ଦୁର୍ଘଟଣା ଗାଡ଼ିରୁ ଟଙ୍କା ଚୋରି ମାମଲା: ୧୫ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଜବତ, ୪ ଗିରଫ

ବୌଦ୍ଧ,୪ା୨(ସ୍ବ.ପ୍ର.): ବୌଦ୍ଧ ଜିଲା ବାଉଁଶୁଣୀ ଥାନାର ବହିରା ହାଇସ୍କୁଲ ଛକଠାରେ ସାଧାରଣତନ୍ତ୍ର ଦିବସ ଦିନ ଏକ ସ୍କର୍ପିଓ ଦୁର୍ଘଟଣା ଘଟିଥିଲା। ଦୁର୍ଘଟଣାରେ ଜଣେ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ଓ ଆଉ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା। ଦୁର୍ଘଟଣା ପରେ ସ୍ଥାନୀୟ ଲୋକମାନେ ଗାଡ଼ି ଚାଳକ ଓ ଗାଡ଼ିରେ ବସିଥିବା ଲୋକଙ୍କୁ ମାଡ଼ ମାରିଥିଲେ ଓ ଗାଡ଼ିରେ ଥିବା ୧୫ ଲକ୍ଷ ୨୦ ହଜାର ଟଙ୍କା କେହି ଲୁଟ୍‌ କରିନେଇଥିଲେ। ଏହି ଘଟଣାରେ ବାଉଁଶୁଣୀ ପୋଲିସ ୪ ଜଣକୁ ଗିରଫ କରି କୋର୍ଟ ଚାଲାଣ କରିଛି।

ପୋଲିସ ସୂତ୍ରରୁ ମିଳିଥିବା ସୂଚନାନୁଯାୟୀ, ଦୁର୍ଘଟଣା ଗାଡ଼ିରେ ଉକ୍ତ ଦିନ ବଲାଙ୍ଗୀର ଜିଲା ତୁରକେଲା ଥାନାର ତେନ୍ତୁଳିଖୁଣ୍ଟା ଗ୍ରାମର ଇମ୍ରାନ ଖାନ ଓ ତାଙ୍କ ଡ୍ରାଇଭର ସୋନପୁର ପଟୁ ବୌଦ୍ଧ ଆଡ଼କୁ ଆସୁଥିବା ବେଳେ ଦୁର୍ଘଟଣା ହୋଇଥିଲା। ଦୁର୍ଘଟଣା ପରେ ସ୍ଥାନୀୟ ଲୋକଙ୍କ ମାଡ଼ରେ ଇମ୍ରାନ ଓ ଗାଡ଼ିଚାଳକ ଗୁରୁତର ହେବା ସହ ଚେତାଶୁନ୍ୟ ହୋଇପଡ଼ିଥିଲେ। ପରେ ଗାଡ଼ିରେ ଥିବା ୧୫ ଲକ୍ଷ ୨୦ ହଜାର ଟଙ୍କା ଲୁଟ୍‌ ହୋଇଥିଲା। ଇମ୍ରାନ ଭଲ ହେବା ପରେ ଗତ ୨୮.୧.୨୩ରେ ଟଙ୍କା ଚୋରି ହୋଇଥିବା ନେଇ ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗ ପରେ ବାଉାଁଶୁଣୀ ପୋଲିସ ଏକ ମାମଲା ୩୪/୨୩ରେ ରୁଜ କରି ତଦନ୍ତ ଆରମ୍ଭ କରିଥିଲା । ପୋଲିସ ତଦନ୍ତକୁ ଗମ୍ଭୀର ସହ ନେବା ସହ ଗତ ୩.୨.୨୩ରେ ଚୋରମାନଙ୍କୁ ଧରିବାରେ ସଫଳ ହୋଇଥିଲା। ଏହି ଚୋରି ଘଟଣାରେ ପୋଲିସ ବାଉଁଶୁଣୀ ଥାନାର କୁଳମଣି ମେହେର (୨୭), ବହିରା ଗ୍ରାମର ସୁରେଶ ଚନ୍ଦ୍ର ରଣା (୩୧) , ହେମାନନ୍ଦ ନାଏକ (୨୫) କିସାନ ନାଏକ ( ୨୫), ଓ ନିଳାଦ୍ରୀ ନାଏକ। ପୋଲିସ ଅଭିଯୁକ୍ତମାନଙ୍କ ଠାରୁ ୧୫ ଲକ୍ଷ ୧୫ ହଜାର ଟଙ୍କା ଜବତ କରିବା ସହ ଶନିବାର କୋର୍ଟ ଚାଲାଣ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦ଟଙ୍କା ଲାଞ୍ଚ ପାଇଁ ୩୦ ବର୍ଷର ଆଇନଗତ ଲଢ଼େଇ

ନୂଆଦିଲ୍ଲୀ, ୨୦।୮: ମାତ୍ର ୨୦ଟଙ୍କା ଲାଞ୍ଚ ମାମଲାରେ ୩ ଦଶନ୍ଧି ଧରି ଚାଳିଥିବା ଆଇନଗତ ଲଢ଼େଇର ଅନ୍ତ ଘଟିଛି। ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ଉଜ୍ଜଳ ଭୂୟାଁ ଏବଂ…

୨୮ରେ ରାଜ୍ୟ କ୍ୟାବିନେଟ୍‌: ୭ ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

ଭୁବନେଶ୍ୱର,୨୦।୮(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୨୮ତାରିଖରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଏ ସଂକ୍ରାନ୍ତରେ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ମନ୍ତ୍ରିମଣ୍ଡଳର ସଦସ୍ୟମାନଙ୍କୁ…

ଆଉ ଏକ ଲଘୁଚାପ: ୨୨ରୁ ପୁଣି ବର୍ଷା, ୧୫ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୧୯ା୮(ସୌମ୍ୟରଞ୍ଜନ ରାଉତ) – ପଛକୁ ପଛ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାରୁ ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ…

ଜାତୀୟ ରାଜପଥରେ ପିକ୍‌ଅପ୍‌ ଭ୍ୟାନ୍‌ ଅଟକାଇ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ଜେଲ ଗଲେ ୩ ଅଭିଯୁକ୍ତ,୪ ନାବାଳକ…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ପାଟପୁର ପୋଲିସ ଏକ ବଡ଼ଧରଣର ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି। ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ମାର୍ଥାପୁର ନିକଟରେ ପିକ୍‌ଅପ୍‌ ଭ୍ୟାନ୍‌…

ରାଜ୍ୟର ଅଧିକାର ଛଡ଼ାଇ ନେବ ଏମ୍‌ଏମ୍‌ଡିଆର୍‌ ବିଲ୍‌: ଚେତାଇଲେ ନବୀନ, BJPକୁ ଟାର୍ଗେଟ୍ କରି…

ଭୁବନେଶ୍ୱର,୧୯।୮(ସୁନିତ୍‌ ମିଶ୍ର): ୨୦୦୦ ମସିହାରେ ଯେତେବେଳେ ବିଜେଡି ଶାସନ କ୍ଷମତାକୁ ଆସିଲା, ସେତେବେଳକୁ ଓଡ଼ିଶାର ଅର୍ଥନୀତି ବହୁ ଖରାପ ଅବସ୍ଥାରେ ଥିଲା। ସରକାର ଓଭରଡ୍ରାଫ୍ଟ ଉପରେ ନିର୍ଭର…

Facebookରେ ଲାଇଭ୍‌ ଆସିଲେ,ବେକରେ ରଶି ଲଗାଇ ଝୁଲି ପଡ଼ିଲେ…ସ୍ତ୍ରୀଙ୍କ ସହ ବିବାଦ ପରେ…

ବରେଲୀ,୧୯।୮: ଉତ୍ତରପ୍ରଦେଶର ବରେଲୀ ଜିଲାରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ପାରିବାରିକ ବିବାଦକୁ କେନ୍ଦ୍ର କରି ଜଣେ ଯୁବକ ଫେସବୁକ୍‌ରେ ଲାଇଭ୍ ଆସି ଆତ୍ମହତ୍ୟା…

କେବେ ବାନ୍ଧିବେ ରାକ୍ଷୀ? ୨୭ ନା ୨୮, ଜାଣନ୍ତୁ ତାରିଖ

ରାକ୍ଷୀ ପୂର୍ଣ୍ଣିମା ଏକ ଲୋକପ୍ରିୟ ପାରମ୍ପରିକ ହିନ୍ଦୁ ପର୍ବ । ଏହି ପର୍ବ ଭାଇ ଓ ଭଉଣୀଙ୍କ ମଧ୍ୟରେ ବନ୍ଧୁତ୍ୱକୁ ଦୃଢ଼ କରିଥାଏ । ଏହି ଦିନ…

ଦୁଇ ଭାରତୀୟ ଡାକ୍ତରଙ୍କୁ ସମ୍ମାନିତ କରିବ ପାକିସ୍ତାନ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇସଲାମାବାଦ,୧୯।୮: ପାକିସ୍ତାନ ସରକାର ମହମ୍ମଦ ଅଲୀ ଜିନ୍ନାଙ୍କ ଗୁରୁତର ଅସୁସ୍ଥତାକୁ ଗୋପନ ରଖିବା ଏବଂ ତାଙ୍କର ଚିକିତ୍ସା କରିଥିବା ଦୁଇ ଭାରତୀୟ ଡାକ୍ତରଙ୍କୁ ସମ୍ମାନ ଦେବାକୁ ଘୋଷଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri