Posted inଜାତୀୟ

ପୁରୁଷ ବିବାହିତ ଜାଣି ସମ୍ପର୍କ ରଖିଥିଲେ ବଳାତ୍କାର ଅଭିଯୋଗ ଗ୍ରହଣୀୟ ନୁହେଁ

କୋଚି,୯।୧୦: ପୁରୁଷ ବିବାହିତ ଥିବା ଜାଣି ମଧ୍ୟ ମହିଳା ଯଦି ତାଙ୍କ ସହ ଯୌନ ସମ୍ପର୍କ ଜାରି ରଖିଥାନ୍ତି, ତେବେ ମିଥ୍ୟା ବିବାହ ପ୍ରତିଶ୍ରୁତିରେ ବଳାତ୍କାର ଅଭିଯୋଗକୁ ଗ୍ରହଣ କରାଯିବ ନାହିଁ ବୋଲି କେରଳ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଯୋଡ଼ିଙ୍କ ମଧ୍ୟରେ ଏଭଳି ଯୌନ ସମ୍ପର୍କକୁ କେବଳ ପ୍ରେମ ଓ ଆବେଗ କୁହାଯିବ, କିନ୍ତୁ ବିବାହ ପାଇଁ ମିଥ୍ୟା ପ୍ରତିଶ୍ରୁତି ଆଧାରିତ ବୋଲି କୁହାଯିବ ନାହିଁ। ଜଷ୍ଟିସ୍‌ କୌସେର ଏଡ଼ାଗାପାଥ୍‌ଙ୍କ ଖଣ୍ଡପୀଠ ଏଭଳି ରାୟ ଦେଇଛନ୍ତି।

ଅଭିଯୋଗ ଅନୁଯାୟୀ ମହିଳା ଜଣକ ୨୦୧୦ରୁ ଆବେଦନକାରୀଙ୍କ ସହ ଯୌନ ସମ୍ପର୍କ ରଖିଥିଲେ। ପୁରୁଷ ଜଣକ ବିବାହିତ ବୋଲି ସେ ୨୦୧୩ରେ ଜାଣିବାକୁ ପାଇଲେ। ଏହା ସତ୍ତ୍ୱେ ସେ ତାଙ୍କ ସହ ୨୦୧୯ ପର୍ଯ୍ୟନ୍ତ ଯୌନ ସମ୍ପର୍କ ଜାରି ରଖିଥିଲେ ବୋଲି ସ୍ବୀକାର କରିଛନ୍ତି। ତେଣୁ ମିଥ୍ୟା ବିବାହ ପ୍ରତିଶ୍ରୁତି ଦେଇ ପୁରୁଷ ଜଣକ ଯୌନ ସମ୍ପର୍କ ରଖିଥିବା ଅଭିଯୋଗକୁ ଖଣ୍ଡପୀଠ ଖାରଜ କରିଦେଇଛନ୍ତି। ଖଣ୍ଡପୀଠ କହିଛନ୍ତି, ବିବାହ ପ୍ରତିଶ୍ରୁତି ଦେଇ ଯୌନ ସମ୍ପର୍କ ରଖିବା ପରେ ଯଦି ପ୍ରତିଶ୍ରୁତି ଭଙ୍ଗ କରାଯାଏ, ତେବେ ଆଇପିସିର ଧାରା ୩୭୬ରେ ବଳାତ୍କାର ମାମଲା ରୁଜୁ ହୋଇପାରିବ। ଏଠାରେ ମହିଳା ଜଣକ ପୁରୁଷଙ୍କୁ ବିବାହିତ ଜାଣି ମଧ୍ୟ ସମ୍ପର୍କ ରଖିଥିବାରୁ ଏଠାରେ ମିଥ୍ୟା ବିବାହ ପ୍ରତିଶ୍ରୁତିର ଆଳ ଦେଖାଯାଇପାରିବ ନାହିଁ। ଆବେଦନକାରୀଙ୍କ ବିରୋଧରେ ଆଇପିସିର ଧାରା ୩୭୬ ସମେତ, ୪୦୬ ଏବଂ ୪୨୦ରେ ରୁଜୁ ହୋଇଥିବା ମାମଲା ଖାରଜ କରିଦେବାକୁ ଖଣ୍ଡପୀଠ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ କଠୋର ହେଲା AI ନିୟମ: ୩ ଘଣ୍ଟା ମଧ୍ୟରେ ହଟାଯିବ ଏସବୁ ପୋଷ୍ଟ

ନୂଆଦିଲ୍ଲୀ,୧୦।୨: AI ଏବଂ ଡିପଫେକ୍’ର ଅପବ୍ୟବହାର ରୋକିବା ପାଇଁ ଭାରତ ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ନୂତନ ଆଇଟି ନିୟମ ଅନୁଯାୟୀ, ସୋସିଆଲ ମିଡିଆ ପ୍ଲାଟଫର୍ମଗୁଡ଼ିକୁ…

ବିବାଦ ପରେ ମୁହଁ ଖୋଲିଲେ ପୂର୍ବତନ ସେନାମୁଖ୍ୟ: ”ଏହା ହିଁ ବହିର…”

ନୂଆଦିଲ୍ଲୀ,୧୦।୨: ନିଜର ଅପ୍ରକାଶିତ ବହିକୁ ନେଇ ବିବାଦ ଜୋର ଧରିବା ପରେ ମୁହଁ ଖୋଲିଛନ୍ତି ପୂର୍ବତନ ସ୍ଥଳସେନା ମୁଖ୍ୟ ଜେନେରାଲ ଏମ୍.ଏମ୍. ନରଭାଣେ। ତାଙ୍କର ଏହି ଆତ୍ମଜୀବନୀ…

ଫେବୃଆରୀ ୧୨ରେ ଭାରତ ବନ୍ଦ, ଜାଣନ୍ତୁ ବ୍ୟାଙ୍କ ଖୋଲା ରହିବ ନା ବନ୍ଦ…

ନୂଆଦିଲ୍ଲୀ,୧୦।୨: ଯଦି ଆପଣଙ୍କର କୌଣସି ବ୍ୟାଙ୍କ କିମ୍ୱା ସରକାରୀ କାର୍ଯ୍ୟାଳୟରେ ଗୁରୁତ୍ୱପୂର୍ଣ୍ଣ କାମ ଅଛି ଏବଂ ଆପଣ ଏହାକୁ ଫେବୃଆରୀ 12 ତାରିଖରେ ସମାପ୍ତ କରିବାକୁ ଯୋଜନା…

ଭାରତ ବନ୍ଦ ଡାକରା, ଓଡ଼ିଶାରେ ଏହି ୫ଟି ସେବାରେ ପଡିବ ବଡ ପ୍ରଭାବ!

ନୂଆଦିଲ୍ଲୀ,୧୦।୨: ବଡ ଖବର । ପୁଣି ଭାରତ ବନ୍ଦ ଡାକରା । ପୁଣି ଅଖ ଚକ ହେବ ଜାମ୍ । ଏ ନେଇ ବଡ ଖବର ସାମ୍ନାକୁ…

କେବେହେଲେ ନିର୍ମାଣ ହେବ ନାହିଁ ବାବ୍ରି ମସଜିଦ୍, ଗର୍ଜିଲେ ମୁଖ୍ୟମନ୍ତ୍ରୀ ଯୋଗୀ

ନୂଆଦିଲ୍ଲୀ,୧୦।୨: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏକ ସାଧାରଣ ସଭାରେ ବିରୋଧୀଙ୍କୁ କଡ଼ା ଚେତାବନୀ ଦେଇଛନ୍ତି। କେବେହେଲେ ବାବ୍ରି ସଂରଚନା ପୁନଃନିର୍ମାଣ ହେବାର ପ୍ରଶ୍ନ ଉଠୁନାହିଁ ବୋଲି…

କଳସ ଯାତ୍ରା ସମୟରେ ଦଳାଚକଟା, ମହିଳା ମୃତ

ଗ୍ବାଲିୟର,୧୦।୨: ମଧ୍ୟ ପ୍ରଦେଶ ଗ୍ବାଲିୟରର ନବଗ୍ରହ ପୀଠ ମନ୍ଦିରରେ ଚାଲିଥିବା ପ୍ରାଣ ପ୍ରତିଷ୍ଠା ସମାରୋହ ସମୟରେ କଳସ ଯାତ୍ରା ସମୟରେ ଏକ ବଡ଼ ଦୁର୍ଘଟଣା ଘଟିଥିଲା। ଶୋଭାଯାତ୍ରାରେ…

ନଗଦ କାରବାର, ସମ୍ପତ୍ତି ଏବଂ ଯାନବାହାନ କ୍ରୟ ପାଇଁ ପ୍ୟାନ୍ ନିୟମରେ ପରିବର୍ତ୍ତନ, ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୨: ସରକାରଙ୍କ ଦ୍ୱାରା ଜାରି କରାଯାଇଥିବା ଆୟକର ନିୟମର ଡ୍ରାଫ୍ଟରେ ଅନେକ ନୂତନ ଏବଂ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନର ପରାମର୍ଶ ଦିଆଯାଇଛି । ନୂତନ ନିୟମ ଅନୁଯାୟୀ, ନଗଦ…

ଉଡ଼ିବ ପାକିସ୍ତାନର ନିଦ, ଆଉ ୧୧୪ ରାଫାଲ୍‌ କିଣିବାକୁ ପ୍ରସ୍ତାବ

ନୂଆଦିଲ୍ଲୀ,୧୦।୨: ଭାରତୀୟ ବାୟୁସେନା ଆଉ ୧୧୪ ରାଫାଲ୍‌ ଯୁଦ୍ଧବିମାନ କିଣିବ। ଏଥିପାଇଁ ବାୟୁସେନା ପକ୍ଷରୁ ଡିଫେନ୍ସ ଆକ୍ୱିଜେଶନ କାଉନ୍‌ସିଲ୍‌(ଡିଏସି)କୁ ପ୍ରସ୍ତାବ ଦିଆଯିବ। ଫ୍ରାନ୍ସ ରାଷ୍ଟ୍ରପତି ଏମାନୁଏଲ ମାକରଁଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri