କାଳିଆ, ବଳିଆ, ସୁଭଦ୍ରାଙ୍କ ଭଳି ମୁଖ୍ୟମନ୍ତ୍ରୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ: ଧର୍ମେନ୍ଦ୍ର

ଭୁବନେଶ୍ୱର, ୧ା୭ (ଅସମାପିକା ସାହୁ): ଭାଜପାର ସମ୍ବର୍ଦ୍ଧନା ସଭା ରବିବାର ଭୁବନେଶ୍ୱରସ୍ଥିତ ପ୍ରଦର୍ଶନୀ ପଡ଼ିଆରେ ଅନୁଷ୍ଠିତ ହୋଇଥିଲା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଦୁଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂ ଦେଓ ଏବଂ ପ୍ରଭାତୀ ପରିଡ଼ାଙ୍କ ସହ କେନ୍ଦ୍ରମନ୍ତ୍ରୀ, ରାଜ୍ୟ ମନ୍ତ୍ରିମଣ୍ଡଳର ମନ୍ତ୍ରୀମାନେ ଉପସ୍ଥିତ ରହିଥିଲେ। ସଭାକୁ ସମ୍ବୋଧିତ କରି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓଡ଼ିଶାବାସୀଙ୍କୁ କୃତଜ୍ଞତା ଜଣାଇଥିଲେ। ମୁଖ୍ୟମନ୍ତ୍ରୀ ଓ ଦୁଇ ମୁଖ୍ୟମନ୍ତ୍ରୀ କାଳିଆ, ବଳିଆ, ସୁଭଦ୍ରାଙ୍କ ଭଳି ବୋଲି କହିଥିଲେ।

ଧର୍ମେନ୍ଦ୍ର କହିଲେ, ଗୋଟିଏ ରାଷ୍ଟ୍ରୀୟ ଦଳ ହୋଇ ମଧ୍ୟ ଆଞ୍ଚଳିକ ଆବେଗ, ଆଞ୍ଚଳିକ ସମ୍ବେଦନଶୀଳତା, ଓଡ଼ିଆ ଅସ୍ମିତା, ଓଡ଼ିଆ ସଂସ୍କୃତିକୁ ବଞ୍ଚାଇବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚେଷ୍ଟା କରିଥିଲେ। ଏହା ନିହାତି ଭାବରେ ଇତିହାସରେ ଗୋଟିଏ ଗବେଷଣାର ବିଷୟ ହେବ। କୁରୁସଭାରେ ଦ୍ରୌପଦୀ ବସ୍ତ୍ରହରଣ ବେଳେ ମହାପ୍ରଭୁ ଜଗନ୍ନାଥଙ୍କ ସ୍ବରୂପ ଶ୍ରୀକୃଷ୍ଣ ଯେପରି ତ୍ରାଣକର୍ତ୍ତା ସାଜିଥିଲେ, ସେହିପରି ଏକ ରାଷ୍ଟ୍ରୀୟ ଦଳ ଭାଜପା ଓଡ଼ିଶାବାସୀଙ୍କୁ ତାଙ୍କ ସେବା ପାଇଁ ସୁଯୋଗ ଦେବାକୁ ନିବେଦନ କରିଥିଲା। ଆଉ ଆଜି ଓଡ଼ିଶାବାସୀ ସେହି ସୁଯୋଗ ଦେଇଛନ୍ତି।

ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ, କନକ ବର୍ଦ୍ଧନ ସିଂ ଦେଓ ଏବଂ ପ୍ରଭାତୀ ପରିଡ଼ା, ଯାହାଙ୍କର ରଙ୍ଗ ବି ମହାପ୍ରଭୁଙ୍କ ରଙ୍ଗ ସହ ସମାନ, ସମସ୍ତେ ସେବା କରିବାକୁ ଆସିଛନ୍ତି। କାଳିଆ, ବଳିଆ, ସୁଭଦ୍ରା ତିନି ଭଉଣୀଭାଈ ଭଳି ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂ ଦେଓ, ସାନ ଭାଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ଭଉଣୀ ପ୍ରଭାତୀ ପରିଡ଼ା ବୋଲି ଧର୍ମେନ୍ଦ୍ର କହିଛନ୍ତି। ଓଡ଼ିଶାବାସୀ ଏଥର ଭାଜପାକୁ ବାଛିଥିବାରୁ ଶୁଭେଚ୍ଛା ଜଣାଇବା ସହ ଏହା କେବଳ ମହାପ୍ରଭୁଙ୍କ ଆଶୀର୍ବାଦ ବୋଲି ଧର୍ମେନ୍ଦ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଦରେ ସୁନା ପିନ୍ଧିବା କାହିଁକି ଅଶୁଭ? ପିନ୍ଧିଲେ ମାଡ଼ି ଆସିବ…

ବର୍ତ୍ତମାନ, ସୁନା ବିଶ୍ୱର ସବୁଠାରୁ ମହଙ୍ଗା ଧାତୁ ମଧ୍ୟରୁ ଗୋଟିଏ। ସୁନା ସମସ୍ତଙ୍କୁ ଆକର୍ଷିତ କରେ। ମହିଳାମାନେ ସୁନା ଅଳଙ୍କାରକୁ ଭଲ ପାଆନ୍ତି। ଅଳଙ୍କାର ପିନ୍ଧିବା...

ଓଡ଼ିଶା ପାଇଁ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ୪୫ ହଜାର କୋଟି ଟଙ୍କାର ରାସ୍ତା ପ୍ରକଳ୍ପକୁ ମଞ୍ଜୁରୀ

ନୂଆଦିଲ୍ଲୀ,୯।୧୨: ଓଡ଼ିଶାରେ ସଡ଼କ ପରିବହନ ଭିତ୍ତିଭୂମିର ବିକାଶ ପାଇଁ କେନ୍ଦ୍ର ସରକାର ଏକ ବୃହତ ପୁଞ୍ଜି ବିନିଯୋଗକୁ ଅନୁମୋଦନ କରିଛନ୍ତି। ରାଜ୍ୟ ପାଇଁ ମୋଟ ୪୪,୭୭୧...

୫ ବର୍ଷରେ ଦାଦନ ଖଟିବାକୁ ଯାଇ ରାଜ୍ୟ ବାହାରେ ପ୍ରାଣ ହରାଇଛନ୍ତି ୫୧୮ ଓଡ଼ିଆ

ଭୁବନେଶ୍ୱର,୯।୧୨: ଗତ ୨୦୨୧ ରୁ ୨୦୨୫ ନଭେମ୍ବର ସୁଦ୍ଧା ମଧ୍ୟରେ ରାଜ୍ୟ ତଥା ଦେଶ ବାହାରେ କାମ କରୁଥିବା ସମୟରେ ଓଡ଼ିଶାର ୫୧୮ ଜଣ ପ୍ରବାସୀ...

ନୂଆବର୍ଷରେ ୩ ରାଶିରେ ଭୟଙ୍କର ଶନି ଦଶା ! ପାଦେ ପାଦେ ବିପଦ, ନୂଆବର୍ଷରେ…

ଶନିଦେବତାଙ୍କୁ ନ୍ୟାୟପ୍ରିୟ ଓ କର୍ମଫଳ ପ୍ରଦାତା ଭାବେ ଗ୍ରହଣ କରାଯାଇଛି । ଶନି ପ୍ରତି ଅଢେଇ ବର୍ଷରେ ଥରେ ରାଶି ପରିବରର୍ତ୍ତନ କରିଥାନ୍ତି । ଶନିଙ୍କର...

ଭାରତ ପାଇଁ ସତ୍ୟ ନାଡେଲାଙ୍କ ବଡ଼ ଘୋଷଣା: AI ପାଇଁ ମାଇକ୍ରୋସଫ୍ଟ ନିବେଶ କରିବ ୧.୫ ଲକ୍ଷ କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ବିକାଶ ପାଇଁ ଏକ ବଡ଼ ପଦକ୍ଷେପ ନେଇ ମାଇକ୍ରୋସଫ୍ଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (CEO) ସତ୍ୟ ନାଡେଲା...

IND vs SA: ବାରବାଟୀରେ ହାର୍ଦ୍ଦିକଙ୍କ ଛକା ବର୍ଷା, ଦକ୍ଷିଣ ଆଫ୍ରିକାକୁ ଟାର୍ଗେଟ…

କଟକ,୯।୧୨: ପ୍ରଥମ ଟି-୨୦ରେ ପ୍ରଥମେ ବ୍ୟାଟିଂ କରି ଭାରତ ୧୭୫ ରନ କରିଛି। ହାର୍ଦ୍ଦିକ ପାଣ୍ଡ୍ୟା ଦଳକୁ ୫୯ ରନର ଚମତ୍କାର ସ୍କୋରରେ ପହଞ୍ଚାଇଛନ୍ତି। ସଙ୍କଟରେ...

Ayushman Card: ବର୍ଷକୁ କେବଳ ଏତିକି ଥର ମିଳେ ମାଗଣା ଚିକିତ୍ସା, ନିୟମ ନ ଜାଣିଲେ ପକେଟରୁ ବାଜିବ ଟଙ୍କା!

ନୂଆଦିଲ୍ଲୀ,୯।୧୨: ଭାରତରେ ସାଧାରଣ ଲୋକଙ୍କ ପାଇଁ ସ୍ୱାସ୍ଥ୍ୟସେବା ସୁଲଭ କରିବା ପାଇଁ ସରକାର ଅନେକ ପ୍ରମୁଖ ପଦକ୍ଷେପ ନେଇଛନ୍ତି, ଯାହା ମଧ୍ୟରୁ ସବୁଠାରୁ ପ୍ରମୁଖ ହେଉଛି...

ବାରବାଟୀରେ ଘଣ୍ଟି ବଜାଇ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ୍ ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

କଟକ,୯ା୧୨: କଟକର ବାରବାଟୀ ଷ୍ଟାଡିୟମ୍‌ରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ ଖେଳାଯାଉଛି। ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri