ଖେଳୁଖେଳୁ ପୋଖରୀରେ ବୁଡ଼ିଗଲା ଶିଶୁପତ୍ର, ପରିବାର ଲୋକଙ୍କୁ ବିଧାୟକ ଭେଟି…

ମହାକାଳପଡ଼ା,୮ା୮(ପ୍ରତାପ ଚନ୍ଦ୍ର ସ୍ବାଇ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପଞ୍ଚାୟତ ବରଜ ଗ୍ରାମର ଶଙ୍କର ଦେ’ଙ୍କ ୪ବର୍ଷର ପୁଅ ସଙ୍କେତ ଶୁକ୍ରବାର ପୋଖରୀରେ ବୁଡ଼ି ମୃତ୍ୟୁ ଘଟିଛି। ସଙ୍କେତ ହୁଡ଼ାରେ ଖେଳୁଥିବା ବେଳେ ଅସାବଧାନତାବଶତଃ ପୋଖରୀରେ ବୁଡ଼ି ଯାଇଥିଲେ। ପରିବାର ଲୋକେ ପୋଖରୀରୁ ଉଦ୍ଧାର କରି ରାମନଗର ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଓ ପରେ ଜିଲା ସଦର ଚିକିତ୍ସାଳୟକୁ ନେଇଥିଲେ। ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ବିଧାୟକ ଡ଼ ଦୁର୍ଗା ପ୍ରସନ୍ନ ନାୟକ ଜିଲା ମେଡିକାଲରେ ପରିବାର ଲୋକଙ୍କୁ ଭେଟି ସମବେଦନା ଜଣାଇଥିଲେ। ଏହି ପରିବାରକୁ ସରକାରୀ ସହାୟତା ଯୋଗାଇ ଦେବାକୁ ଯୁବ ନେତା ତରୁଣକାନ୍ତ କାଞ୍ଜିଲାଲ୍‌ ଦାବି କରିଛନ୍ତି।

Dharitri – Odisha’s No.1 Odia Daily

Share