ଅଭିନୟରେ ଗ୍ରାମ ଦୁଃଖ ଜଣାଇଲେ କୁନି କଳାକାର

କୋରାପୁଟ,୧୮ା୮(ଅମିତାଭ ବେହେରା): କୋରାପୁଟ ପୋଲିସ ପଡିଆଠାରେ ଆୟୋଜିତ ୭୭ତମ ଜିଲାସ୍ତରୀୟ ସ୍ବାଧୀନତା ଦିବସରେ ଫ୍ୟାନ୍‌ସି ଡ୍ରେସ୍‌ ପ୍ରତିଯୋଗିତାରେ ଅଂଶଗ୍ରହଣ କରି ନିଖୁଣ ଅଭିନୟ ମାଧ୍ୟମରେ ନିଜ ଗ୍ରାମର ବିଭିନ୍ନ ସମସ୍ୟା ସମ୍ପର୍କରେ କୃଷି ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କୁ ଜଣାଇଛନ୍ତି ଜଣେ କୁନି ଝିଅ। ସେ ହେଲେ ପଦୁଗୁଡା ଗ୍ରାମର ଦେବୀ ପ୍ରସାଦ ଦାସଙ୍କ ୪ ବର୍ଷର ଝିଅ ସୋନାଲି ଦାସ। ସେ କୋରାପୁଟରେ ନର୍ସରିରେ ପଢୁଥିବା ଜଣାପଡିଛି।
କୋରାପୁଟ ଜ଼ିଲା ଦଶମନ୍ତପୁର ବ୍ଲକ ଲୁଲ୍ଲା ପଞ୍ଚାୟତ ପଦୁଗୁଡା ଗ୍ରାମର ଗ୍ରାମବାସୀ ମୌଳିକ ସୁବିଧା ସୁଯୋଗରୁ ବଞ୍ଚତ୍ତ ହୋଇ ରହି ଆସୁଛନ୍ତି l ଗ୍ରାମଟି ପଞ୍ଚାୟତ କାର୍ଯ୍ୟାଳୟଠାରୁ ୩ କି.ମି.ଦୂର ହୋଇଥିଲେ ମଧ୍ୟ ଗ୍ରାମକୁ ଯିବାକୁ ଭଲ ରାସ୍ତାଟିଏ ନାହିଁ l ଗ୍ରାମବାସୀ ୨ଟି ପାହାଡ଼ର ପାଦଚଲା ରାସ୍ତା ଦେଇ ଯାତାୟାତ କରୁଛନ୍ତି l ଯଦି କୌଣସି ଗୁରୁତର ରୋଗୀଙ୍କୁ ମେଡିକାଲ ନେବାକୁ ହୁଏ ତେବେ ଖଟିଆ ହିଁ ଭରସା। ରୋଗୀଙ୍କୁ ଖଟିଆରେ ୩ କି.ମି. ଲୁଲ୍ଲା ପଞ୍ଚାୟତକୁ ଆଣିବା ପରେ ଡାକ୍ତରଖାନା ନିଆଯାଏ। ଗ୍ରାମରେ ପାନୀୟ ଜଳ ସମସ୍ୟା ମଧ୍ୟ ରହିଛି। ନଳକୂପ ନ ଥିବା ଯୋଗୁ ଗ୍ରାମବାସୀ ଚୁଆ ପାଣି ବ୍ୟବହାର କରୁଛନ୍ତି। ଗ୍ରାମର ସମସ୍ୟା ନେଇ ଗ୍ରାମବାସୀ ବାରମ୍ବାର ସ୍ଥାନୀୟ ପ୍ରଶାସନ, ବ୍ଲକ ପ୍ରଶାସନ ଏବଂ ଜ଼ିଲାପାଳଙ୍କ ଦ୍ୱାରସ୍ଥ ହୋଇଥିଲେ ମଧ୍ୟ କିଛି ସୁଫଳ ମିଳି ନ ଥିଲା l ଗ୍ରାମରେ ଲାଗି ରହିଥିବା ସମସ୍ୟାକୁ ନିଜେ ଉପଲବ୍ଧି କରି ସୋନାଲି ସ୍ବାଧୀନତା ଦିବସରେ ମୁଖ୍ୟଅତିଥି ରୂପେ ଯୋଗ ଦେଇଥିବା କୃଷି,କୃଷକ ସଶକ୍ତୀକରଣ ଓ ମତ୍ସ୍ୟ ଏବଂ ପ୍ରାଣୀ ସମ୍ପଦ ବିକାଶ ବିଭାଗ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କୁ ନିଜ ନିଖୁଣ ଅଭିନୟ ମାଧ୍ୟମରେ ଗ୍ରାମର ଦୁଃଖ ଜଣାଇଥିଲେ। ସେହି ମଞ୍ଚରେ ମନ୍ତ୍ରୀଙ୍କ ସମେତ ଜିଲାପାଳ, ଡିଆଇଜି, ଏସ୍‌ପି, ବିଧାୟକ, ଦଳୀୟ କର୍ମୀଙ୍କ ସହ ସରକାରୀ ଅଧିକାରୀମାନେ ଉପସ୍ଥିତ ଥିଲେ l ନିଜ ଗ୍ରାମର ସମସ୍ୟାକୁ ଅଭିନୟ ମାଧ୍ୟମରେ ସର୍ବ ସମ୍ମୁଖକୁ ଆଣିଥିବାରୁ କୁନି ଝିଅ ସୋନାଲି ସମସ୍ତଙ୍କ ପ୍ରଶଂସାର ପାତ୍ର ପାଲଟିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଝିଅର ଚିକିତ୍ସାକୁ ନେଇ ବଚସା, ସ୍ତ୍ରୀଙ୍କୁ ହତ୍ୟା

ପାରଳାଖେମୁଣ୍ଡି,୧୭ା୮(ଗିରିଧାରୀ ପରିଛା): ଝିଅର ଚିକିତ୍ସାକୁ ନେଇ ସ୍ତ୍ରୀଙ୍କ ସହ ବଚସା ପରେ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି। ଗଜପତି ଜିଲା ସେସନ୍ସ…

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

‘ଯାହାଙ୍କ ପାଖରେ ଆଧାରକାର୍ଡ ଅଛି, ତାଙ୍କୁ ମିଳିବ ସୁନା’, ଘୋଷଣା କଲେ PM ମୋଦି? ଜାଣନ୍ତୁ ଭାଇରାଲ ଦାବି ପଛର ସତ୍ୟ

ନୂଆଦିଲ୍ଲୀ, ୧୭।୮: ସୋସିଆଲ ମିଡିଆରେ ପ୍ରତିଦିନ ସରକାରଙ୍କ ସହ ଜଡ଼ିତ ଅନେକ ଯୋଜନା ବିଷୟରେ ସୂଚନା ଦିଆଯାଉଛି। କେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓ ଭାଇରାଲ ହେଉଛି, ତ…

ବୃହସ୍ପତି-ଶନିଙ୍କ ମଧ୍ୟରେ ହେବାକୁ ଯାଉଛି ଅଦ୍ଭୁତ ଯୋଗ: ପୂରା ସେପ୍ଟେମ୍ବରରେ ମାସରେ ଏହି ୫ ରାଶିଙ୍କର ବଲ୍ଲେ-ବଲ୍ଲେ

ସେପ୍ଟେମ୍ବର ୨୦୨୬ ମାସର ଆରମ୍ଭ ଏକ ଶୁଭ ଯୋଗରୁ ହେବାକୁ ଯାଉଛି। ଦ୍ରିକ ପଞ୍ଚାଙ୍ଗ ଅନୁଯାୟୀ, ସେପ୍ଟେମ୍ବର ୧ ତାରିଖରେ ଦେବଗୁରୁ ବୃହସ୍ପତି ଏବଂ ନ୍ୟାୟର ଦେବତା…

ସୁରଟରୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ, ଗାଁରେ ଶୋକାକୁଳ ପରିବେଶ

ହିଞ୍ଜିଳିକାଟୁ,୧୭।୮(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଅଞ୍ଚଳରୁ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତଦେହ ସୋମବାର…

ଚୋର-ପୋଲିସ୍‌ର ଖେଳ ସୋସିଆଲ୍‌ ମିଡିଆରେ ଭାଇରାଲ୍‌: ଚାରି ଥାନାର ପୋଲିସ୍‌କୁ ପାଣି ପିଆଇ…

ପୁରୁଷୋତ୍ତମପୁର, ୧୭।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘଟିଥିବା ଚୋର-ପୋଲିସ୍‌ ଲଢ଼େଇ ଏବେ ସୋସିଆଲ୍‌ ମିଡିଆରେ ଖୁବ୍‌ ଭାଇରାଲ୍‌ ହେବାରେ ଲାଗିଛି। ଗତ ଶୁକ୍ରବାର…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri