ଏହି ସ୍ଥାନରେ ୩୦୦ ବର୍ଷ ଧରି ଟଣା ହୋଇନାହିଁ ରଥ

କେନ୍ଦ୍ରାପଡ଼ା, ୨୦ା୭(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସହରଠାରୁ ୧୨ କି.ମି. ଦୂର ଇନ୍ଦୁପୁର ବଜାର। ଏଠାରୁ ଦେଢ଼ କି.ମି. ଦୂର ହାବେଳି (ପତିସାହି) ଠାରେ ଥିବା ପ୍ରାୟ ୩୦୦ବର୍ଷ ତଳର ଶ୍ରୀଜଗନ୍ନାଥ ମନ୍ଦିରରେ ଚତୁର୍ଦ୍ଧା ମୂର୍ତ୍ତି ପୂଜା ପାଉଛନ୍ତି। ୩ ଚକାସନରେ ଉପବିଷ୍ଟ ଏହି ଦେବ ପ୍ରତିମା ଦାରୁରେ ନିର୍ମିତ ହୋଇଥିଲେ ମଧ୍ୟ କେବେ ନବକଳେବର ହୁଅନ୍ତି ନାହିଁ। ମାତ୍ର ଶ୍ରୀଜଗନ୍ନାଥ ସଂସ୍କୃତିରେ ପ୍ରଚଳିତ ରୀତିନୀତିକୁ ଅନୁକରଣ କରାଯାଏ। ସ୍ନାନପୂର୍ଣ୍ଣିମା ଅବସରରେ ଦିଅଁମାନେ ନିକଟସ୍ଥ ସ୍ନାନମଣ୍ଡପକୁ ଯାଆନ୍ତି। ସେଠାରୁ ଫେରି ଅନବସର ଗୃହରେ ରୁହନ୍ତି। ଏହି ସମୟରେ ବନକଲାଗି ହୁଏ। ନେତ୍ରୋତ୍ସବରେ ଶ୍ରଦ୍ଧାଳୁଙ୍କୁ ନବଯୌବନ ବେଶରେ ଦର୍ଶନ ଦିଅନ୍ତି। ଏହି ଦିନ ରଥ ବଦଳରେ ମନ୍ଦିର ଚୂଳରେ ନେତ ବନ୍ଧାହୁଏ। ତେବେ ରଥଯାତ୍ରା ଦିନ ରଥ ବଦଳରେ ଶ୍ରୀଜୀଉମାନେ ମନ୍ଦିର ଚକାସନରେ ବିଜେ ହୁଅନ୍ତି। ବନ୍ଦ ହୋଇଥିବା ରଥଟଣା ଓ ଏହି ମନ୍ଦିର ସମ୍ପର୍କରେ ଅବସରପ୍ରାପ୍ତ ଶିକ୍ଷକ ତଥା ସେବାୟତ ନୀଳମାଧବ ପତି କୁହନ୍ତି, ପ୍ରାୟ ୩ ଶହ ବର୍ଷରୁ ଅଧିକ ହେବ ଏଠାରେ ରଥଟଣା ବନ୍ଦ ରହିଛି। ସମ୍ଭବତଃ ଗ୍ରାମରେ ରଥ ଉପଯୋଗୀ ଦାଣ୍ଡ ଓ ମାଉସୀ ମା’ ମନ୍ଦିର ନ ଥିବାରୁ ଏପରି ବ୍ୟବସ୍ଥା ହୋଇଛି। ସେ ଆହୁରି କହିଛନ୍ତି, ଏବକାର ଦେଉଳଟି ପ୍ରାୟ ୩୦୦ ବର୍ଷ ପୂର୍ବର। ମାତ୍ର ମୂଳ ମନ୍ଦିର ଏଠାରେ ନ ଥିଲା। ବିରୂପା ନଦୀ କୂଳରେ ଦ୍ୱାଦଶ ଶତାଦ୍ଦୀର ମନ୍ଦିର ରହିଥିବା ବିଭିନ୍ନ ସମୟରେ ପ୍ରମାଣ ମିଳିଛି। ନଦୀବନ୍ଧ ନିକଟରେ ଜଣେ ବ୍ୟକ୍ତି ଘର ନିଅଁ ଖୋଳିବାକୁ ଯାଇ ଏକ ପ୍ରସ୍ତର ଚଟାଣ ଉଦ୍ଧାର କରିଛନ୍ତି। ସେହିପରି ନଦୀ ଗର୍ଭକୁ ଚାଲି ଯାଇଥିବା ୩ ବାମ୍ଫି ସମ୍ପର୍କରେ ଲୋକକଥା ଏଯାଏ ଅଞ୍ଚଳବାସୀଙ୍କ ମୁହଁରେ ରହିଛି। ଆଉରଙ୍ଗଜେବଙ୍କ ସେନା ଆକ୍ରମଣ ସମୟରେ ମନ୍ଦିରର ବହୁ ସୁନା ରୁପା ଅଳଙ୍କାର ଓ ମୂଲ୍ୟବାନ ସାମଗ୍ରୀ ସେହି ବାମ୍ଫିରେ ପଡିଛି ବୋଲି ସମସ୍ତେ ବିଶ୍ୱାସ କରନ୍ତି। ଏହାବ୍ୟତୀତ ଶ୍ରୀଜୀଉଙ୍କ ଚକାସନ ବହୁ ଗବେଷକଙ୍କ ଆକର୍ଷଣର କେନ୍ଦ୍ରବିନ୍ଦୁ ସାଜିଛି। ସେବାୟତ ପତି କୁହନ୍ତି, ମନ୍ଦିରର ବିରାଜିତ ଶ୍ରୀଜୀଉଙ୍କ ଉଚ୍ଚତା ପ୍ରାୟ ୪ ଫୁଟ। ଦିଅଁମାନେ ଯେଉଁ ଚକାସନରେ ବସିଛନ୍ତି, ସେଠାରେ ପ୍ରାକ୍‌ ସମୟର ଭାଷାରେ କିଛି ଲେଖାଯାଇଛି। ଯାହା ଐତିହାସିକଙ୍କ ଗବେଷଣାକୁ ଅପେକ୍ଷା କରିଛି।
ଶିକ୍ଷାବିତ୍‌ ପ୍ରଣବ ପ୍ରକାଶ ଜେନା କୁହନ୍ତି, ଶ୍ରୀକ୍ଷେତ୍ରଧାମରୁ କେତେକ ଅନ୍ବେଷଣକାରୀ ସୁଭଦ୍ରାଙ୍କ ଚକାସନକୁ ଶ୍ରୀକ୍ଷେତ୍ରର ବୋଲି ଦାବି କରିଥିଲେ। ତେବେ ଏଥିପାଇଁ ଆହୁରି ଗବେଷଣା ଓ ତର୍ଜମାର ଆବଶ୍ୟକତା ଅଛି। ଇନ୍ଦୁପୁରର ଶ୍ରଦ୍ଧାଳୁ ଚନ୍ଦନ କୁମାର ସାହୁ କୁହନ୍ତି, କେନ୍ଦ୍ରାପଡ଼ା ସହରର ଇଚ୍ଛାପୁରରେ ଥିବା ଶ୍ରୀବଳଦେବଜୀଉଙ୍କ ମନ୍ଦିରଠାରୁ ଏହା ପୁରୁଣା। ଏବେ ପଥର ଦେଉଳର କ୍ଷୟକୁ ରୋକିବା ପାଇଁ ସିମେଣ୍ଟ ପ୍ଲାଷ୍ଟର ଓ ମାର୍ବଲ ଯୋଡ଼େଇ ହୋଇଛି। ଏହି ମନ୍ଦିରର କେତେକ ଅଂଶରେ ଥିବା ପୁରୁଣା ଦେବଦେବୀ ଓ ଅନ୍ୟ ପାର୍ଶ୍ୱଦେବତା ମୂର୍ତ୍ତିିକୁ ଦେଖିବା ପାଇଁ ଛଡାଯାଇଛି। ଏହି ପୁରାତନ ମନ୍ଦିରର ପ୍ରଚାର ପ୍ରସାର ନ ଥିବାରୁ ଅବହେଳିତ ହୋଇ ପଡ଼ି ରହିଥିବାରୁ ସେ କ୍ଷୋଭ ପ୍ରକାଶ କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?