ବିଦ୍ୟା, ଡିଏଫ୍‌ଓ, ରୋଷେୟାଙ୍କ ବିରୋଧରେ ମାମଲା ଚାଲିବ

ପାରଳାଖେମୁଣ୍ଡି, ୧୯।୪(ଡି.ଏନ୍‌.ଏ.): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ସ୍ତ୍ରୀ ବିଦ୍ୟାଭରତୀ ପଣ୍ଡା, ତତ୍‌କାଳୀନ ଡିଏଫ୍‌ଓ ସଂଗ୍ରାମ କେଶରୀ ବେହେରା ଏବଂ ରୋଷେୟା ମନ୍ମଥ କୁମ୍ଭଙ୍କ ବିରୋଧରେ ହତ୍ୟା ଏବଂ ଆପରାଧିକ ଷଡ଼ଯନ୍ତ୍ର ରଚିବା ଅଭିଯୋଗରେ ପୁଣି ବିଚାର ହେବ। ଆଇପିସି ଦଫା ୩୦୨ ଓ ୧୨୦ ‘ବି’ରେ ୩ଜଣଙ୍କ ବିରୋଧରେ ମାମଲା ଚାଲିବ। ତେଣୁ ସେମାନଙ୍କୁ ଆସନ୍ତା ୨୭ତାରିଖରେ କୋର୍ଟରେ ହାଜର ହେବାକୁ ସମନ୍‌ ଜାରି ହୋଇଛି। ପରିବାର ଲୋକଙ୍କ ଅଭିଯୋଗକ୍ରମେ ପୋଲିସ ପ୍ରାଥମିକସ୍ତରରେ ମୃତ ଏସିଏଫ୍‌ ସୌମ୍ୟଙ୍କ ସ୍ତ୍ରୀ ବିଦ୍ୟାଭାରତୀ, ତତ୍‌କାଳୀନ ଡିଏଫ୍‌ଓ ସଂଗ୍ରାମ ବେହେରା ଏବଂ ରୋଷେୟା ମନ୍ମଥ କୁମ୍ଭଙ୍କ ନାମରେ ହତ୍ୟା ମାମଲା ରୁଜୁକରି ତଦନ୍ତ ଆରମ୍ଭ କରିଥିଲା। ପରବର୍ତ୍ତୀ ସମୟରେ କ୍ରାଇମବ୍ରାଞ୍ଚ ମଧ୍ୟ ତଦନ୍ତ କରିଥିଲା। ହେଲେ ଘଟଣାର ତଦନ୍ତ ପରେ କ୍ରାଇମ୍‌ବ୍ରାଞ୍ଚ ଡିଏଫ୍‌ଓ ସଂଗ୍ରାମ ବେହେରା ଓ ମନ୍ମଥ କୁମ୍ଭକୁ କ୍ଲିନ୍‌ଚିଟ୍‌ ଦେଇ କେବଳ ବିଦ୍ୟାଭାରତୀଙ୍କୁ ଅଭିଯୁକ୍ତ ଦର୍ଶାଇଥିଲା। କ୍ରାଇମବ୍ରାଞ୍ଚ ଓ ପୋଲିସ ତଦନ୍ତ ରିପୋର୍ଟରେ ଅସନ୍ତୋଷ ପ୍ରକାଶ କରି ସୌମ୍ୟଙ୍କ ବାପା ଅଭିରାମ ମହାପାତ୍ର ପାରଳାଖେମୁଣ୍ଡି ଏସ୍‌ଡିଜେଏମ୍‌ କୋର୍ଟରେ ଏକ କମ୍ପ୍ଲେଣ୍ଟ କେସ୍‌ କରିଥିଲେ। କୋର୍ଟ ଉକ୍ତ ମାମଲାର ଶୁଣାଣି କରି କହିଛନ୍ତି ଯେ, ‘ଏହି ମାମଲାରେ ଅଭିଯୁକ୍ତ ବିଦ୍ୟାଭାରତୀ ପଣ୍ଡା, ସଂଗ୍ରାମ କେଶରୀ ବେହେରା, ମନ୍ମଥ କୁମ୍ଭଙ୍କ ବିରୋଧରେ ହତ୍ୟା ଏବଂ ଷଡ଼ଯନ୍ତ୍ର ଅଭିଯୋଗରେ କାର୍ଯ୍ୟାନୁଷ୍ଠାନ ପାଇଁ ଆବଶ୍ୟକ ପ୍ରମାଣ ରହିଛି’। ଏହି ମୃତ୍ୟୁ ପଛରେ କିଛି ବଡ଼ବଡିଆ ରହିଥିବା ଅଭିଯୋଗ ରହିଛି। ଯେଉଁମାନେ କି ଏବେ ବି ସନ୍ଦେହ ଘେରରେ ରହିଛନ୍ତି। ହେଲେ ପ୍ରକୃତ ରହସ୍ୟ ସାମ୍ନାକୁ ଆସିପାରି ନାହିଁ। ତେଣୁ ତିନି ଅଭିଯୁକ୍ତଙ୍କୁ ହାଜର ହୋଇ ପକ୍ଷ ରଖିବା ସହ ଆବଶ୍ୟକ ଦସ୍ତାବିଜ ଏପ୍ରିଲ ୨୭ତାରିଖ ସୁଦ୍ଧା ଦାଖଲ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଥିବା ଅଭିରାମ୍‌ଙ୍କ ଓକିଲ ଅଶୋକ ପାଣିଗ୍ରାହୀ ସୂଚନା ଦେଇଛନ୍ତି। ଉଲ୍ଲେଖଯୋଗ୍ୟ, ୨୦୨୦ ଡିସେମ୍ବର ୧ ତାରିଖରେ ସୌମ୍ୟ ବିଦ୍ୟାଭାରତୀ ପଣ୍ଡାଙ୍କୁ ବିବାହ କରିଥିଲେ । ସରକାରୀ କ୍ୱାର୍ଟର୍ସରେ ସ୍ବାମୀ ସ୍ତ୍ରୀ ରହୁଥିବାବେଳେ ୨୦୨୧ ଜୁଲାଇ ୧୧ ରାତିରେ ସୌମ୍ୟଙ୍କ ଶରୀରରେ ନିଆଁ ଲାଗି ଗୁରୁତର ହୋଇଥିଲେ। ତାଙ୍କ ଶରୀରର ୯୦ ପ୍ରତିଶତ ପୋଡ଼ିଯାଇଥିଲା। ଏହାର ୨ଦିନ ପରେ ଚିକିତ୍ସାଧୀନ ଅବସ୍ଥାରେ ସୌମ୍ୟଙ୍କ ମୃତ୍ୟୁ ଘଟିଥିଲା। ତେବେ ନିଅଁା କେମିତି ଲାଗିଲା ଏହା ଅସ୍ପଷ୍ଟ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା

ଥୁଆମୂଳ ରାମପୁର, ୨୮ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ତାଲବନ୍ଦ ପଡ଼ାରେ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ବା ଘଣ୍ଟ ଯାତ୍ରାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri