ହାଟକୁ ଗୋରୁ ବିକ୍ରି କରିବାକୁ ଆସୁଥିଲେ ବ୍ୟବସାୟୀ, ବାଟରେ ଜଗିଥିଲା ମୃତ୍ୟୁ

ବଲାଙ୍ଗୀର,୧୦।୯ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ଥାନା ଧାମନଡଙ୍ଗା ଗାଁ ନିକଟ ମୁଖ୍ୟ ରାସ୍ତାରେ ଟ୍ରକ ଧକ୍କାରେ ଜଣେ ଗୋରୁ ବିକ୍ରେତାଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣକ ହେଲେ ବଙ୍ଗୋମୁଣ୍ଡା ବ୍ଲକ ଧୁଣ୍ଡିମହୁଲ ଗାଁର ଛବି ତାଣ୍ଡି। କଣ୍ଟାବାଞ୍ଜିରେ ପ୍ରତି ସପ୍ତାହର ବୁଧବାର ଦିନ ଗୋରୁ ବଜାର ବସିଥାଏ । ଗାଁ ଲୋକେ ନିଜ ଗାଈ ବଳଦକୁ ଗୋରୁ ହାଟକୁ ଆଣି ବିକ୍ରି କରିଥାନ୍ତି । ତେଣୁ ଆଜି ସକାଳୁ ମୃତ ଛବି ଦୁଇଟି ବଳଦ ନେଇ ଚାଲି ଚାଲି କଣ୍ଟାବାଞ୍ଜି ବଜାରକୁ ବିକ୍ରି କରିବାକୁ ଆସୁଥିଲେ। ହେଲେ ହଠାତ୍‌ କଣ୍ଟାବାଞ୍ଜିର ଏକ ଟ୍ରକ ତାଙ୍କୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ହିଁ ଛବି ତାଣ୍ଡିଙ୍କ ମୃତ୍ୟୁ ହୋଇଯାଇଥିଲା । ସାଙ୍ଗରେ ଆସୁଥିବା ଦୁଇଟି ବଳଦ ଗୁରୁତର ଆହତ ହୋଇଛନ୍ତି । ଧକ୍କା ଦେଇ ଟ୍ରକଟି ଫେରାର ମାରୁଥିବା ବେଳେ ଟ୍ରକଟିକୁ କଣ୍ଟାବାଞ୍ଜି ପୋଲିସ କାବୁ କରିଛି । ପୋଲିସ ଟ୍ରକକୁ ଜବତ କରିଥିବା ବେଳେ ଡ୍ରାଇଭରକୁ ଅଟକ ରଖି ତଦନ୍ତ କରୁଥିବା ଜଣାଯାଇଛି । ଲୋକେ କ୍ଷତିପୂରଣ ଦାବି କରୁଥିବା ବେଳେ ଘଟଣାସ୍ଥଳରେ ଏବେ ମୃତଦେହ ପଡିରହିଥିବା ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ସହ ଯୁଦ୍ଧ ମଧ୍ୟରେ ବଡ଼ ବୟାନ ଦେଲେ ଟ୍ରମ୍ପ! ଜାଣନ୍ତୁ ତେହରାନକୁ ନେଇ କ’ଣ କହିଲେ

ଓ୍ବାଶିଂଟନ,୨୨।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆ ପ୍ଲାଟଫର୍ମ ଟ୍ରୁଥ ସୋସିଆଲରେ ଏକ ପୋଷ୍ଟରେ ଦେଶ ସମ୍ପର୍କରେ ଏକ…

ମନ୍ଦିରରୁ ରୂପା ଅଳଙ୍କାର ନେଇଗଲେ ଦୁର୍ବୃତ୍ତ, ପୋଲିସ….

ଛତ୍ରପୁର,୨୨।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମଖଣ୍ଡି ଥାନା ଅଧୀନ ମାଣ୍ଡିଆପଲ୍ଲୀରେ ଥିବା ସିରିଡ଼ି ସାଇ ବାବା ମନ୍ଦିରରୁ ଚୋରି । କେହି ଦୁର୍ବୃତ୍ତ ମନ୍ଦିରରୁ ରୂପା ଚୋରି…

ଛାତିଥରା କାହାଣୀ, ପ୍ରେମିକ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ୪୪ ବର୍ଷୀୟ ବୋହୂ

ଲକ୍ଷ୍ନୌ,୨୨।୩: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ, ଜଣେ ୬୫ବର୍ଷୀୟା ମହିଳାଙ୍କୁ ତାଙ୍କ ନିଜ ଘର ଭିତରେ ଗଳାକାଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଲକ୍ଷ୍ନୌ…

ଯାତ୍ରୀବହୀ ବସ୍‌ ଦୁର୍ଘଟଣାଗ୍ରସ୍ତ: ୪ ଆହତ

ବାଲେଶ୍ୱର୨୨।୩(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥର ବସ୍ତା ଥାନା ଭେଲୋରା ଛକ ନିକଟରେ ରବିବାର ଏକ ଯାତ୍ରୀବାହି ବସ ଦୁର୍ଘଟଣାଗ୍ରସ୍ତ ହୋଇଛି l ଫଳରେ…

Israel US Iran War: କାତାରରେ କ୍ରାଶ ହେଲା ହେଲିକପ୍ଟର, ୬ ମୃତ

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ ଏକ କାତାରର ମିଲିଟ୍ରି ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ରବିବାର ଦିନ କାତାର ସରକାର ନିଶ୍ଚିତ…

ଚମଡା ଡିଲ ବେଳେ ମାଡ଼ିବସିଲା ବନବିଭାଗ: ୨ ଅଟକ …

ବାରିପଦା, ୨୨।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ଅଞ୍ଚଳରେ କଳାବାଘ (ମିଲେନିଷ୍ଟିକ) ଛାଲ ଡିଲ ବେଳେ ବନବଭାଗ ଚଢାଉ କରିଛି । ଘଟଣାରେ ୨…

ଇଣ୍ଡୋ-ପ୍ରଶାନ୍ତ ମହାସାଗରରେ ଧମକ ଦେଲା ଭାରତ, ଦମ୍‌ ଦେଖାଇଲା INS ନୀଳଗିରି

ନୂଆଦିଲ୍ଲୀ,୨୨।୩: ଭାରତ-ପ୍ରଶାନ୍ତ (ଇଣ୍ଡୋ-ପ୍ୟାସିଫିକ)ମହାସାଗରୀୟ କ୍ଷେତ୍ରରେ ଭାରତର ବଢୁଥିବା ଶକ୍ତି ଏବେ ସ୍ପଷ୍ଟ ଭାବରେ ଦେଖା ଗଲାଣି। ଭାରତୀୟ ନୌସେନାର ଉଚ୍ଚ-ପ୍ରଯୁକ୍ତି ଯୁଦ୍ଧଜାହାଜ, INS ନୀଳଗିରି, ଅଷ୍ଟ୍ରେଲିଆରେ ଚାଲିଥିବା…

ଏପ୍ରିଲ ୨୬ରୁ ଭଞ୍ଜନଗର ଠାକୁରାଣୀ ଯାତ୍ରା: କମିଟିରେ ଯୋଡ଼ିହେଲେ ନୂତନ କର୍ମକର୍ତ୍ତା, ସ୍ବଚ୍ଛତା ପାଇଁ ୩୦ ଦିନରେ…

ଭଞ୍ଜନଗର,୨୨।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଐତିହାସିକ ଭଞ୍ଜନଗର ଠାକୁରାଣୀ ଯାତ୍ରା ପାଇଁ ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ସଭାପତି ରାଜେନ୍ଦ୍ର ବିଷୋୟୀଙ୍କ ଅଧ୍ୟକ୍ଷତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri