ମା’ ଆଖି ସାମ୍ନାରେ ଚାଲିଗଲା ଶିଶୁକନ୍ୟାଙ୍କ ଜୀବନ

ପଟାଙ୍ଗି,୨୨ା୯(ଶରତ ଧଳ): ମା’ ସହ ଚାଷଜମିକୁ ଯାଉଥିବା ସମୟରେ ଗୋଡ଼ ଖସି ଏକ ଗାତରେ ପଡ଼ି ଶିଶୁକନ୍ୟାଙ୍କ ମୃତ୍ୟୁ ହୋଇଥିବା ବେଳେ ଝିଅକୁ ହରାଇ ପରିବାରବର୍ଗ ଭାଙ୍ଗି ପଡିଥିବା ଦୃଶ୍ୟ ଗ୍ରାମରେ ଶୋକାକୁଳ ପରିବେଶ ସୃଷ୍ଟି କରିଛି। ଏହିପରି ଅଭାବନୀୟ ଘଟଣା ଘଟିଛି କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ରାଲେଗଡ଼ା ପଞ୍ଚାୟତର ଉପରସାହିରେ ବସବାସ କରୁଥିବା ମାଧବ ସାକିଆଙ୍କ ପରିବାର କ୍ଷେତ୍ରରେ।

ସୂଚନାନୁଯାୟୀ, ମାଧବ ସାକିଆଙ୍କ ସ୍ତ୍ରୀ ରାଧାମଣି ଗୁଣ୍ଠା ସକାଳୁ ଗ୍ରାମ ନିକଟସ୍ଥ ନିଜ ଚାଷଜମିକୁ ସାନ ଝିଅ ନୟନା(୨)ଙ୍କୁ ନିଜ ସାଥୀରେ ନେଇ ଯାଉଥିଲେ। କିନ୍ତୁ ମା’ ଚାଲିଚାଲି କିଛି ବାଟ ଆଗକୁ ଚାଲି ଯାଇଥିବା ବେଳେ ଝିଅ ନୟନା ମା’ଙ୍କ ପଛେ ପଛେ ଯାଉଥିବା ସମୟରେ ହଠାତ୍‌ ଗୋଡ଼ ଖସି ଏକ ଖାଲରେ ପଡ଼ିଯାଇଥିଲେ। ଶିଶୁକନ୍ୟା ଖାଲରେ ପଡ଼ିଯିବା ଶବ୍ଦ ଶୁଣି ମା’ସଙ୍ଗେ ସଙ୍ଗେ ଫେରି ଆସି ଘଟଣାସ୍ଥଳରୁ ଝିଅକୁ ଉଧାର କରିବା ପାଇଁ ଚେଷ୍ଟା କରିଥିଲେ ମଧ୍ୟ ଖାଲରେ ଭରି ହୋଇ ରହିଥିବା ବର୍ଷା ପାଣିରେ ବୁଡ଼ିଯାଇଥିଲେ। ମା’ଙ୍କ ଚିତ୍କାର ଶୁଣି ଘଟଣାସ୍ଥଳରେ ଗ୍ରାମବାସୀ ପହଞ୍ଚି ଗାତରୁ ବାହାର କରି ସ୍ଥାନୀୟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚାଇ ଚିକିତ୍ସା କରିବା ପାଇଁ ଚେଷ୍ଟା କରିଥିଲେ ମଧ୍ୟ ଡାକ୍ତର ମୃତ ଘୋଷଣା କରିଥିଲେ। ଶେଷରେ ଶିଶୁକନ୍ୟାକୁ ହରାଇ ବାପା ମାଧବ ସାକିଆ ପୋଲିସ ନିକଟରେ ପହଞ୍ଚି ଲିଖିତ ଅଭିଯୋଗ କରିବା ପରେ ପୋଲିସ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପରେ ପରିବାରଙ୍କୁ ହସ୍ତାନ୍ତର କରି ଏକ କେସ୍‌ ରୁଜୁ କରି ତଦନ୍ତ ଆରମ୍ଭ କରିଥିବା ଜଣାପଡ଼ିଛି।

ଅନ୍ୟପକ୍ଷରେ ଏହିପରି ଦୁଃଖଦ ଘଟଣା ସମ୍ପର୍କରେ ଖବର ପାଇ ବ୍ଲକ ଉପାଧ୍ୟକ୍ଷ ତ୍ରିନାଥ କଟା ଓ ଜିଲାପରିଷଦ ସଭ୍ୟ ଲଇଚନ ଖରା ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ପରିବାରବର୍ଗ ଏବଂ ଗ୍ରାମବାସୀଙ୍କ ସହ ଘଟଣା ସମ୍ପର୍କରେ ଆଲୋଚନା କରି ମୃତଦେହ ତାଙ୍କ ଗ୍ରାମକୁ ପଠାଇବା ନିମନ୍ତେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀରେ ବ୍ୟାପିଲା ଝାଡାବାନ୍ତି, ଜଣଙ୍କର ମୃତ୍ୟୁ ହୋଇଥିବା ଅଭିଯୋଗ

ପୁରୀ,୨୭।୪: ପୁରୀରେ ବ୍ୟାପିଲା ଝାଡାବାନ୍ତି। ପୁରୀ ସହରର ବିଭିନ୍ନ ଅଞ୍ଚଳରେ ବ୍ୟାପିଲା ଝାଡାବାନ୍ତି। ବାଲିସାହି, ରେଡକ୍ରସ୍‌ ରୋଡ୍‌ ସହ ବିଭିନ୍ନ ଅଞ୍ଚଳରେ ଏକାଧିକ ଆକ୍ରାନ୍ତ ଚିହ୍ନଟ...

ହାର୍ଡ ମଦର ଜାଗା ନେଲା ବିଅର, ଓଡ଼ିଶାରେ ଏଥର ବିକ୍ରିରେ ଭାଙ୍ଗିଲା ସର୍ବକାଳୀନ ରେକର୍ଡ

ଭୁବନେଶ୍ୱର,୨୭।୪: ତାପମାତ୍ରା ବଢିବା ସହ ଦେଶରେ ବିଅର ବିକ୍ରି ମଧ୍ୟ ବଢୁଛି। ଏହି କ୍ରମରେ ଏଥର ଓଡିଶା ବିଅର ବିକ୍ରିରେ ସର୍ବକାଳୀନ ରେକର୍ଡ ଭାଙ୍ଗିଛି। ଅବକାରୀ...

ପ୍ରଶାନ୍ତ ୫୦ ହଜାରରୁ ଅଧିକ ଭୋଟରେ ଜିତିବେ: ଚିରଞ୍ଜୀବ

ଜଗତ୍‌ସିଂହପୁର,୨୭ା୪(ପ୍ରମୋଦ କୁମାର ନାୟକ): ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱ ଉପରେ ଆସ୍ଥା ପ୍ରକଟ କରି ଚିରଞ୍ଜୀବ ବିଶ୍ୱାଳ ବିନା ସର୍ତ୍ତରେ ବିଜେଡିରେ ମିଶିଛନ୍ତି। ୨୦୧୯ ସାଧାରଣ ନିର୍ବାଚନରେ ଜଗତ୍‌ସିଂହପୁର...

ବଡ଼ଚଣାରେ ଭାବବିହ୍ବଳ ହେଲେ ବର୍ଷା

ଚଣ୍ଡିଖୋଲ/ ଛତିଆ/ ବଡ଼ଚଣା, ୨୭ା୪ (ପ୍ରଦୀପ୍ତ କୁମାର ପୃଷ୍ଟି/ ସୌମ୍ୟରଞ୍ଜନ ସାହୁ/ ଦିଲୀପ କୁମାର ମହାନ୍ତି): ବଡ଼ଚଣା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡି ଅଭିନେତ୍ରୀ ବର୍ଷା...

ଘରୋଇ ଚିକିତ୍ସା କଲେ ଚାକିରିରୁ ବିଦା ହେବେ ଡାକ୍ତର

ବ୍ରହ୍ମପୁର,୨୭।୪(ସୁବାସ ଚନ୍ଦ୍ର ପାଢ଼ୀ): ମହାରାଜା କୃଷ୍ଣଚନ୍ଦ୍ର ଗଜପତି(ଏମକେସିଜି) ମେଡିକାଲର ବିଭିନ୍ନ ବିଭାଗରେ କାର୍ଯ୍ୟରତ ସିନିୟର୍‌ ରେସିଡେଣ୍ଟ(ଏସ୍‌ଆର) ତଥା ଟ୍ୟୁଟରମାନେ ଘରୋଇ ମେଡିକାଲରେ ରୋଗୀ ଚିକିତ୍ସା କରୁଥିବା...

ବିଏସ୍‌କେଓ୍ବାଇକୁ ବିରୋଧ କରୁଛନ୍ତି କେନ୍ଦ୍ରମନ୍ତ୍ରୀ: ପାଣ୍ଡିଆନ୍‌

ଭୁବନେଶ୍ୱର/ ଉମରକୋଟ/ଝରିଗାଁ/ ପାପଡ଼ାହାଣ୍ଡି/ନବରଙ୍ଗପୁର/ ତେନ୍ତୁଳିଖୁଣ୍ଟି, ୨୭ା୪ (ଅନିଲ ଦାସ/ସନ୍ତୋଷ ଶତପଥୀ/କିଶୋର ଚନ୍ଦ୍ର ମଣ୍ଡଳ/ସ୍ବପ୍ନଜିତ ପଟ୍ଟନାୟକ/ସଦାଶିବ ପ୍ରହରାଜ/ଚିଦାନନ୍ଦ ସାହୁ): ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଶୁକ୍ରବାର...

ଗୋଟିଏ ଆସନ ପାଣ୍ଡିଆନ୍‌ଙ୍କ ପାଇଁ ଛାଡ଼ିବେ ମୁଖ୍ୟମନ୍ତ୍ରୀ: ଭାଜପା

ଭୁବନେଶ୍ୱର, ୨୭।୪(ସୁନିତ୍‌ ମିଶ୍ର): କାର୍ତ୍ତିକ ପାଣ୍ଡିଆନ୍‌ଙ୍କ ନାଁ ବିଜେଡିର ଷ୍ଟାର ପ୍ରଚାରକ ତାଲିକାରେ ଅଛି। ଏଥିରୁ ପ୍ରମାଣିତ ହେଲା ଯେ, ସେ ହେଉଛନ୍ତି ବିଜେଡିର ୨...

ଛିଡୁନି ଭାଜପା ପ୍ରାର୍ଥୀଙ୍କ ନାମ, ମହିଳା କାର୍ଡ ଖେଳିବା ଚର୍ଚ୍ଚା

କଟକ,୨୭ା୪(ଶିଳ୍ପା ପ୍ରିୟଦର୍ଶିନୀ): ନିର୍ବାଚନକୁ ମାତ୍ର କମ୍‌ ସମୟ ଥିବାବେଳେ ଆସନ୍ତା ସୋମବାରଠାରୁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ। ହେଲେ ଏପର୍ଯନ୍ତ ବାରବାଟୀ-କଟକ ଭାଜପାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri