ଦିଗପହଣ୍ଡି/ଚିକିଟି,୧୦।୧୦(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଦେଓଖାଳି ଗାଁର ଯୁବତୀ ପ୍ରମୋଦିନୀ ନାୟକଙ୍କ ହତ୍ୟାଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ଦାବି ହୋଇଛି। ଏ ନେଇ ଭାଜପା ଦିଗପହଣ୍ଡି ବ୍ଳକ କମିଟି ପକ୍ଷରୁ ଶନିବାର କେ. ନୂଆଗାଁ ଥାନା ଘେରାଉ କରାଯାଇଛି। ଭାଜପା ଗଞ୍ଜାମ ଜିଲା କାର୍ଯ୍ୟକର୍ତ୍ତା ଶ୍ରୀକାନ୍ତ ପାଢ଼ୀ, ମହନ୍ତ ଚିନ୍ମୟାନନ୍ଦ ଦାସ, ପରେଶ ଚନ୍ଦ୍ର ରଥଙ୍କ ନେତୃତ୍ୱରେ ବହୁସଂଖ୍ୟକ ଦଳୀୟ କର୍ମୀ ଶୋଭାଯାତ୍ରାରେ ବାହାରି ଥାନା ସମ୍ମୁଖରେ ପହଞ୍ଚି ଦାବିପତ୍ର ପ୍ରଦାନ କରିବାପରେ ବିକ୍ଷୋଭ ପ୍ରଦର୍ଶନ କରିବାସହ ଥାନା ମୁଖ୍ୟ ଫାଟକ ସମ୍ମୁଖରେ ଧାରଣାରେ ବସି ରହିଥିଲେ। ଚିକିଟି ଏସ୍ଡିପିଓ ସୁରେନ୍ଦ୍ରନାଥ ମୁର୍ମୁ, ଥାନା ଆଇଆଇସି ମାଧବାନନ୍ଦ ନାୟକ ଉପସ୍ଥିତ ଦଳୀୟ ନେତୃବୃନ୍ଦଙ୍କ ସହ ସବିଶେଷ ଆଲୋଚନା କରି ଖୁବଶୀଘ୍ର ସମ୍ପୃକ୍ତ ଅଭିଯୁକ୍ତମାନଙ୍କୁ ଗିରଫ କରାଯିବ ବୋଲି ପ୍ରତିଶ୍ରୁତି ଦେବା ପରେ ଗଣ ଧାରଣା ପ୍ରତ୍ୟାହୃତ ହୋଇଛି। ଧାରଣା ସ୍ଥଳରେ ଭାଜପା ଦିଗପହଣ୍ଡି ନଗର କମିଟି ସଭାପତି ଭବାନୀ ପଣ୍ଡା, ପୂର୍ବତନ ଜିଲା ମହିଳା ମୋର୍ଚ୍ଚା ସଭାନେତ୍ରୀ ବନଜା ପଣ୍ଡା, ସମିତି ସଭ୍ୟ ଶୁଭ୍ରାଂଶୁ ପ୍ରଧାନ,ଅରୁଣ ଗୌଡଙ୍କ ସମେତ ବିଭିନ୍ନ ପଞ୍ଚାୟତର ଦଳୀୟ ନେତୃବୃନ୍ଦ ଉପସ୍ଥିତ ଥିଲେ।
ପ୍ରକାଶ ଯେ, ଦିଗପହଣ୍ଡି ବ୍ଳକ କରପଡ଼ା ପଞ୍ଚାୟତ ଦେଓଖାଳି ଗ୍ରାମର ଉଚ୍ଚଶିକ୍ଷିତା ଯୁବତୀ ପ୍ରମାଦେୀନି ଗାଁ ନିକଟ କଣ୍ଟେଇଯୋଡ଼ି ନଦୀକୁ ଗତ ୧୦ ତାରିଖ ପୂର୍ବାହ୍ନରେ ଗାଧୋଇ ଯାଇଥିବା ବେଳେ କୌଣସି ଦୁର୍ବୃତ୍ତ ତାଙ୍କୁ ନଦୀ ପାଣିରେ ତଣ୍ଟି ଚିପି ହତ୍ୟା କରିବା ପରେ ଫେରାର ହୋଇ ଯାଇଥିଲେ। ଘଟଣାର ୫ ମାସ ପରେବି ଏହି ରହସ୍ୟଜନକ ହତ୍ୟାକାଣ୍ଡର ପର୍ଦ୍ଦାଫାସ ହୋଇନାହିଁ।
Posted inHome Left, ଆମ ଜିଲା ଖବର, ଗଞ୍ଜାମ View All
ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ଓ୍ବେଷ୍ଟଇଣ୍ଡିଜ୍ ଆଗରେ ୨୨୪ ରନ୍ର ଟାର୍ଗେଟ ରଖିଲା ଭାରତ
ଇନ୍ଦୋର,୧୧ା୧୦: ହୋଲ୍କର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍ ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଅଭିଷେକ ଶର୍ମାଙ୍କ ବିସ୍ଫୋରକ…
‘କୃଷି, ଏକତା ଅଘରିଆଙ୍କ ଶକ୍ତି’
ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍ଘାଟ୍ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…
କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…
ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…
ବଡ଼ ଖୁଲାସା କଲେ ଧର୍ମେନ୍ଦ୍ର; ଭାଜପା ଛାଡ଼ି ଏହି ଦଳରେ ହେବେ ସାମିଲ, ସାମ୍ନାକୁ ଆସିଲା ଫଟୋ
ଲକ୍ଷ୍ନୌ,୧୧।୧୦: ଭାଜପାରୁ ଇସ୍ତଫା ଦେଇଥିବା ଉତ୍ତରପ୍ରଦେଶର ଆଁଓଲା ଲୋକସଭା ଆସନର ପୂର୍ବତନ ଏମପି ଧର୍ମେନ୍ଦ୍ର କଶ୍ୟପ ରବିବାର ଲକ୍ଷ୍ନୌରେ ସମାଜବାଦୀ ପାର୍ଟି (ସପା) ମୁଖ୍ୟ ଅଖିଳେଶ ଯାଦବଙ୍କୁ…
ଶୈଳପୁତ୍ରୀ ବେଶରେ ଦର୍ଶନ ଦେଲେ ମା’ ଉଗ୍ରତାରା, ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
ନିରାକାରପୁର,୧୧।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଟାଙ୍ଗୀବ୍ଲକ ସାନ ରାଉତପଡା ପଞ୍ଚାୟତ ମୁଳିଝରଗଡ଼ ହାତୀଆ ଶୁଣି ପାହାଡ଼ ପାଦଦେଶରେ ଅବସ୍ଥିତ ମା’ଉଗ୍ରତାରାଙ୍କ ପୀଠରେ ବାସନ୍ତୀକ ଆଶ୍ୱିନ ନବରାତ୍ରର…
ବଲାଙ୍ଗୀରରେ ମର୍ମନ୍ତୁଦ ଦୁର୍ଘଟଣା; ଟ୍ରକ୍ ଚକା ତଳେ ଚାଲିଗଲା ମହିଳାଙ୍କ ଜୀବନ
ବଲାଙ୍ଗୀର,୧୧।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଇଁତଳା ୨୬ନମ୍ବର ଜାତୀୟ ରାଜପଥ ସଦର ବ୍ଲକ ଅନ୍ତର୍ଗତ ରତାଖଣ୍ଡି ଠାରେ ଏକ ମର୍ମନ୍ତ ଦୁର୍ଘଟଣା ଘଟିଛି । ବାଇକ୍-ଟ୍ରକ…
ବିବାହର ୩ ଦିନ ପରେ ବୋହୂଙ୍କ ଭୟଙ୍କର କାଣ୍ଡ! ପୂରା ପରିବାରକୁ ଦେଇଦେଲେ ମୂଷାମରା ଔଷଧ, ତାପରେ….
ମୁମ୍ବାଇ,୧୧।୧୦: ବିବାହର ଖୁସି ମନାଉଥିବା ପରିବାରରେ ହଠାତ୍ ଖେଳିଗଲା ଆତଙ୍କ । ବିବାହର ମାତ୍ର ୭୨ ଘଣ୍ଟା ମଧ୍ୟରେ ନବବଧୂ ନିଜ ସ୍ୱାମୀଙ୍କ ସମେତ ଶାଶୂଘରର ଅନ୍ୟ…
ତୀର୍ଥଯାତ୍ରାରୁ ଫେରିବା ବାଟରେ ହୃଦ୍ଘାତ, ଚାଲିଗଲା ବିଭୂତିଙ୍କ ଜୀବନ
କୋକସରା,୧୧।୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବଡ କେନ୍ଦୁଗୁଡା ଗ୍ରାମରେ ଶୋକର ଛାୟା ଖେଳିଯାଇଛି । ଗ୍ରାମର ବିଭୂତି ଭୂଷଣ ପଣ୍ଡା(୬୦) ବଦ୍ରୀନାଥ ତୀର୍ଥଯାତ୍ରା…

