ଯାଜପୁର ଆଇଟିଆଇରେ ପ୍ରତିଷ୍ଠା ହେବ ଉତ୍କର୍ଷ କେନ୍ଦ୍ର

ଭୁବନେଶ୍ୱର,୧୭।୩(ବ୍ୟୁରୋ): ଯାଜପୁରସ୍ଥିତ ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନ (ଆଇଟିଆଇ)ରେ ଥର୍ମାଲ କଟିଂ ଏବଂ ୱେଲ୍‌ଡିଂ ଉତ୍କର୍ଷ କେନ୍ଦ୍ର ପ୍ରତିଷ୍ଠା କରାଯିବ। ପ୍ରାୟ ୫.୨୫ କୋଟି ଟଙ୍କା ବ୍ୟୟରେ ଏହି ଉତ୍କର୍ଷ କେନ୍ଦ୍ର ୬ମାସ ମଧ୍ୟରେ କାର୍ଯ୍ୟକାରୀ ହେବ। ଉତ୍କର୍ଷ କେନ୍ଦ୍ର ପ୍ରତିଷ୍ଠା ନିମନ୍ତେ ରାଜ୍ୟ ବୈଷୟିକ ଶିକ୍ଷା ଓ ପ୍ରଶିକ୍ଷଣ ନିର୍ଦ୍ଦେଶାଳୟ ଏବଂ ମେସର କଟିଂ ସିଷ୍ଟମ୍‌ସ ଇଣ୍ଡିଆ ପ୍ରା. ଲିଃ ମଧ୍ୟରେ ମଙ୍ଗଳବାର ଏକ ଚୁକ୍ତିନାମା ସ୍ବାକ୍ଷରିତ ହୋଇଛି। ଏଥିରେ ବୈଷୟିକ ଶିକ୍ଷା ଓ ପ୍ରଶିକ୍ଷଣ ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ରେଘୁ ଜି. ଏବଂ ମେସର କଟିଂ ସିଷ୍ଟମସ୍‌ ଇଣ୍ଡିଆ ପ୍ରା. ଲିଃର ନିର୍ଦ୍ଦେଶକ (ସେଲ୍‌ସ ଓ ମାର୍କେଟିଂ) ଉଦୟ ମୁଖାର୍ଜୀ ସ୍ବାକ୍ଷର କରିଛନ୍ତି। ଏହି ଉତ୍କର୍ଷ କେନ୍ଦ୍ର ନିମନ୍ତେ ଓଡ଼ିଶା ଖଣିଜ ଅଞ୍ଚଳ ଉନ୍ନୟନ ନିଗମ ପକ୍ଷରୁ ବେରୋଜଗାର ଯୁବପୀଢ଼ିଙ୍କ ଦକ୍ଷତା ବିକାଶ ପାଇଁ ଉଦ୍ଦିଷ୍ଟ ପାଣ୍ଠି ବିନିଯୋଗ କରାଯିବ। ଯାଜପୁର ଶିଳ୍ପ କ୍ଲଷ୍ଟରରେ ଥିବା ସମସ୍ତ ଆବଶ୍ୟକତାକୁ ଉକ୍ତ ଉତ୍କର୍ଷ କେନ୍ଦ୍ର ପୂରଣ କରିବ। ଏଥିସହ ଥର୍ମାଲ କଟିଂ ତଥା ୱେଲ୍‌ଡିଂରେ ଉତ୍ତୀର୍ଣ୍ଣ ଆଇଟିଆଇ ବିଦ୍ୟାର୍ଥୀ ତଥା ଡିପ୍ଲୋମା ଇଞ୍ଜିନିୟରମାନଙ୍କୁ ଏହି କେନ୍ଦ୍ର ଅପ୍‌ସ୍କିଲ୍‌ କରାଇବ। ବେଙ୍ଗାଲୁରୁରେ କର୍ନାଟକ ସରକାରଙ୍କ ସହଯୋଗିତାରେ ମେସର କଟିଂ ସିଷ୍ଟମ୍‌ସ ଇଣ୍ଡିଆ ଅନୁରୂପ ଉତ୍କର୍ଷ କେନ୍ଦ୍ର ପ୍ରତିଷ୍ଠା କରିଛନ୍ତି। ଯାଜପୁରରେ ଉତ୍କର୍ଷ କେନ୍ଦ୍ର ପ୍ରତିଷ୍ଠା ହେବା ଫଳରେ ଥର୍ମାଲ କଟିଂ ଏବଂ ୱେଲ୍‌ଡିଂ ବିଭାଗରେ କୌଶଳ ବ୍ୟବଧାନ ଦୂର ହେବ ଓ ପ୍ରଶିକ୍ଷାର୍ଥୀଙ୍କ ଦକ୍ଷତା ବୃଦ୍ଧି ପାଇବା ସହ ନିଯୁକ୍ତି ସୁଯୋଗ ମିଳିବ। ମେସର କଟିଂ ସିଷ୍ଟମର ପ୍ରଶିକ୍ଷକମାନେ ଏକବର୍ଷ ପାଇଁ ତାଲିମ ଦେବେ। ଆଇଟିଆଇ ତଥା ପଲିଟେକ୍‌ନିକ୍‌ର ପ୍ରଶିକ୍ଷାର୍ଥୀମାନେ ମଧ୍ୟ ଉତ୍କର୍ଷ କେନ୍ଦ୍ର ଦ୍ୱାରା ଉପକୃତ ହେବେ। ଏହି ପରିବେଶ ଅନୁକୂଳ ଆଧୁନିକ କର୍ମଶାଳା ବିଭିନ୍ନ ଶିଳ୍ପାନୁଷ୍ଠାନର ଅର୍ଦ୍ଧକୁଶଳୀ କର୍ମଚାରୀଙ୍କୁ ଦକ୍ଷତା ବୃଦ୍ଧି ଲାଗି ସାହାଯ୍ୟ କରିବ। ପ୍ରଶିକ୍ଷାର୍ଥୀଙ୍କ ଦକ୍ଷତା ବୃଦ୍ଧି ସହିତ ସେମାନଙ୍କୁ ବିଶ୍ୱ ଦକ୍ଷତା ପ୍ରତିଯୋଗିତା ପାଇଁ ପ୍ରସ୍ତୁତ କରିବା ଲାଗି ବିଭିନ୍ନ ଅତ୍ୟାଧୁନିକ ଅଣବିନାଶକ ଓ ବିନାଶକ ପରୀକ୍ଷଣ ଉପକରଣ ଉପଲବ୍ଧ ହେବ। ସଫଳ ପ୍ରଶିକ୍ଷାର୍ଥୀମାନଙ୍କୁ ପ୍ରମାଣପତ୍ର ଦିଆଯିବ। ଚୁକ୍ତିନାମା ସ୍ବାକ୍ଷର କାର୍ଯ୍ୟକ୍ରମରେ ନିର୍ଦ୍ଦେଶାଳୟର ଉପନିର୍ଦ୍ଦେଶକ ଅଜୟ ପଣ୍ଡା, ଉପନିର୍ଦ୍ଦେଶକ (ପ୍ରୋକ୍ୟୁର୍‌ମେଣ୍ଟ) ସୁଯୋଗ୍ୟ ମିଶ୍ର, ମେସର କଟିଂ ସିଷ୍ଟମସ୍‌ ଇଣ୍ଡିଆ ପ୍ରା. ଲିଃର ମହାପ୍ରବନ୍ଧକ ପ୍ରଶାନ୍ତ ଚତୁର୍ବେଦୀ ଏବଂ ବିକ୍ରୟ ପ୍ରବନ୍ଧକ ଶଙ୍ଖ ଦାସ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବିଧାୟକଙ୍କ ଘରବାହୁଡା: ଆଜି କଂଗ୍ରେସରେ ସାମିଲ ହେବେ ସାଧୁ ନେପାକ

ବରଗଡ଼,୧୧।୪( ପ୍ରେମାନନ୍ଦ ଖମାରୀ) : ବରଗଡ଼ର ପୂର୍ବତନ ବିଧାୟକ ସାଧୁ ନେପାକ ଶନିବାର କଂଗ୍ରେସକୁ ଫେରୁଥିବା ସୂଚନା ମିଳିଛି। ସୂଚନା ଅନୁଯାୟୀ, ପୂର୍ବାହ୍ନ ୧୧ଟାରେ ସେ ଭୁବନେଶ୍ବରସ୍ଥିତ…

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri