ବୁଜି ଦେଇଥିବାରୁ ଅବହେଳା ମଧ୍ୟ ଚାଲିଆସୁଛି। ଏଣୁ ବିଦ୍ୟାଳୟର ପରିଚାଳନା ବ୍ୟବସ୍ଥାକୁ ଯାଞ୍ଚ କରି କାର୍ଯ୍ୟାନୁଷ୍ଠାନ ନ ନେଲେ ଆଗାମୀ ଦିନରେ ଅସନ୍ତୋଷ ଗୁରୁତର ରୂପ ଧାରଣ କରିବ ବୋଲି ମତପ୍ରକାଶ ପାଉଛି। ଏନେଇ ସଦର ଏସ୍‌ଡିପିଓ ସୁଦର୍ଶନ ଗଙ୍ଗୋଇ କହିଛନ୍ତି ଯେ, ପଣ୍ଡାପଡ଼ା ଥାନାରେ ଅଭିଯୋଗ ହୋଇଥିଲା। ସେମାନଙ୍କ ମଧ୍ୟରେ ଥିବା ବିବାଦର ଲିଖିତ ଭାବରେ ଆପୋଷ ବୁଝାମଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?