ଅନିଶ୍ଚିତତାରେ ପିଲାଙ୍କ ଭବିଷ୍ୟତ

ବିଶ୍ରା,୨୬ା୧୧( ବଟକୃଷ୍ଣ ସ୍ବାଇଁ)ରାଜ୍ୟ ସରକାର ଆଦିବାସୀ ଉନ୍ନୟନ ବିଭାଗ ଅଧୀନରେ ସେବାଶ୍ରମ ଓ ଆଶ୍ରମ ଉଚ୍ଚବିଦ୍ୟାଳୟ ଖୋଲି ଅନୁସୂଚିତ ଜାତି ଓ ଜନଜାତି ପିଲାଙ୍କ ପାଇଁ ଶିକ୍ଷାର ସମସ୍ତ ସୁବିଧା କରିଛନ୍ତି। ବିଦ୍ୟାଳୟ ସହ ଛାତ୍ରାବାସ ଓ ଛାତ୍ରୀନିବାସ ମଧ୍ୟ ନିର୍ମାଣ କରାଯାଇଛି। ହେଲେ କେତେକ ଜାଗାରେ ବିଦ୍ୟାଳୟକୁ ଶିକ୍ଷକ ଆସୁନାହାଁନ୍ତି ତ ଆଉକେଉଁଠି ଛାତ୍ରୀଛାତ୍ର। ଏଭଳି ଅବ୍ୟବସ୍ଥା ଦେଖିବାକୁ ମିଳିଛି ସୁନ୍ଦରଗଡ ଜିଲା ସୀମାନ୍ତ ବିଶ୍ରା ବ୍ଲକ ଉପାନ୍ତ ଅଞ୍ଚଳରେ ଥିବା ଏରିଲା ଆଶ୍ରମ ବିଦ୍ୟାଳୟ ଓ କୁଲେନବାହଲ ସେବାଶ୍ରମରେ। ଏରିଲା ବିଦ୍ୟାଳୟରେ ପ୍ରଥମରୁ ସପ୍ତମ ଶ୍ରେଣୀ ପର୍ଯ୍ୟନ୍ତ ୬୫ ଛାତ୍ରୀଛାତ୍ର ରହିଛନ୍ତି। ହେଲେ କଲ୍ୟାଣ ବିଭାଗ ପକ୍ଷରୁ ମାତ୍ର ୪ ଜଣ ଶିକ୍ଷକ ନିଯୁକ୍ତି ହୋଇଛନ୍ତି। ପ୍ରତ୍ୟେକ ଦିନ ପ୍ରଧାନ ଶିକ୍ଷକ ସରକାରୀ କାମରେ ଯାଉଛନ୍ତି। ମାତ୍ର ୩ ଜଣ ଶିକ୍ଷକରେ ଚାଲିଛି ବିଦ୍ୟାଳୟ। ସେହିପରି କୁଲେନବହଲ ସେବାଶ୍ରମରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ଯାଏଁ ରହିଥିବାବେଳେ ମୋଟ ୫୯ ଛାତ୍ରୀଛାତ୍ରଙ୍କ ନାମ ଲେଖାଯାଇଛି। ହେଲେ ବିଦ୍ୟାଳୟକୁ ସେହି ଅନୁସାରେ ଛାତ୍ରୀଛାତ୍ର ଆସୁନାହାଁନ୍ତି। ସେମାନଙ୍କ ପାଇଁ ମାତ୍ର ୩ ଜଣ ଶିକ୍ଷକ ନିଯୁକ୍ତି ହୋଇଛନ୍ତି। ଏହି ବିଷୟରେ ବ୍ଲକ କଲ୍ୟାଣ ସମ୍ପ୍ରସାରଣ ଅଧିକାରୀ ଆରତୀ ସ୍ବାଇଁଙ୍କୁ ପଚାରିବାରୁ, ବିଦ୍ୟାଳୟରେ ପାଣିର ସମସ୍ୟା ଥିବାରୁ ପିଲାମାନେ ଆସୁ ନ ଥିଲେ। ବର୍ତ୍ତମାନ ସବୁ ସୁବିଧା ରହିଛି। ଶିକ୍ଷକ ସମସ୍ୟା ନେଇ ପଚାରିବାରୁ ଉଚ୍ଚ ଅଧିକାରୀଙ୍କୁ ଲିଖିତ ଅନୁରୋଧ କରାଯାଇଛି ବୋଲି ଅଧିକାରୀ ସ୍ବାଇଁ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ରାସ୍ତା ପାର୍‌ ହେଉଥିବା ବେଳେ ଧକ୍କା ଦେଲା ଅଜଣା ଗାଡ଼ି, ଚାଲିଗଲା ବୃଦ୍ଧଙ୍କ ଜୀବନ,ପୋଲିସ୍‌ର…

ଦିଗପହଣ୍ଡି,୫/୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ରାୟଗଡ଼ା ୩୨୬ ନମ୍ବର ଜାତୀୟ ରାଜପଥ ଧର୍ମପୁର ଗ୍ରାମ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ସଡ଼କ ଦୁର୍ଘଟଣା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

ଚାପୁଡ଼ାର ପ୍ରତିଶୋଧ ନେବାକୁ ଆକ୍ରମଣ! ଗ୍ରାମ୍ୟକମିଟି ସଭ୍ୟଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ, ୪ ଗିରଫ, ରକ୍ତଭିଜା ଖଣ୍ଡା…

ଦିଗପହଣ୍ଡି,୫। ୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମର ଗ୍ରାମ୍ୟକମିଟି ସଭ୍ୟ ବନମାଳୀ ବିଷୋୟୀଙ୍କ ପୁଅ ପ୍ରେମା ଓରଫ ପ୍ରେମାନନ୍ଦ…

ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…

ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri