Posted inଜାତୀୟ

ପ୍ରତି ୮ ମିନିଟ୍‌ରେ ଜଣେ ପିଲା ନିଖୋଜ ହେଉଛନ୍ତି

ନୂଆଦିଲ୍ଲୀ,୧୯ା୧୧: ଦେଶରେ ପ୍ରତି ୮ ମିନିଟ୍‌ରେ ଜଣେ ପଲା ନିଖୋଜ ହେଉଥିବା ଖବର ପ୍ରକାଶ ପାଇବା ପରେ ସୁପ୍ରିମକୋର୍ଟ ମଙ୍ଗଳବାର ଉଦ୍‌ବେଗ ପ୍ରକାଶ କରିଛନ୍ତି। ଏହା ଅତ୍ୟନ୍ତ ଗମ୍ଭୀର ପ୍ରସଙ୍ଗ ବୋଲି ସର୍ବୋଚ୍ଚ ଅଦାଲତ କହିଛନ୍ତି। ଦେଶରେ ପୋଷ୍ୟଗ୍ରହଣ ପ୍ରକ୍ରିୟା ଜଟିଳ ହୋଇଥିବାବେଳେ ଏହାକୁ ସୁବ୍ୟବସ୍ଥିତ କରିବା ପାଇଁ ଜଷ୍ଟିସ୍‌ ବି.ଭି. ନାଗରତ୍ନା ଏବଂ ଆର୍‌. ମହାଦେବନଙ୍କ ଖଣ୍ଡପୀଠ କେନ୍ଦ୍ର ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ଜଷ୍ଟିସ୍‌ ନାଗରତ୍ନା କହିଛନ୍ତି, ଦେଶରେ ପ୍ରତି ୮ ମିନିଟ୍‌ରେ ଜଣେ ଶିଶୁ ନିଖୋଜ ହେଉଥିବା ସେ ଏକ ଖବରକାଗଜରୁ ପଢ଼ିଛନ୍ତି। ତେବେ ଏହା ସତ କି ନୁହେଁ, ସେ ତାହା ଜାଣି ନାହାନ୍ତି। ତେବେ ଏହା ଅତ୍ୟନ୍ତ ଗମ୍ଭୀର ପ୍ରସଙ୍ଗ। ପୋଷ୍ୟଗ୍ରହଣ ପ୍ରକ୍ରିୟା ଜଟିଳ ହୋଇଥିବାରୁ ଲୋକେ ପିଲା ପାଇବା ପାଇଁ ବେଆଇନ ପନ୍ଥା ଆପଣାଉଛନ୍ତି। ନିଖୋଜ ପିଲା ସମ୍ପର୍କିତ ମାମଲାଗୁଡ଼ିକର ପରିଚାଳନା ପାଇଁ ନୋଡାଲ ଅଫିସର ନିଯୁକ୍ତି ନିମନ୍ତେ ୬ ସପ୍ତାହ ସମୟ ଦେବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଉପସ୍ଥିତ ଥିବା ଅତିରିକ୍ତ ସଲିସିଟର ଜେନେରାଲ ଐଶ୍ୱର୍ଯ୍ୟା ଭଟି ନିବେଦନ କରିଥିଲେ। ୬ ସପ୍ତାହ ସମୟ ଦେବାକୁ ଖଣ୍ଡପୀଠ ମନା କରିବା ସହ ଡିସେମ୍ବର ୯ ସୁଦ୍ଧା ପ୍ରକ୍ରିୟା ସମ୍ପୂର୍ଣ୍ଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ନିଖୋଜ ଶିଶୁ ମାମଲା ପରିଚାଳନା ନିମନ୍ତେ ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ଜଣେ ଲେଖାଏ ନୋଡାଲ ଅଫିସର ନିୟୋଜିତ କରିବାକୁ ପରାମର୍ଶ ଦେବା ଲାଗି ଗତ ଅକ୍ଟୋବର ୧୪ରେ ଖଣ୍ଡପୀଠ କେନ୍ଦ୍ର ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ। ପିଲା ନିଖୋଜ ନେଇ ମହିଳା ଓ ଶିଶୁବିକାଶ ମନ୍ତ୍ରଣାଳୟ ଦ୍ୱାରା ପରିଚାଳିତ ମିଶନ ବାତ୍ସଲ୍ୟ ପୋର୍ଟାଲରେ ଅଭିଯୋଗ ଆସିଲେ, ସମ୍ପୃକ୍ତ ନୋଡାଲ ଅଫିସରଙ୍କୁ ଜଣାଇବା ପାଇଁ କୁହାଯାଇଥିଲା।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନାଡ଼ାପାଟାଙ୍ଗ, ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଦାବିପତ୍ର

ବାଲିଗୁଡ଼ା, ୬।୧୨(ସଞ୍ଜୟ ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ବାରଖମା ପଞ୍ଚାୟତର ନାଡ଼ାପାଟାଙ୍ଗ ଏବଂ ସିନ୍ଦ୍ରିଗାଁ ପଞ୍ଚାୟତର ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଉପଜିଲାପାଳଙ୍କ ଜରିଆରେ...

ବାରବାଟୀରେ ଖେଳିପାରନ୍ତି ଶୁବମନ ଗିଲ୍‌

ଭୁବନେଶ୍ୱର,୬ା୧୨(ଅନାଦି କର): ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ମ୍ୟାଚ୍‌କୁ ଆଉ...

ଗାଧୋଇବା ପାଇଁ ଯାଉଥିବା ବେଳେ ମରଣାନ୍ତକ ଆକ୍ରମ: ଏବେ ଆସିଲା ବଡ଼ ରାୟ

ଦିଗପହଣ୍ଡି,୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶନିବାର ଆଙ୍କୋରଡ଼ା ଗ୍ରାମର ଜେ.ଉଗ୍ରସେନଙ୍କୁ ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଦର୍ଶାଇ ଗିରଫ...

ଛାତ୍ରୀଛାତ୍ରଙ୍କ ସ୍ବାସ୍ଥ ପାଇଁ ତତ୍ପର:  ଚିକିତ୍ସା ପାଇଁ ଅନ୍ୟତ୍ର ଯିବାକୁ…

ଦାରିଙ୍ଗବାଡି,୬।୧୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଠାରେ ଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସର ମଧ୍ୟରେ ଶନିବାର ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା ଓ ପ୍ରାଥମିକ...

ବିମାନ କର୍ମଚାରୀଙ୍କ ଖୋଲାଚିଠି ଭାଇରାଲ, ଏଥିରେ ଲେଖାଅଛି…

ନୂୂଆଦିଲ୍ଲୀ,୬ା୧୨: ଦେଶର ଅନେକ ବିମାନବନ୍ଦରରେ ବହୁ ବିମାନ ବାତିଲ ହେବା ପରେ ପ୍ରବଳ ଅସନ୍ତୋଷ ପ୍ରକାଶ ପାଇଛି। ସାଧାରଣ ଯାତ୍ରୀଙ୍କଠାରୁ ଆରମ୍ଭ କରି କର୍ମଚାରୀମାନେ ଅସନ୍ତୋଷ...

ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ: ଆନ୍ଧ୍ର -ଓଡିଶା ମଧ୍ୟରେ ବାଣିଜ୍ୟ ସଂପର୍କକ….

ପାରଳାଖେମୁଣ୍ଡି,୬ା୧୨(ଗିରିଧାରୀ ପରିଚ୍ଛା): ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ। ଗୁପ୍ତ ବୃନ୍ଦାବନ ରୂପେ ପରିଚିତ ଲିହୁରି ଗୋପୀନାଥ ମନ୍ଦିରକୁ ଯାତାୟାତ କରିବା ଏଣିକି ଓଡିଶାବାସୀଙ୍କ...

ପ୍ରେମିକାଙ୍କ ପାଇଁ ଗଳା କାଟିଦେଲେ ପ୍ରେମିକ, ଆଉ ତା’ ପରେ…

ଜି.ଉଦୟଗିରି,୬ା୧୨(ଚିନ୍ମୟ କୁମାର ସେଠୀ): କଳିଙ୍ଗା ପଞ୍ଚାୟତର ଡୁଗୁଡ଼ିପାରୀ ଗ୍ରାମରେ ଶନିବାର ସକାଳେ ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଥିବା ଦେଖିବାକୁ ମିଳିଛି। ପ୍ରେମିକାଙ୍କ ନିଜ ଘରକୁ...

୨୩ରୁ ଭଞ୍ଜନଗରରେ ଖୋଲିବ ଧାନ ମଣ୍ଡି: ୨୪ ଘଣ୍ଟିଆ ନଜର ରଖିବ…

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଆସନ୍ତା ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ ହେବ। ତେଣୁ ଏହା ପୂର୍ବରୁ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri