ଘରେ ପଶି ମହିଳାଙ୍କୁ ଅସଦାଚରଣ ମାମଲା: ଅଭିଯୁକ୍ତଙ୍କୁ ଏମିତି ରାୟ ଶୁଣାଇଲେ….

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସିଭିଲ କୋର୍ଟ ସିନିୟର ଡିଭିଜନ କୋର୍ଟରେ ଏକ ମାମଲାର ଚୂଡାନ୍ତ ଶୁଣାଣି ହୋଇଛି। ଗତ ୨ ବର୍ଷ ପୂର୍ବେ ମହିଳା ଜଣକ  ତାଙ୍କ ଝିଅ ଓ ଝିଆରୀଙ୍କ ସହ ରାତ୍ରି ଭୋଜନ ସାରି ଶୋଇଥିବା ବେଳେ ତାଙ୍କ ଗ୍ରାମର ପୁଷ୍ପଧ୍ଵଜ ସାହୁ ଘରେ ପଶି ମହିଳାଙ୍କୁ   ଖଟ ଉପରୁ ବଳପୂର୍ବକ ଟାଣି ନେଇ ଅସଦାଚରଣ କରିବା ସହ  ଆପତ୍ତିଜନକ ଭାଷାରେ ଗାଳି କରି ଜୀବନରେ ମାରିଦେବାକୁ ଧମକ ଦେଇଥିଲେ। ସେହି ସମୟରେ ମହିଳାଙ୍କ ସ୍ବାମୀ ଗାଁ ମନ୍ଦିରରେ ଥିବା ବେଳେ ଝିଆରୀଙ୍କ ଠାରୁ ଫୋନ ଯୋଗେ ସୂଚନା ପାଇ ବାଇକ ଯୋଗେ ଘରେ ପହଞ୍ଚିଥିଲେ। ବାଇକ ଶବ୍ଦ ଶୁଣି ଅଭିଯୁକ୍ତ ଚମ୍ପଟ ମାରିଥିଲେ। ଘଟଣାର ପରଦିନ ମହିଳା ଜଣକ ସ୍ବାମୀଙ୍କ ସହ କେ.ନୂଆଗାଁ ଥାନାରେ ପହଞ୍ଚି ଏତଲା ଦେଇଥିଲେ। ଏହି ମାମଲାର ୭ ଜଣ ସାକ୍ଷ୍ୟ ଓ ମହିଳାଙ୍କ ବୟାନ,  ସ୍ଥିତି ସମ୍ପର୍କିତ ପ୍ରାମାଣିକ ତଥ୍ୟ, ସରକାରୀ ଓକିଲ ଏବଂ ଅଭିଯୁକ୍ତଙ୍କ ଓକିଲଙ୍କ ଦ୍ଵାରା ଉପସ୍ଥାପିତ ଯୁକ୍ତି, ଘଟଣାର ତଦନ୍ତ କରି ଅଭିଯୁକ୍ତଙ୍କ ବିରୋଧରେ ପୋଲିସ କୋର୍ଟରେ ଦାଖଲ କରିଥିବା ଚାର୍ଜସିଟ୍ କୁ ଅନୁଶୀଳନ କରିବା ପରେ ମାଜିଷ୍ଟ୍ରେଟ ମହାଶ୍ୱେତା ପରିଜା ଭାରତୀୟ ଦଣ୍ଡବିଧି ସଂହିତାର ଦଫା – ୪୪୮,୩୫୪ ଏବଂ ୫୦୬ ରେ ଅଭିଯୁକ୍ତଙ୍କୁ ୨ ବର୍ଷ ସଶ୍ରମ କାରାଦଣ୍ଡ ଓ ୨ ହଜାର ଟଙ୍କା ଜରିମାନାରେ ଦଣ୍ଡିତ କରିଥିବା ଜଣାପଡିଛି। ସରକାରଙ୍କ ପକ୍ଷରୁ ଏପିପି ପରେଶ ଚନ୍ଦ୍ର ରଥ ମାମଲା ପରିଚାଳନା କରୁଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ,…

ନିଜ ଝିଅ ବୟସର ଯୁବତୀଙ୍କୁ ଧରି ବୁଲୁଛନ୍ତି ଗୋବିନ୍ଦା, ସ୍ତ୍ରୀ କହିଲେ-ଲଜ୍ଜା ଲାଗିବା କଥା

ମୁମ୍ବାଇ: ଦିନ ଥିଲା ବଲିଉଡ ଅଭିନେତା ଗୋବିନ୍ଦା ନିଜର ଫିଲ୍ମକୁ ନେଇ ବେଶ ଚର୍ଚ୍ଚାରେ ରହୁଥିଲେ। ହେଲେ ଆଜିକାଲି ସିନେମାକୁ ନେଇ କମ୍‌ ହେଲେ ବ୍ୟକ୍ତିଗତ ଜୀବନକୁ…

ଯୁବକଙ୍କୁ ଠେଙ୍ଗାରେ ଆକ୍ରମଣ, ଗୁରୁତର ଯୁବକଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ

କୋକସରା,୧୪ା୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼ପୋଡ଼ାଗୁଡ଼ା ଗ୍ରାମରେ ଠେଙ୍ଗା ଆକ୍ରମଣରେ ଗୁରୁତର ଯୁବକଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି। ମୃତକ ହେଲେ…

କାର ବାଇକ୍ ମୁହାମୁହିଁ ଧକ୍କା,ଦୁଇ ଗୁରୁତର

ଗୁଣପୁର,୧୪।୮( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଜଗନ୍ନାଥପୁର ରୋଡ ଠାରେ ବାଇକ୍ କାର ମୁହାଁ ମୁହିଁ ଯୋଗୁଁ ଦୁଇ ବାଇକ୍ ଆରୋହୀ ଗୁରୁତର ହୋଇ…

୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ମୋହନା,୧୪ା୮(ମନ୍ମଥ ମିଶ୍ର): ଗୋପଟିମା ଓ କୁଟିଗୁଡ଼ା ଗାଁ ମଧ୍ୟରେ ଥିବା ଜଙ୍ଗଲରୁ ମୋହନା ପୋଲିସ ୩ କୁଇଣ୍ଟାଲରୁ ଊର୍ଦ୍ଧ୍ୱ (୩୦୩ କିଲୋ ୬୦୦ ଗ୍ରାମ) ଗଞ୍ଜେଇ ଜବତ…

୧ ଟଙ୍କାରେ ମିଳୁଛି ସିମ: ନେବାକୁ ଚାହୁଁଥିଲେ…

ଭବାନୀପାଟଣା,୧୪।୮(ଉତ୍ତମ କୁମାର ଦାଶ): ଦେଶରେ ଦୁରସଞ୍ଚାର ସେବା ପ୍ରଦାନକାରୀ ସଂସ୍ଥା ଭାବରେ, ବିଏସଏନଏଲ୍ ସାରା ଦେଶରେ ନିର୍ଭରଯୋଗ୍ୟ, ସୁରକ୍ଷିତ, ସୁଲଭ ଭାବେ ଗଣନା ହେଉଥିବାବେଳେ ଏବେ ସମସ୍ତ…

ବିନୟତୋଷ ମିଶ୍ରଙ୍କୁ ମିଳିଲା ଓଡ଼ିଶାର ଅନ୍ତରୀଣ ଡିଜିପି ଦାୟିତ୍ୱ; ରଖିଲେ ଏଭଳି ପ୍ରତିକ୍ରିୟା…

ଭୁବନେଶ୍ୱର,୧୪।୮: ଓଡ଼ିଶାର ନୂତନ ଅନ୍ତରୀଣ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବରିଷ୍ଠ ଆଇପିଏସ୍ ଅଧିକାରୀ ବିନୟତୋଷ ମିଶ୍ର। ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ…

ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ମିଳିଲା ୱାର୍ଡରଙ୍କ ମୃତଦେହ, ଡ୍ୟୁଟିକୁ ନ ଯିବାରୁ ବଢ଼ିଲା …

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାହାସପୁର ଗ୍ରାମ ନିକଟ ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ଶୁକ୍ରବାର ସନ୍ଧ୍ୟାରେ ଜଣେ ଜେଲ ୱାର୍ଡରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri