ଗଞ୍ଜାମରେ ଚାଞ୍ଚଲ୍ୟ: ଶଳାଙ୍କୁ ପିଟି ମାରିଦେଲେ ଭିଣୋଇ

ଗୋପାଳପୁର,୧୮।୬(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳରେ ଚାଞ୍ଚଲ୍ୟକର ଘଟଣା ଘଟିଛି। ଭିଣୋଇ ଲୁହା ରଡ୍‌ରେ ଆକ୍ରମଣ କରି ଶଳାଙ୍କୁ ହତ୍ୟା କରିଥିବା ସୂଚନା ମିଳିଛି। ମୃତକ ଜଣକ ହେଲେ ମାଣିକପୁର ଗ୍ରାମ ବି. ନାର୍ସିଙ୍ଗୁଲୁ।
ସୂଚନା ଅନୁସାରେ, ଏହି ଥାନା ଅଧିନସ୍ଥ ମାଣିକପୁର ଗ୍ରାମ ନାର୍ସିଙ୍ଗୁଲୁ ତାଙ୍କ ଗୋଳନ୍ଥରା ଚଟି ଗ୍ରାମ ନିବାସୀ ଭିଣୋଇ ଡ଼ି ଚେଲପତିଙ୍କୁ ପାଞ୍ଚ ବର୍ଷ ତଳେ ୫ ହଜାର ଟଙ୍କା ଧାର ଦେଇଥିଲେ l କିଛି ମାସ ପରେ ଶଳା ଭିଣୋଇଙ୍କୁ ଧାର ଟଙ୍କା ମାଗିଥିଲେ। କିନ୍ତୁ ଭିଣୋଇ ଆଜି-କାଲି ଦେବି କହି ଦିନ ପରେ ଦିନ ଗଡେଇ ଚାଲିଥିଲେ।
ସୋମବାର ସନ୍ଧ୍ୟାରେ ଶଳା ନାର୍ସିଙ୍ଗୁଲୁ ଭିଣୋଇ ଘରକୁ ଆସି ଧାର ଟଙ୍କା ମାଗିଥିଲେ। ଏହି ସମୟ ଯୁକ୍ତିତର୍କ ହୋଇଥିଲା l ଉତ୍ତ୍ୟକ୍ତ ହୋଇ ଚେଲପତି ସ୍ତ୍ରୀଙ୍କୁ ଗାଳି ଗୁଲଜ କରିଥିଲେ। ଏହାକୁ ଶଳା ପ୍ରତିରୋଧ କରିଥିଲେ। ଚେଲପତି ଏକ ଲୁହା ପାଇପରେ ଶଳାଙ୍କ ମୁଣ୍ଡ ପଛ ପଟୁ ଆକ୍ରମଣ କରି ଚମ୍ପଟ ମାରିଥିଲେ l ଶଳା ଗୁରୁତର ଆହତ ହୋଇପଡ଼ିଥିଲେ। ତାଙ୍କୁ ପରିବାର ଲୋକ ଉଦ୍ଧାର କରି ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି କରିଥିଲେ l ନାର୍ସିଙ୍ଗୁଲୁଙ୍କୁ ଡାକ୍ତର ମୃତ୍ୟୁ ଘୋଷଣା କରିଥିଲେ। ଏ ନେଇ ନାର୍ସିଙ୍ଗୁଲୁଙ୍କ ଭାଇ ଗୋଳନ୍ଥରା ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଥାନା କେଶ ନମ୍ବର ୨୬୪/୨୪ରେ ପୋଲିସ ହତ୍ୟା ମାମଲା ରୁଜୁ କରିଛି l ମଙ୍ଗଳବାର ସାଇଣ୍ଟିଫିକ ଟିମ ଓ ଥାନା ଅଧିକାରୀ ବିବେକାନନ୍ଦ ସ୍ବାଇଁ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରି ଫେରିଛନ୍ତି। ମୃତଦେହକୁ ପୋଲିସ ଜବତ କରି ବ୍ୟବଚ୍ଛେଦ କରି ମଙ୍ଗଳବାର ଅପରାହ୍ନରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି l ଅନ୍ୟ ପଟେ ଭିଣୋଇ ଫେରାର ଥିବାବେଳେ ତାଙ୍କୁ ଖୁବ୍‌ଶୀଘ୍ର ଗିରଫ କରାଯିବ ବୋଲି ଥାନା ଅଧିକାରୀ ସୂଚନା ଦେଇଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ସେଣ୍ଟ୍ରାଲ ମୁମ୍ବାଇର ବସ୍‌ ଡିପୋରେ ଭୟଙ୍କର ଅଗ୍ନିକାଣ୍ଡ

ମୁମ୍ବାଇ,୧୦।୫: ସେଣ୍ଟ୍ରାଲ ମୁମ୍ବାଇର ଏକ ବସ୍‌ ଡିପୋରେ ସୋମବାର ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡlରେ ଗୋଟିଏ କି ଦୁଇଟି ନୁହେଁ, ୧୦ଟି ବସ୍‌ ପୋଡ଼ି ପାଉଁଶ…

ହୋଟେଲରୁ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ, ପୋଲିସର ତଦନ୍ତ ଜାରି

ଭୁବନେଶ୍ୱର,୫।୧୦(ତ୍ରିନାଥ ମହାନ୍ତି): ଭରତପୁର ଥାନା ଅଧୀନ କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ ହୋଟେଲ୍‌ରୁ ଫିଲ୍ମ ନିର୍ଦ୍ଦେଶକ ଏସ୍‌.କେ. ମୂରଲୀଧରନଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ଖବର…

ଥାଇଲାଣ୍ଡରେ ବନ୍ୟା, ୩୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ବ୍ୟାଙ୍କକ୍‌, ୫।୧୦: ଥାଇଲାଣ୍ଡରେ ପ୍ରବଳ ବର୍ଷା ଏବଂ ଆକସ୍ମିକ ବନ୍ୟା ଆସିବା ନେଇ ଚେତାବନୀ ଜାରି କରାଯାଇଛି। ସେପ୍ଟେମ୍ବର ୧୬ରୁ ଦେଶବ୍ୟାପୀ ବନ୍ୟା ଯୋଗୁ ମୃତ୍ୟୁସଂଖ୍ୟା ୩୧କୁ…

ବଡ଼ ସଫଳତା:୫ ଶାବକ ଜନ୍ମଦେଲା ଭାରତରେ ଜନ୍ମିତ ଚିତା

ନୂଆଦିଲ୍ଲୀ,୫ା୧୦:ଭାରତରେ ଜନ୍ମିତ ଚିତା ସୋମବାର ମଧ୍ୟପ୍ରଦେଶର କୁନୋ ଜାତୀୟ ଉଦ୍ୟାନରେ ୫ଟି ଶାବକ ଜନ୍ମ ଦେଇଛି, ଯାହାକି ପ୍ରୋଜେକ୍ଟ ଚିତା ପାଇଁ ଏକ ବଡ଼ ସଫଳତା। ଶାବକମାନଙ୍କ…

ଛାତ୍ର ସଂସଦ ନିର୍ବାଚନ ଘୋଷଣା: ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଉତ୍ସବର ମାହୋଲ

ଭବାନୀପାଟଣା, ୫।୧୦ (ଉତ୍ତମ କୁମାର ଦାଶ): ଦୀର୍ଘ ୮ ବର୍ଷର ଅପେକ୍ଷାର ଅନ୍ତ ଘଟାଇ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଆନୁଷ୍ଠାନିକ ଘୋଷଣା ହେବା ପରେ…

ମୋବାଇଲ୍‌ଠାରୁ ଦୂରେଇ ରହିବାକୁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଲେ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୫।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଡିଗ୍ରୀ କଲେଜ ପରିସରରେ ସେବା ସଂକଳ୍ପ ଅଭିଯାନ ଆନୁକୂଲ୍ୟରେ ଯୁକ୍ତ ୩ ଛାତ୍ରୀଛାତ୍ରଙ୍କୁ ନେଇ…

ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ବଡ଼ ନିଷ୍ପତ୍ତି ନେଲେ ସୂର୍ଯ୍ୟକୁମାର: ଏବେ କରିବେ ଏହି କାମ

ମୁମ୍ବାଇ,୫।୧୦: ଭାରତୀୟ ଟି-୨୦ ଦଳର ଅଧିନାୟକ ପଦ ହରାଇବା ସହ ଜାତୀୟ ଦଳରୁ ବାଦ ପଡ଼ିବା ପରେ ନିଜ ଫର୍ମ ଫେରାଇବା ପାଇଁ ଘରୋଇ କ୍ରିକେଟକୁ ଫେରୁଛନ୍ତି…

ଗାଁରେ ଚାଲିଥିଲା ଜୁଆ ଖେଳ: ମାଡ଼ିବସିଲା ପୋଲିସ, ଆଉ ତା’ପରେ…

ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁରେ ଜୁଆ ଖେଳ ଚାଲିଥିଲା। ଖବର ପାଇ ଦିଗପହଣ୍ଡି ପୋଲିସର ଏକ ଟିମ୍‌ ଚଢ଼ାଉ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?