ମା’ ଆଖି ସାମ୍ନାରେ ଚାଲିଗଲା ଶିଶୁକନ୍ୟାଙ୍କ ଜୀବନ

ପଟାଙ୍ଗି,୨୨ା୯(ଶରତ ଧଳ): ମା’ ସହ ଚାଷଜମିକୁ ଯାଉଥିବା ସମୟରେ ଗୋଡ଼ ଖସି ଏକ ଗାତରେ ପଡ଼ି ଶିଶୁକନ୍ୟାଙ୍କ ମୃତ୍ୟୁ ହୋଇଥିବା ବେଳେ ଝିଅକୁ ହରାଇ ପରିବାରବର୍ଗ ଭାଙ୍ଗି ପଡିଥିବା ଦୃଶ୍ୟ ଗ୍ରାମରେ ଶୋକାକୁଳ ପରିବେଶ ସୃଷ୍ଟି କରିଛି। ଏହିପରି ଅଭାବନୀୟ ଘଟଣା ଘଟିଛି କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ରାଲେଗଡ଼ା ପଞ୍ଚାୟତର ଉପରସାହିରେ ବସବାସ କରୁଥିବା ମାଧବ ସାକିଆଙ୍କ ପରିବାର କ୍ଷେତ୍ରରେ।

ସୂଚନାନୁଯାୟୀ, ମାଧବ ସାକିଆଙ୍କ ସ୍ତ୍ରୀ ରାଧାମଣି ଗୁଣ୍ଠା ସକାଳୁ ଗ୍ରାମ ନିକଟସ୍ଥ ନିଜ ଚାଷଜମିକୁ ସାନ ଝିଅ ନୟନା(୨)ଙ୍କୁ ନିଜ ସାଥୀରେ ନେଇ ଯାଉଥିଲେ। କିନ୍ତୁ ମା’ ଚାଲିଚାଲି କିଛି ବାଟ ଆଗକୁ ଚାଲି ଯାଇଥିବା ବେଳେ ଝିଅ ନୟନା ମା’ଙ୍କ ପଛେ ପଛେ ଯାଉଥିବା ସମୟରେ ହଠାତ୍‌ ଗୋଡ଼ ଖସି ଏକ ଖାଲରେ ପଡ଼ିଯାଇଥିଲେ। ଶିଶୁକନ୍ୟା ଖାଲରେ ପଡ଼ିଯିବା ଶବ୍ଦ ଶୁଣି ମା’ସଙ୍ଗେ ସଙ୍ଗେ ଫେରି ଆସି ଘଟଣାସ୍ଥଳରୁ ଝିଅକୁ ଉଧାର କରିବା ପାଇଁ ଚେଷ୍ଟା କରିଥିଲେ ମଧ୍ୟ ଖାଲରେ ଭରି ହୋଇ ରହିଥିବା ବର୍ଷା ପାଣିରେ ବୁଡ଼ିଯାଇଥିଲେ। ମା’ଙ୍କ ଚିତ୍କାର ଶୁଣି ଘଟଣାସ୍ଥଳରେ ଗ୍ରାମବାସୀ ପହଞ୍ଚି ଗାତରୁ ବାହାର କରି ସ୍ଥାନୀୟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚାଇ ଚିକିତ୍ସା କରିବା ପାଇଁ ଚେଷ୍ଟା କରିଥିଲେ ମଧ୍ୟ ଡାକ୍ତର ମୃତ ଘୋଷଣା କରିଥିଲେ। ଶେଷରେ ଶିଶୁକନ୍ୟାକୁ ହରାଇ ବାପା ମାଧବ ସାକିଆ ପୋଲିସ ନିକଟରେ ପହଞ୍ଚି ଲିଖିତ ଅଭିଯୋଗ କରିବା ପରେ ପୋଲିସ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପରେ ପରିବାରଙ୍କୁ ହସ୍ତାନ୍ତର କରି ଏକ କେସ୍‌ ରୁଜୁ କରି ତଦନ୍ତ ଆରମ୍ଭ କରିଥିବା ଜଣାପଡ଼ିଛି।

ଅନ୍ୟପକ୍ଷରେ ଏହିପରି ଦୁଃଖଦ ଘଟଣା ସମ୍ପର୍କରେ ଖବର ପାଇ ବ୍ଲକ ଉପାଧ୍ୟକ୍ଷ ତ୍ରିନାଥ କଟା ଓ ଜିଲାପରିଷଦ ସଭ୍ୟ ଲଇଚନ ଖରା ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ପରିବାରବର୍ଗ ଏବଂ ଗ୍ରାମବାସୀଙ୍କ ସହ ଘଟଣା ସମ୍ପର୍କରେ ଆଲୋଚନା କରି ମୃତଦେହ ତାଙ୍କ ଗ୍ରାମକୁ ପଠାଇବା ନିମନ୍ତେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୩ ରାଶିଙ୍କ ପାଇଁ ଚନ୍ଦ୍ର ଗ୍ରହଣ ଶୁଭ! କାଲିଠୁ ଅଚାନକ ବଢିବ ଇନକମ, ଅଜଣା ଲୋକ ଦେବେ ସରପ୍ରାଇଜ

୨୮ ଅଗଷ୍ଟ ୨୦୨୬ରେ କୁମ୍ଭ ରାଶିରେ ଚନ୍ଦ୍ରଗ୍ରହଣ ଘଟିବ। ଏହାର ପ୍ରଭାବ ତିନୋଟି ରାଶି ପାଇଁ ଲାଭଦାୟକ ହୋଇପାରେ, ଯାହା ସେମାନଙ୍କ କ୍ୟାରିଅର, ଆର୍ଥିକ ଓ ଅଟକି…

ଜଗମୋହନ ମୀନାଙ୍କ ଇସ୍ତଫା ପତ୍ର ଗ୍ରହଣ କଲେ ରାଜ୍ୟ ସରକାର: ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପଠାଇଲେ…

ଭୁବନେଶ୍ୱର,୨୭।୮: ଭୁବନେଶ୍ବର ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ଗୃହୀତ ହୋଇଛି। ୩୭ ବର୍ଷୀୟ ଜଗମୋହନଙ୍କ ଇସ୍ତଫାପତ୍ରକୁ ଗ୍ରହଣ କରି ସ୍ବରାଷ୍ଟ୍ର ମନ୍ତ୍ରଣାଳୟକୁ ପଠାଇଛନ୍ତି ରାଜ୍ୟ ସରକାର। ସୂଚନାଯୋଗ୍ୟ,…

ଶ୍ରାବଣ ମାସରେ ମଟନ୍ ଖାଇବାକୁ ଜିଦ୍ କଲେ ପୁଅ, ପିଟିପିଟି ମାରିଦେଲେ ବାପା

ମୁମ୍ବାଇ,୨୭।୮: ମହାରାଷ୍ଟ୍ରର ପୁଣେରୁ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ସାମ୍ନାକୁ ଆସିଛି । ଶ୍ରାବଣ ମାସରେ ମଟନ ଖାଇବାକୁ ଜିଦ୍‌ କରିବାକୁ ନେଇ ବାପା-ପୁଅଙ୍କ ମଧ୍ୟରେ ବିବାଦ ହୋଇଥିଲା।…

ସୂର୍ଯ୍ୟ-ବୁଧଙ୍କ ଶୁଭ ଯୁତି: ଖୋଲିବ ୪ ରାଶିର ଭାଗ୍ୟ, ହେବ ପ୍ରଚୁର ଧନଲାଭ!

ଆଜି ଅଗଷ୍ଟ ୨୭ ତାରିଖ ରାତି ୧୦ଟା ୩୧ ମିନିଟରେ ସୂର୍ଯ୍ୟ ଏବଂ ବୁଧ ଗ୍ରହ ଦୁହେଁ ୦ ଡିଗ୍ରୀକୁ ଆସିବେ। ଏହି ସମୟରେ ଯୁତି ଦୃଷ୍ଟି…

‘ମାତା-ପିତାଙ୍କ ସେବା ପୁଅ-ଝିଅଙ୍କ ଦାୟିତ୍ୱ, ବୋହୂ-ଜ୍ୱାଇଁଙ୍କର ନୁହେଁ‘: କୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୨୭।୮: ମାତା-ପିତାଙ୍କ ସେବା କରିବା ପୁଅ ଏବଂ ଝିଅର ଦାୟିତ୍ୱ, ବୋହୂ ଏବଂ ଜ୍ୱାଇଁ ଏଥିପାଇଁ ଦାୟୀ ନୁହଁନ୍ତି। କୌଣସି ବ୍ୟକ୍ତି ନିଜ ସ୍ତ୍ରୀକୁ କିମ୍ୱା କୌଣସି…

ବଙ୍ଗୋପସାଗରରେ ଆସୁଛି ଆଉ ଏକ ଲଘୁଚାପ: ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୭।୮: ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ଆସୁଛି। ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ପାର୍ଶବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳରେ ସକ୍ରିୟ ଥିବା ଜଣାପଡ଼ିଛି। ଏହାର ପ୍ରଭାବରେ…

ନେପାଳରେ ବନ୍ୟା ତାଣ୍ଡବ: ୨୮୮ ଭାରତୀୟଙ୍କ ମିଳୁନି ପତ୍ତା,୨୧ ଉଦ୍ଧାର

ନୂଆଦିଲ୍ଲୀ,୨୭।୮: ନେପାଳରେ ବନ୍ୟା ପରେ ୨୮୮ ଜଣ ଭାରତୀୟ ନିଖୋଜ ଥିବା ରିପୋର୍ଟ ହୋଇଛି। ସେମାନଙ୍କୁ ଖୋଜିବା ପାଇଁ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ବୈଦେଶିକ ମନ୍ତ୍ରଣାଳୟର…

ନିଆରା ରାକ୍ଷୀପୂର୍ଣ୍ଣିମା: ଗଛକୁ ରାକ୍ଷୀ ବାନ୍ଧି ପରିବେଶ ସୁରକ୍ଷା ବାର୍ତ୍ତା ବାଣ୍ଟିଲେ ଛାତ୍ରୀଛାତ୍ର

ଭଞ୍ଜନଗର, ୨୭।୮(ବାବୁଲା ପ୍ରଧାନ): ଗଛ ଓ ମଣିଷର ସମ୍ପର୍କକୁ ଦୃଢ଼ କରିବା ସହ ପରିବେଶ ସୁରକ୍ଷାର ବାର୍ତ୍ତା ଦେବା ଲକ୍ଷ୍ୟରେ ରାକ୍ଷୀପୂର୍ଣ୍ଣିମା ଅବସରରେ ଭଞ୍ଜନଗର କବି ସମ୍ରାଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri