Posted inଜାତୀୟ

ବିନା ଅନୁମତିରେ ବାବୁଙ୍କ ବିରୋଧରେ ହେବ ମାମଲା

ନୂଆଦିଲ୍ଲୀ,୧୨ା୯(ପି.ଟି.):କେନ୍ଦ୍ର ସରକାରଙ୍କ ଅଧୀନରେ ନିଯୁକ୍ତ ଯୁଗ୍ମ ସଚିବ ଓ ତଦୂର୍ଦ୍ଧ୍ୱ ପାହ୍ୟାର ଅଫିସରମାନେ ଦୁର୍ନୀତିରେ ସମ୍ପୃକ୍ତ ଥିଲେ, କର୍ତ୍ତୃପକ୍ଷଙ୍କ ବିନା ଅନୁମତିରେ ସେମାନଙ୍କ ବିରୋଧରେ ତଦନ୍ତ କରାଯିବା ସହ ମାମଲା ରୁଜୁ କରାଯାଇପାରିବ। ୨୦୧୪ରେ ସୁପ୍ରିମକୋର୍ଟ ଦେଇଥିବା ଏହି ରାୟକୁ ୨୦୦୩ ସେପ୍ଟେମ୍ବର ୧୧ରୁ ପିଛିଲା ଭାବେ ଲାଗୁ କରିବା ପାଇଁ ସୋମବାର ନିର୍ଦ୍ଦେଶ ଦେଇଛନ୍ତି। ଦୁର୍ନୀତି ମାମଲାରେ ଦିଲ୍ଲୀ ସ୍ବତନ୍ତ୍ର ପୋଲିସ ପ୍ରତିଷ୍ଠାନ (ଡିଏସ୍‌୍‌ପିଇ) ଅଧିନିୟମ, ୧୯୪୬ ଉପରୋକ୍ତ ଅଧିକାରୀମାନଙ୍କ ବିରୋଧରେ ତଦନ୍ତ ଓ କାର୍ଯ୍ୟାନୁଷ୍ଠାନ ଲାଗି ଉଚ୍ଚ କର୍ତ୍ତୃପକ୍ଷଙ୍କ ଅନୁମତି ଆଣିବାର ବ୍ୟବସ୍ଥା ରହିଥିଲା। ସର୍ବୋଚ୍ଚ ଅଦାଲତ ୨୦୧୪ ମେ’ରେ ଏହି ବ୍ୟବସ୍ଥାକୁ ଖାରଜ କରିଦେଇଥିଲେ। ଏବେ ଉକ୍ତ ରାୟକୁ ପିଛିଲା ଭାବେ ଲାଗୁ କରିବା ଲାଗି ଜଷ୍ଟିସ ସଞ୍ଜୟ କିଷନ କୌଲଙ୍କ ଅଧ୍ୟକ୍ଷତାରେ ୫ ଜଣିଆ ସାମ୍ବିଧାନିକ ପୀଠ ସର୍ବସମ୍ମତ ରାୟ ପ୍ରଦାନ କରିଛନ୍ତି। ସର୍ବୋଚ୍ଚ ଅଦାଲତ କହିଛନ୍ତି, ୨୦୧୪ର ରାୟ ୨୦୦୩ ସେପ୍ଟେମ୍ବର ୧୧ରୁ ଲାଗୁ ହେବ, ଯେତେବେଳେ ଡିଏସ୍‌ପିଇ ଅଧିନିୟମରରେ ଧାରା ୬(ଏ)କୁ ଯୋଡ଼ାଯାଇଥିଲା। ଏହି ଧାରାରେ ଉଚ୍ଚ ପ୍ରଶାସନିକ ଅଧିକାରୀମାନଙ୍କ ବିରୋଧରେ ତଦନ୍ତ ଓ ମାମଲା ରୁଜୁ ପାଇଁ କେନ୍ଦ୍ର ସରକାରଙ୍କ ଅନୁମୋଦନ ଆବଶ୍ୟକ ବୋଲି ଉଲ୍ଲେଖ ରହିଥିଲା। ଉକ୍ତ ଧାରା ଅବୈଧ ବୋଲି ସେତେବେଳେ ସୁପ୍ରିମକୋର୍ଟ ତାଙ୍କ ରାୟରେ କହିବା ସହ ଏଥିରେ ଦୁର୍ନୀତି ଘୋଡ଼ାଇବା ପ୍ରବୃତ୍ତି ରହିଥିବା ଟିପ୍ପଣୀ ଦେଇଥିଲେ। ଉକ୍ତ ବ୍ୟବସ୍ଥାକୁ ହଟାଇଦିଆଯିବା ଦ୍ୱାରା ଅଧିକାରର ସୁରକ୍ଷା କରୁଥିବା ସମ୍ବିଧାନର ଅନୁଚ୍ଛେଦ ୨୦କୁ ଏହା ପ୍ରଭାବିତ କରିପାରେ କି ପ୍ରସଙ୍ଗ ଉପରେ ସୋମବାର ସୁପ୍ରିମକୋର୍ଟ ଉପରୋକ୍ତ ରାୟ ଦେଇଛନ୍ତି। ୨୦୧୪ ମେ’ରେ ସୁବ୍ରମଣ୍ୟମ ସ୍ବାମୀ ମାମଲାରେ ସାମ୍ବିଧାନିକ ପୀଠ ଦେଇଥିବା ରାୟକୁ ପିଛିଲା ଭାବେ କାର୍ଯ୍ୟକାରୀ କରିବାକୁ ସର୍ବୋଚ୍ଚ ଅଦାଲତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri