Posted inଜାତୀୟ

Farmers Protest: କୃଷକ ଆନ୍ଦୋଳନକୁ ନେଇ ସୁପ୍ରିମକୋର୍ଟରେ ମାମଲା ଦାଏର

ନୂଆଦିଲ୍ଲୀ, ୨୩।୨: ସପ୍ତାହ ଧରି ଜାରି ରହିଥିହିବା କୃଷକ ଆନ୍ଦୋଳନ ସୁପ୍ରିମକୋର୍ଟରେ ପହଞ୍ଚିଛିି। କୋର୍ଟରେ ହୋଇଥିବା ଆବେଦନରେ କୁହାଯାଇଛି, ଆନ୍ଦୋଳନରତ କୃଷକଙ୍କ ଅଧିକାରର ଉଲ୍ଲଂଘନ ହେଉଛି । ଆହୁରି କୁହାଯାଇଛି ଯେ, କୃଷକଙ୍କ ଆନ୍ଦୋଳନ ଦମନ ପାଇଁ କେନ୍ଦ୍ର ସରକାର ବଳ ପ୍ରୟୋଗ କରୁଛନ୍ତି । ଫଳରେ ଏକାଧିକ କୃଷକ ଆହତ ମଧ୍ୟ ହୋଇଛନ୍ତି । କୃଷକଙ୍କ ଗଣତାନ୍ତ୍ରିକ ଅଧିକାର ଉଲ୍ଲଂଘନ ହେଉଛି । ସ୍ବାମୀନାଥନ ଆୟୋଗଙ୍କ ସୁପାରିସ ଲାଗୁ କରିବା ଦାବିରେ କୃଷକ ଦିଲ୍ଲୀ ଚଲୋ ଡାକରା ଦେଇଛନ୍ତି । ଆବେଦନରେ କୁହାଯାଇଛି, କେନ୍ଦ୍ର ସରକାର ଓ ରାଜ୍ୟ ସରକାର କୃଷକଙ୍କ ପ୍ରତିବାଦକୁ ଦୃଷ୍ଟିରେ ରଖି ଦିଲ୍ଲୀ ସୀମାରେ ଲୁହା କଣ୍ଟା ପୋତିବା ସହ ସିମେଣ୍ଟ ପ୍ରାଚୀର ନିର୍ମାଣ କରିଛନ୍ତି । ଯେମିତି ଆନ୍ଦୋଳନରତ କୃଷକ ଦିଲ୍ଲୀ ପହଞ୍ଚି ପାରିବେ ନାହିଁ। କୃଷକଙ୍କ ବିରୋଧ ପ୍ରଦର୍ଶନକୁ ରୋକିବା ଲାଗି ୧୪୪ ଧାରା ଲାଗୁ କରାଯାଇଛି । କେନ୍ଦ୍ର ଓ ରାଜ୍ୟ ସରକାର ଚାଷୀଙ୍କୁ ଅଟକାଇବା ଲାଗି ଲୁହ ବୁହା ଗ୍ୟାସ ପ୍ରୟୋଗ କରୁଛନ୍ତି । ରବରର ଗୁଳି ବ୍ୟବହାର କରାଯାଉଛି । ଫଳରେ ଏକାଧିକ କୃଷକ ଗୁରୁତର ଆହତ ହୋଇଛନ୍ତି ।

ଆବେଦନକାରୀ କୋର୍ଟରେ କହିଛନ୍ତି ଯେ, ଆନ୍ଦୋଳନରତ କୃଷକଙ୍କ ଦାବି ଉପରେ ବିଚାର କରିବାକୁ କେନ୍ଦ୍ର ସରକାରଙ୍କୁ ନିର୍ଦ୍ଦେଶ ଦିଆଯାଉ । କେନ୍ଦ୍ର ଓ ରାଜ୍ୟ ସରକାର କୃଷକଙ୍କ ସହ ଭେଦଭାବ ନ କରନ୍ତୁ । ସାଧାରଣ ଲୋକଙ୍କ ଗମନାଗମନ ପାଇଁ ଜରୁରୀ ପଦକ୍ଷେପ ନିଅନ୍ତୁ ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କ ବଡ଼ ଘୋଷଣା: ବିଶ୍ୱ ବଜାରରେ ଆଶ୍ୱସ୍ତି, ହ୍ରାସ ପାଇଲା…

ଓ୍ବାଶିଂଟନ୍‌,୨୩।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଯୋଗୁ ସାରା ବିଶ୍ୱରେ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଇଛି। ଭାରତୀୟ ମୁଦ୍ରା ଡଲାର ତୁଳନାରେ ୯୪.୦୧କୁ ଖସି ଆସି ଏସିଆରେ…

ଉଡାଣ ଭରିବାର କିଛି ସମୟ ପରେ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୧୧୦ ଜଣ କରୁଥିଲେ ଯାତ୍ରା

କଲମ୍ବିଆ,୨୩।୩: କଲମ୍ବିଆରେ ଏକ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ମୋଟ ୧୧୦ ଜଣ ଯାତ୍ରା କରୁଥିଲେ। ରିପୋର୍ଟ ଅନୁଯାୟୀ ବିମାନଟି ଉଡ଼ାଣ ଆରମ୍ଭ ହେବାର କିଛି…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

ମୃତଦେହ ସହିତ ୧୩ ଘଣ୍ଟା ଉଡିଲା ବିମାନ, ହେଲେ ଜରୁରୀକାଳୀନ ଅବତରଣ କଲେନି ପାଇଲଟ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୩।୩: ହଂକଂରୁ ଲଣ୍ଡନ ଯାଉଥିବା ବ୍ରିଟିଶ ଏୟାରୱେଜ ବିମାନ BA32ରେ ଏକ ଏଭଳି ଘଟଣା ଘଟିଛି, ଯାହା ବିମାନ ଚଳାଚଳ ନିୟମ ଏବଂ ମାନବ ସମ୍ବେଦନଶୀଳତା ମଧ୍ୟରେ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri