ବୀରମିତ୍ରପୁର ଥାନାରେ ନାବାଳିକାଙ୍କୁ ବଳାତ୍କାର ମାମଲା: ୪ ସପ୍ତାହରେ ରିପୋର୍ଟ ଦାଖଲ ପାଇଁ ଏନ୍‌ଏଚ୍‌ଆର୍‌ସିଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୩।୭(ବ୍ୟୁରୋ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନାରେ ଜଣେ ୧୩ ବର୍ଷର ନାବାଳିକାଙ୍କୁ ବାରମ୍ବାର ବଳାତ୍କାର ଓ ପରେ ଗର୍ଭପାତ କରିବା ଘଟଣାକୁ ଜାତୀୟ ମାନବିକ ଅଧିକାର କମିଶନ (ଏନ୍‌ଏଚ୍‌ଆର୍‌ସି) ଗୁରୁତ୍ୱର ସହ ନେଇଛନ୍ତି। ଏହି ମାମଲାରେ କାର୍ଯ୍ୟାନୁଷ୍ଠାନ ଓ କ୍ଷତିପୂରଣ ସଂକ୍ରାନ୍ତ ରିପୋର୍ଟ ୪ ସପ୍ତାହ ମଧ୍ୟରେ ଦାଖଲ କରିବାକୁ ସୁନ୍ଦରଗଡ଼ ଏସ୍‌ପି ଏବଂ ଡିଷ୍ଟ୍ରିକ୍ଟ ମାଜିଷ୍ଟ୍ରେଟ୍‌ଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ରିପୋର୍ଟ ପାଇବା ପରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ ବୋଲି କମିଶନ କହିଛନ୍ତି।
ଇତିମଧ୍ୟରେ ଏହି ସ୍ପର୍ଶକାତର ଘଟଣାରେ ସମ୍ପୃକ୍ତ ମୁଖ୍ୟ ଅଭିଯୁକ୍ତ ତତ୍‌କାଳୀନ ଥାନାଧିକାରୀଙ୍କୁ ଗିରଫ କରାଯିବା ସହ ଚାକିରିରୁ ବହିଷ୍କାର କରାଯାଇଛି। କିନ୍ତୁ ସମ୍ପୃକ୍ତ ଜଣେ ପୋଲିସ ଏସ୍‌ଆଇ ଓ ଡାକ୍ତରଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ ହୋଇନାହିଁ। ତେଣୁ ତାଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ମାନବାଧିକାର କର୍ମୀ ହିମାଂଶୁ ଶେଖର ନାୟକ କମିଶନଙ୍କ ନିକଟରେ ଦାବି କରିଛନ୍ତି। ଏହି ମାମଲାରେ ୬ଜଣଙ୍କ ନାଁରେ ମାମଲା ହୋଇଛି। ପୋଲିସ ଡିଜି ଅଭୟ କେବଳ ବୀରମିତ୍ରପୁର ଥାନା ଅଧିକାରୀ ଆନନ୍ଦଚନ୍ଦ୍ର ମାଝିଙ୍କୁ ବହିଷ୍କୃତ କରିଥିଲେ ମଧ୍ୟ ସଂପୃକ୍ତ ଏସ୍‌ଆଇଙ୍କ ବିରୋଧରେ କିଛି ବି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିନାହାନ୍ତି। କେଉଁ କାରଣ ପାଇଁ ଅନ୍ୟ ଅଭିଯୁକ୍ତମାନଙ୍କୁ ଘଣ୍ଟ ଘୋଡାଉଛନ୍ତି ତାହାକୁ ନେଇ ପ୍ରଶ୍ନ କରିଛନ୍ତି ହିମାଂଶୁ। ପୀଡିତା ନାବାଳିକାଙ୍କୁ ୨ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ମଧ୍ୟ ସେ କମିଶନଙ୍କ ନିକଟରେ ଦାବି କରିଛନ୍ତି।
ସୂଚନାଯୋଗ୍ୟ, ଗତ ମାର୍ଚ୍ଚ ୨୫ରେ ନାବାଳିକା ଜଣକ ମେଳା ଦେଖିବାକୁ ବୀରମିତ୍ରପୁର ଯାଇଥିଲେ। କରୋନା କଟକଣା ପାଇଁ ମେଳା ବନ୍ଦ ହୋଇଯିବାରୁ ସେ କୌଣସି କାରଣରୁ ଗଁାକୁ ଫେରି ପାରି ନ ଥିଲେ। ପାଟ୍ରୋଲିଂରେ ଥିବା ପୋଲିସ ତାଙ୍କୁ ଥାନାକୁ ନେଇ ଅଟକ ରଖିଥିଲା। ପରେ ଥାନା ଅଧିକାରୀ ମାଝି ନାବାଳିକାଙ୍କୁ ଥାନା କୋଠାର ଉପର ମହଲାକୁ ନେଇ ବଳାତ୍କାର କରି ପରଦିନ ସକାଳୁ ତାଙ୍କ ଘରେ ଛାଡ଼ିଥିଲେ। ଏହାପରେ ୩ମାସ ଧରି ଲଗାତାର ତାଙ୍କୁ ଥାନାକୁ ଡାକି ବଳାତ୍କାର କରିଥିଲେ। ଏହି ସୁଯୋଗରେ ଥାନାର ଜଣେ ଏସ୍‌ଆଇଙ୍କ ସମେତ ଅନ୍ୟ କେତେଜଣ କର୍ମଚାରୀ ମଧ୍ୟ ତାଙ୍କୁ ବଳାତ୍କାର କରିଥିଲେ। ଅନ୍ୟପକ୍ଷରେ ଗର୍ଭପାତରେ ସମ୍ପୃକ୍ତ ଡାକ୍ତରଙ୍କ ନାଁରେ ମଧ୍ୟ ଅଭିଯୋଗ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ପାଇଁ ଡେବ୍ୟୁ କଲେ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ: ପ୍ରଥମ ମ୍ୟାଚ୍‌ରେ କଲେ ଏମିତି କାରନାମା

ରାଜକୋଟ,୧୯।୯: ବାପାଙ୍କ ଭଳି କ୍ରିକେଟ ମଇଦାନରେ ପାଦ ଥାପିବାର ଆର୍ଯ୍ୟବୀର ସେହ୍ବାଗଙ୍କ ଅପେକ୍ଷା ଶେଷ ହୋଇଛି। ଅଷ୍ଟ୍ରେଲିଆ ଅଣ୍ଡର-୧୯ ବିପକ୍ଷରେ ରାଜକୋଟରେ ଖେଳାଯାଇଥିବା ମ୍ୟାଚ୍‌ରେ ସେ ପ୍ରଥମଥର…

ଗଞ୍ଜାମ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ଶହ ଶହ ରୋଗୀ ନିର୍ଭରଶୀଳ: ମାତ୍ର ୨ଟି ବେଡ୍‌ରେ ଚାଲିଛି ଚିକିତ୍ସା

ଗଞ୍ଜାମ,୧୯।୯(ବିଦ୍ୟାଧର ସାହୁ): ଗଞ୍ଜାମ ସହର ବଡ଼ବଜାରସ୍ଥିତ ବହୁ ପୁରାତନ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପରିଣତ କରିବା ଦାବି ଜୋର ଧରିଛି। ରାଜପଥ ପାର୍ଶ୍ୱରେ ଅବସ୍ଥିତ ଏହି…

କଠୋର ଆଭିମୁଖ୍ୟ

ସପ୍ତାହେ ମଧ୍ୟରେ ୪ଜଣ ବରିଷ୍ଠ ଅଧିକାରୀଙ୍କୁ ସେମାନଙ୍କର ମୂଳ କ୍ୟାଡରକୁ ଫେରାଇ ଦିଆଯିବା ଏକ ଉଲ୍ଲେଖନୀୟ ଘଟଣା। ସେମାନଙ୍କ ମଧ୍ୟରୁ ୩ ଜଣଙ୍କୁ ଏକ ବର୍ଦ୍ଧିତ ‘କୁଲିଂ-ଅଫ୍‌’…

୬ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କଲେ କାକା: ଘର ପଛପଟକୁ ନେଇ…

ପାଟଣା,୧୯ା୯(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ସମ୍ପର୍କୀୟ କାକା ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଏନେଇ ପୋଲିସ…

ରାଧାଷ୍ଟମୀରେ ସୃଷ୍ଟି ହେଲା ବଡ଼ ବଡ଼ ଗ୍ରହ ଯୋଗ: ଆଜିଠୁ ୫ ରାଶିଙ୍କର ଆରମ୍ଭ ହେଲା ଗୋଲଡେନ୍‌ ଟାଇମ୍‌, ଅପାର ଧନଲାଭ ସହ ବଢ଼ିବ ଆୟ!

ଭୁବନେଶ୍ୱର: ୧୯ ସେପ୍ଟେମ୍ବର ୨୦୨୬, ଶନିବାର ଭାଦ୍ରବ ମାସ ଶୁକ୍ଳପକ୍ଷ ଅଷ୍ଟମୀ ତିଥି। ଏହି ଦିନ ରାଧାଷ୍ଟମୀ, ଦଧୀଚି ଜୟନ୍ତୀ ଏବଂ ମାସିକ ଦୁର୍ଗାଷ୍ଟମୀ ପାଳନ କରାଯିବ।…

ଦୋକାନରୁ ଚୋରି,ଜାଲ ନୋଟ କାରବାର ଅଭିଯୋଗ: ୨ ଅଟକ

ଦେବଗଡ଼, ୧୯।୯: ଦୋକାନରୁ ଚୋରି ଏବଂ ସନ୍ଦିଗ୍ଧ ଜାଲ ନୋଟ ବ୍ୟବହାର ଅଭିଯୋଗରେ ଦେବଗଡ଼ ଜିଲା ବାରକୋଟ ଥାନା ପୋଲିସ ୨ ଜଣଙ୍କୁ ଅଟକ ରଖି ପଚରାଉଚରା…

ଅଷ୍ଟ୍ରେଲିଆ ବୋଲରଙ୍କୁ ଧୂଳି ଚଟାଇଲେ ରାହୁଲ ଦ୍ରାବିଡ଼ଙ୍କ ପୁଅ, ବର୍ଷା କଲେ ଚୌକା-ଛକା,ସମସ୍ତେ ଆଶ୍ଚର୍ଯ୍ୟ

ରାଜକୋଟ,୧୯।୯: କ୍ରିକେଟରେ ‘ଦ୍ରାବିଡ଼’ ନାଁ ଶୁଣିଲେ ରାହୁଲ ଦ୍ରାବିଡ଼ଙ୍କ ଧୈର୍ଯ୍ୟଶୀଳ ଓ ଶାନ୍ତ ବ୍ୟାଟିଂ ମନେ ପଡ଼େ। କିନ୍ତୁ ତାଙ୍କ ପୁଅ ଅନୱୟ ଦ୍ରାବିଡ଼ ବ୍ୟାଟରେ ଦେଖାଇଛନ୍ତି…

ସରିଲା ନୂଆଁଖାଇ, ରହିଗଲା ଆବର୍ଜନା: ସହର ସାରା ପରିବେଶ ପ୍ରଦୂଷଣର ବିକଳ ଚିତ୍ର

ବରଗଡ଼,୧୯।୯(ପ୍ରେମାନନ୍ଦ ଖମାରୀ): ଗଣେଶ ପୂଜା ଓ ନୂଆଁଖାଇ ସରି ଯାଇଛି। ଉତ୍ସାହ, ଉଦ୍ଦୀପନା ସହିତ ଲୋକେ ଏହାକୁ ପାଳନ କରିଛନ୍ତି। ହେଲେ ଏହି ପର୍ବ ସରିବା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?