ଦୁଇ ନାବାଳିକା ଭଉଣୀଙ୍କୁ ବଳାତ୍କାର ମାମଲା: ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

ବ୍ରହ୍ମପୁର ଅଫିସ,୧୩ା୪: ସ୍ବତନ୍ତ୍ର ଫାଷ୍ଟଟ୍ରାକ୍‌ କୋର୍ଟ ଜଜ୍‌ ଗଣେଶ୍ୱର ପତି ଗୁରୁବାର ଦଳିତ ବର୍ଗର ଦୁଇଜଣ ନାବାଳିକା ଭଉଣୀଙ୍କୁ ବଳାତ୍କାର କରିବା ମାମଲାର ଚୂଡାନ୍ତ ରାୟ ପ୍ରକାଶ କରି ଅଭିଯୁକ୍ତକୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଆବଶ୍ୟକ ପ୍ରମାଣକୁ ଭିତ୍ତି କରି ଗୋଳନ୍ଥରା ଥାନା ଗୋବିନ୍ଦବିହାରର ଅଭିଯୁକ୍ତ ବୁଡୁ ମଲାଣ(୩୨)କୁ ସେ ଆଜୀବନ ଦଣ୍ଡାଦେଶର ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି। ଏହା ସହିତ ଉଭୟ ପୀଡ଼ିତାଙ୍କୁ ୪ଲକ୍ଷ ଲେଖାଏ ଆର୍ଥିକ ସହାୟତା ପ୍ରଦାନ କରିବାକୁ କୋର୍ଟ ଜିଲା ଆଇନସେବା ପ୍ରାଧିକରଣକୁ ନିର୍ଦ୍ଦେଶ ଦେଇଛନ୍ତି।

ଘଟଣାରୁ ପ୍ରକାଶ ଯେ, ୨୦୧୫ ଏପ୍ରିଲ ୨ରେ ଦୁଇଜଣ ନାବାଳିକା ଭଉଣୀ ପ୍ରାତଃ ଭ୍ରମଣ ସାରି ଘରକୁ ସାଇକେଲରେ ଫେରୁଥିଲେ। ଏହି ସମୟରେ ଟ୍ରାକ୍ଟର୍‌ ଡ୍ରାଇଭର୍‌ ବୁଡୁ ଉଭୟଙ୍କୁ ଧକ୍କା ଦେଇଥିଲେ। ଧକ୍କା ଖାଇ ଉଭୟ ଭଉଣୀ ତଳେ ପଡ଼ିଯିବା ପରେ ଗୋବିନ୍ଦବିହାର ରେଳ ଲାଇନ ନିକଟରେ ବୁଡୁ ପ୍ରଥମେ ଜଣେ ନାବାଳିକାଙ୍କୁ ବଳାତ୍କାର କରିଥିଲେ। ଏହା ଦେଖି ଅନ୍ୟ ସମ୍ପର୍କୀୟ ଭଉଣୀ ଜଣଙ୍କ ଏହାର ପ୍ରତିବାଦ କରି ବୁଡୁ ଉପରକୁ ପଥର ଫିଙ୍ଗିଥିଲେ। ବୁଡୁ ଉତ୍ତ୍ୟକ୍ତ ହୋଇ ଉକ୍ତ ନାବାଳିକାଙ୍କୁ ମଧ୍ୟ ବଳାତ୍କାର କରିଥିଲେ। ଘଟଣା ପରେ ଅଭିଯୁକ୍ତ ବୁଡୁ ଘଟଣାସ୍ଥଳରୁ ଚମ୍ପଟ ମାରିଥିଲେ। ଦୁଇଭଉଣୀ ଅଚେତ ଅବସ୍ଥାରେ ସେଠାରେ ପଡ଼ି ରହିଥିବା ବେଳେ ସେହି ରାସ୍ତା ଦେଇ ଯାଉଥିବା ଜଣେ ଅଙ୍ଗନଓ୍ବାଡି କର୍ମୀ ଉଭୟଙ୍କୁ ଉଦ୍ଧାର କରି ତାଙ୍କର ଘରେ ଛାଡ଼ି ପୀଡ଼ିତାଙ୍କ ପରିବାର ଲୋକ ଏନେଇ ଗୋଳନ୍ଥରା ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଏସଂକ୍ରାନ୍ତରେ ୩୧/୧୫ରେ ଏକ ମାମଲା ରୁଜୁ କରି ତଦନ୍ତ କରିଥିଲା। ପୋଲିସ ବୁଡୁଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ସେ ଘଟଣା ପରଠାରୁ ଏଯାବତ୍‌ ବ୍ରହ୍ମପୁର ମଣ୍ଡଳକାରାଗାର (ଜେଲ)ରେ ବିଚାରାଧୀନ ବନ୍ଦୀ ଭାବେ ରହିଛନ୍ତି। ତତ୍କାଳୀନ ସଦର ଏସ୍‌ଡିପିଓ ହରିହର ପାଣି କୋର୍ଟରେ ଚାର୍ଜଶିଟ୍‌ ଦାଖଲ କରିଥିଲେ। ଏହି ମାମଲାର ବିଚାର ବେଳେ ୨୮ଜଣ ସାକ୍ଷୀଙ୍କ ବୟାନ ରେକର୍ଡ କରାଯାଇଥିଲା। ଗୁରୁବାର ଶୁଣାଣି ବେଳେ ଅଭିଯୁକ୍ତ ବୁଡୁଣଙ୍କୁ କୋର୍ଟରେ ହାଜର କରାଯାଇଥିଲା। ଆବଶ୍ୟକ ପ୍ରମାଣ ଥିବାରୁ କୋର୍ଟ ଅଭିଯୁକ୍ତ ବୁଡୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ସରକାରଙ୍କ ତରଫରୁ ସ୍ବତନ୍ତ୍ର ପିପି ମୋହନ ସିଙ୍ଗାରୀ ଓ ମୁଦାଲାଙ୍କ ତରଫରୁ ଆଇନଜୀବୀ ପ୍ରଦୀପ ପଟ୍ଟନାୟକ ମୋକଦ୍ଦମା ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କିଏ ସେ ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା? ସ୍ତ୍ରୀଙ୍କ ଖୁଲାସା ପରେ…

ମୁମ୍ବାଇ: ଆଜିକାଲି ନିଜର କର୍ମ ଜୀବନକୁ ନେଇ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ବଲିଉଡ ସୁପରଷ୍ଟାର ଗୋବିନ୍ଦା। ୬୨ ବର୍ଷ ବୟସରେ…

ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌, ଭାରତ ପାଇଁ ପଦକ ପକ୍କାକଲେ ତ୍ରିସା-ଗାୟତ୍ରୀ

ନୂଆଦିଲ୍ଲୀ, ୨୧ା୮: ଭାରତର ତ୍ରିସା ଜୋଲି ଓ ଗାୟତ୍ରୀ ଗୋପିଚାନ୍ଦ ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌ ମହିଳା ଡବଲ୍ସ ସେମିଫାଇନାଲରେ ପ୍ରବେଶ କରିବା ସହ ପଦକ ପକ୍କା କରିଛନ୍ତି।…

କ୍ଷେତମୁଣ୍ଡଳି ରାସ୍ତାରେ ୨ କଲରାପତରିଆ ବାଘ ଛୁଆ: ଘୁମୁସର ଉତ୍ତର ବନଖଣ୍ଡରେ ବଢ଼ୁଛି ବନ୍ୟପ୍ରାଣୀଙ୍କ ଚଳପ୍ରଚଳ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ କ୍ଷେତମୁଣ୍ଡଳି-ତିରିକୁପା ରାସ୍ତାରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି କଲରାପତରିଆ ବାଘ ଛୁଆ ରାସ୍ତା…

ଧରିତ୍ରୀ ପ୍ରଭାବ: ବାପାଙ୍କ ଦଶାହ କାର୍ଯ୍ୟପାଇଁ  ଝିଅପୁଅ ଗାଁ ଲୋକଙ୍କୁ ଭିକ୍ଷା ମାଗିବା ଘଟଣା, ଅସହାୟ ପରିବାରଙ୍କୁ ମିଳିଲା …

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା(୪୯)ଙ୍କ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଥିଲା। ଗୋବିନ୍ଦଙ୍କ ମୃତ୍ୟୁପରେ…

ଟୁରିଷ୍ଟ ବସ୍‌ରେ ଯାତ୍ରୀ ନେବା ପଡ଼ିଲା ମହଙ୍ଗା

କୋକସରା,୨୧।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ବିଜୁ ଏକ୍ସପ୍ରେସ ୱେ ଏବଂ ୨୬ ନମ୍ବର ଜାତୀୟ ରାଜପଥରେ ୧୫ରୁ ଊଦ୍ଦର୍‌ବ ଟୁରିଷ୍ଟ ବସ୍‌ ବେଆଇନ…

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri