ଦୁର୍ଘଟଣା ଗାଡ଼ିରୁ ଟଙ୍କା ଚୋରି ମାମଲା: ୧୫ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଜବତ, ୪ ଗିରଫ

ବୌଦ୍ଧ,୪ା୨(ସ୍ବ.ପ୍ର.): ବୌଦ୍ଧ ଜିଲା ବାଉଁଶୁଣୀ ଥାନାର ବହିରା ହାଇସ୍କୁଲ ଛକଠାରେ ସାଧାରଣତନ୍ତ୍ର ଦିବସ ଦିନ ଏକ ସ୍କର୍ପିଓ ଦୁର୍ଘଟଣା ଘଟିଥିଲା। ଦୁର୍ଘଟଣାରେ ଜଣେ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ଓ ଆଉ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା। ଦୁର୍ଘଟଣା ପରେ ସ୍ଥାନୀୟ ଲୋକମାନେ ଗାଡ଼ି ଚାଳକ ଓ ଗାଡ଼ିରେ ବସିଥିବା ଲୋକଙ୍କୁ ମାଡ଼ ମାରିଥିଲେ ଓ ଗାଡ଼ିରେ ଥିବା ୧୫ ଲକ୍ଷ ୨୦ ହଜାର ଟଙ୍କା କେହି ଲୁଟ୍‌ କରିନେଇଥିଲେ। ଏହି ଘଟଣାରେ ବାଉଁଶୁଣୀ ପୋଲିସ ୪ ଜଣକୁ ଗିରଫ କରି କୋର୍ଟ ଚାଲାଣ କରିଛି।

ପୋଲିସ ସୂତ୍ରରୁ ମିଳିଥିବା ସୂଚନାନୁଯାୟୀ, ଦୁର୍ଘଟଣା ଗାଡ଼ିରେ ଉକ୍ତ ଦିନ ବଲାଙ୍ଗୀର ଜିଲା ତୁରକେଲା ଥାନାର ତେନ୍ତୁଳିଖୁଣ୍ଟା ଗ୍ରାମର ଇମ୍ରାନ ଖାନ ଓ ତାଙ୍କ ଡ୍ରାଇଭର ସୋନପୁର ପଟୁ ବୌଦ୍ଧ ଆଡ଼କୁ ଆସୁଥିବା ବେଳେ ଦୁର୍ଘଟଣା ହୋଇଥିଲା। ଦୁର୍ଘଟଣା ପରେ ସ୍ଥାନୀୟ ଲୋକଙ୍କ ମାଡ଼ରେ ଇମ୍ରାନ ଓ ଗାଡ଼ିଚାଳକ ଗୁରୁତର ହେବା ସହ ଚେତାଶୁନ୍ୟ ହୋଇପଡ଼ିଥିଲେ। ପରେ ଗାଡ଼ିରେ ଥିବା ୧୫ ଲକ୍ଷ ୨୦ ହଜାର ଟଙ୍କା ଲୁଟ୍‌ ହୋଇଥିଲା। ଇମ୍ରାନ ଭଲ ହେବା ପରେ ଗତ ୨୮.୧.୨୩ରେ ଟଙ୍କା ଚୋରି ହୋଇଥିବା ନେଇ ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗ ପରେ ବାଉାଁଶୁଣୀ ପୋଲିସ ଏକ ମାମଲା ୩୪/୨୩ରେ ରୁଜ କରି ତଦନ୍ତ ଆରମ୍ଭ କରିଥିଲା । ପୋଲିସ ତଦନ୍ତକୁ ଗମ୍ଭୀର ସହ ନେବା ସହ ଗତ ୩.୨.୨୩ରେ ଚୋରମାନଙ୍କୁ ଧରିବାରେ ସଫଳ ହୋଇଥିଲା। ଏହି ଚୋରି ଘଟଣାରେ ପୋଲିସ ବାଉଁଶୁଣୀ ଥାନାର କୁଳମଣି ମେହେର (୨୭), ବହିରା ଗ୍ରାମର ସୁରେଶ ଚନ୍ଦ୍ର ରଣା (୩୧) , ହେମାନନ୍ଦ ନାଏକ (୨୫) କିସାନ ନାଏକ ( ୨୫), ଓ ନିଳାଦ୍ରୀ ନାଏକ। ପୋଲିସ ଅଭିଯୁକ୍ତମାନଙ୍କ ଠାରୁ ୧୫ ଲକ୍ଷ ୧୫ ହଜାର ଟଙ୍କା ଜବତ କରିବା ସହ ଶନିବାର କୋର୍ଟ ଚାଲାଣ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri