ଅଭିନୟରେ ଗ୍ରାମ ଦୁଃଖ ଜଣାଇଲେ କୁନି କଳାକାର

କୋରାପୁଟ,୧୮ା୮(ଅମିତାଭ ବେହେରା): କୋରାପୁଟ ପୋଲିସ ପଡିଆଠାରେ ଆୟୋଜିତ ୭୭ତମ ଜିଲାସ୍ତରୀୟ ସ୍ବାଧୀନତା ଦିବସରେ ଫ୍ୟାନ୍‌ସି ଡ୍ରେସ୍‌ ପ୍ରତିଯୋଗିତାରେ ଅଂଶଗ୍ରହଣ କରି ନିଖୁଣ ଅଭିନୟ ମାଧ୍ୟମରେ ନିଜ ଗ୍ରାମର ବିଭିନ୍ନ ସମସ୍ୟା ସମ୍ପର୍କରେ କୃଷି ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କୁ ଜଣାଇଛନ୍ତି ଜଣେ କୁନି ଝିଅ। ସେ ହେଲେ ପଦୁଗୁଡା ଗ୍ରାମର ଦେବୀ ପ୍ରସାଦ ଦାସଙ୍କ ୪ ବର୍ଷର ଝିଅ ସୋନାଲି ଦାସ। ସେ କୋରାପୁଟରେ ନର୍ସରିରେ ପଢୁଥିବା ଜଣାପଡିଛି।
କୋରାପୁଟ ଜ଼ିଲା ଦଶମନ୍ତପୁର ବ୍ଲକ ଲୁଲ୍ଲା ପଞ୍ଚାୟତ ପଦୁଗୁଡା ଗ୍ରାମର ଗ୍ରାମବାସୀ ମୌଳିକ ସୁବିଧା ସୁଯୋଗରୁ ବଞ୍ଚତ୍ତ ହୋଇ ରହି ଆସୁଛନ୍ତି l ଗ୍ରାମଟି ପଞ୍ଚାୟତ କାର୍ଯ୍ୟାଳୟଠାରୁ ୩ କି.ମି.ଦୂର ହୋଇଥିଲେ ମଧ୍ୟ ଗ୍ରାମକୁ ଯିବାକୁ ଭଲ ରାସ୍ତାଟିଏ ନାହିଁ l ଗ୍ରାମବାସୀ ୨ଟି ପାହାଡ଼ର ପାଦଚଲା ରାସ୍ତା ଦେଇ ଯାତାୟାତ କରୁଛନ୍ତି l ଯଦି କୌଣସି ଗୁରୁତର ରୋଗୀଙ୍କୁ ମେଡିକାଲ ନେବାକୁ ହୁଏ ତେବେ ଖଟିଆ ହିଁ ଭରସା। ରୋଗୀଙ୍କୁ ଖଟିଆରେ ୩ କି.ମି. ଲୁଲ୍ଲା ପଞ୍ଚାୟତକୁ ଆଣିବା ପରେ ଡାକ୍ତରଖାନା ନିଆଯାଏ। ଗ୍ରାମରେ ପାନୀୟ ଜଳ ସମସ୍ୟା ମଧ୍ୟ ରହିଛି। ନଳକୂପ ନ ଥିବା ଯୋଗୁ ଗ୍ରାମବାସୀ ଚୁଆ ପାଣି ବ୍ୟବହାର କରୁଛନ୍ତି। ଗ୍ରାମର ସମସ୍ୟା ନେଇ ଗ୍ରାମବାସୀ ବାରମ୍ବାର ସ୍ଥାନୀୟ ପ୍ରଶାସନ, ବ୍ଲକ ପ୍ରଶାସନ ଏବଂ ଜ଼ିଲାପାଳଙ୍କ ଦ୍ୱାରସ୍ଥ ହୋଇଥିଲେ ମଧ୍ୟ କିଛି ସୁଫଳ ମିଳି ନ ଥିଲା l ଗ୍ରାମରେ ଲାଗି ରହିଥିବା ସମସ୍ୟାକୁ ନିଜେ ଉପଲବ୍ଧି କରି ସୋନାଲି ସ୍ବାଧୀନତା ଦିବସରେ ମୁଖ୍ୟଅତିଥି ରୂପେ ଯୋଗ ଦେଇଥିବା କୃଷି,କୃଷକ ସଶକ୍ତୀକରଣ ଓ ମତ୍ସ୍ୟ ଏବଂ ପ୍ରାଣୀ ସମ୍ପଦ ବିକାଶ ବିଭାଗ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କୁ ନିଜ ନିଖୁଣ ଅଭିନୟ ମାଧ୍ୟମରେ ଗ୍ରାମର ଦୁଃଖ ଜଣାଇଥିଲେ। ସେହି ମଞ୍ଚରେ ମନ୍ତ୍ରୀଙ୍କ ସମେତ ଜିଲାପାଳ, ଡିଆଇଜି, ଏସ୍‌ପି, ବିଧାୟକ, ଦଳୀୟ କର୍ମୀଙ୍କ ସହ ସରକାରୀ ଅଧିକାରୀମାନେ ଉପସ୍ଥିତ ଥିଲେ l ନିଜ ଗ୍ରାମର ସମସ୍ୟାକୁ ଅଭିନୟ ମାଧ୍ୟମରେ ସର୍ବ ସମ୍ମୁଖକୁ ଆଣିଥିବାରୁ କୁନି ଝିଅ ସୋନାଲି ସମସ୍ତଙ୍କ ପ୍ରଶଂସାର ପାତ୍ର ପାଲଟିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଫସିଲେ କିଙ୍ଗ ଖାନଙ୍କ ପୁଅ ଆର୍ଯ୍ୟନ ଖାନ, ଭିଡିଓ ଭାଇରାଲ ପରେ ବଢିଲା ଅଡୁଆ

ମୁମ୍ବାଇ,୬।୧୨: ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନ ଖାନ ବିବାଦରେ ଗଭୀର ଭାବରେ ଜଡିତ। ପ୍ରଥମେ ଡ୍ରଗ୍ସ ମାମଲା, ତା’ପରେ ‘ବ୍ୟାଡ୍ସ ଅଫ ବଲିଉଡ’ରେ ତାଙ୍କ ଭୂମିକାକୁ...

ଭାରତର ଏସବୁ ଜିନିଷ ଉପରେ ନିର୍ଭର କରେ ଋଷିଆ, ଖର୍ଚ୍ଚ କରେ ଏତେ ଟଙ୍କା

ନୂଆଦିଲ୍ଲୀ,୬।୧୨: ରୁଷିଆ ଏବଂ ଭାରତ ଦୀର୍ଘଦିନ ଧରି ଦୃଢ଼ ସମ୍ପର୍କ ଉପଭୋଗ କରିଆସିଛନ୍ତି। ଏହି ଗଭୀର ସମ୍ପର୍କ ଦୁଇ ଦେଶ ମଧ୍ୟରେ ବାଣିଜ୍ୟରେ ପ୍ରତିଫଳିତ ହୋଇଛି।...

ଇଣ୍ଡିଗୋ ସଙ୍କଟ: ଖୁବ୍‌ ଜୋର ପାଟି କରି କାଉଣ୍ଟର ଉପରକୁ ଚଢିଗଲେ ବିଦେଶିନୀ

ନୂଆଦିଲ୍ଲୀ,୬।୧୨: ଗତ ଚାରି ଦିନ ମଧ୍ୟରେ ସାରା ଦେଶରେ ୧,୦୦୦ରୁ ଅଧିକ ଇଣ୍ଡିଗୋ ବିମାନ ବାତିଲ କରାଯାଇଛି, ଯାହା ଯାତ୍ରୀମାନଙ୍କୁ ବହୁତ ଅସୁବିଧାର ସମ୍ମୁଖୀନ କରୁଛି।...

ସ୍ବାମୀ ରଣବୀରଙ୍କୁ ନେଇ ଏମିତି କହିଦେଲେ ଦୀପିକା, ଚର୍ଚ୍ଚା ଆରମ୍ଭ

ମା’ ହେବା ପରେ ବଦଳିଗଲେଣି ଅଭିନେତ୍ରୀ ଦୀପିକା ପାଦୁକୋନ। ସେ ଏବେ ନିଜ କ୍ୟାରିୟର୍‌ ନୁହେଁ, ଝିଅ ଦୁଆକୁ ଅଧିକ ସମୟ ଦେଉଛନ୍ତି। ଏସବୁ ଭିତରେ...

ଭାରତ ସହ ମ୍ୟାଚ ପୂର୍ବରୁ ଦକ୍ଷିଣ ଆଫ୍ରିକାକୁ ଲାଗିଲା ୩ ବଡ଼ ଝଟକା!

ନୂଆଦିଲ୍ଲୀ,୬।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତୃତୀୟ ଏକଦିବସୀୟ ମ୍ୟାଚ ବିଶାଖାପାଟଣାରେ ଖେଳାଯାଉଛି, ଯାହା ତିନି ମ୍ୟାଚ ବିଶିଷ୍ଟ ସିରିଜର ନିର୍ଣ୍ଣାୟକ ମ୍ୟାଚ। ଦକ୍ଷିଣ...

କରୁଣ ନାୟାରଙ୍କୁ ଅଣଦେଖା କଲା BCCI!

ନୂଆଦିଲ୍ଲୀ,୬।୧୨: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ହେଉଛି ଭାରତର ସର୍ବୋଚ୍ଚ ପ୍ରଶାସକ ସଂସ୍ଥା। କୁହାଯାଏ ଯେ ଏହି ଦେଶର ପ୍ରତ୍ୟେକ କ୍ରିକେଟର୍‌ BCCI ସହ...

ଭାରତର ୫ ମହଙ୍ଗା ମହିଳା ପ୍ରବଚକ, ଯିଏ କଥା କହି ନେଇଯାଆନ୍ତି ଏତେ ଫି

ନୂଆଦିଲ୍ଲୀ,୬।୧୨: ବୃନ୍ଦାବନର ପ୍ରସିଦ୍ଧ କାହାଣୀକାର ଇନ୍ଦ୍ରେଶ ଉପାଧ୍ୟାୟ ଏବଂ ପୂର୍ୱତନ ଡିଏସପିଙ୍କ ଝିଅ ଶିପ୍ରା ଶର୍ମା ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ଶୁକ୍ରବାର, ଡିସେମ୍ୱର 5...

ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା: ଶୀତର ମଜା ଉଠାଉଛନ୍ତି ପର୍ଯ୍ୟଟକ

ଜି.ଉଦୟଗିରି,୬।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ ): ଜି.ଉଦୟଗିରି ଅଞ୍ଚଳରେ ଫେରିଛି ହାଡ଼ଭଙ୍ଗା ଶୀତ । ସରକାରୀ ସୂଚନା ଅନୁସାରେ କନ୍ଧମାଳ ଜିଲାରେ ସର୍ବନିମ୍ନ ତାପମାତ୍ରା ସହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri