ସାରା ବିଶ୍ୱରେ ଭୟର ବାତାବରଣ; ବଢୁଛି ଯୁଦ୍ଧ ଆଶଙ୍କା: ଜାଣନ୍ତୁ କାହିଁକି

ବେରୁଟ୍‌/ତେହରାନ୍‌,୧ା୮: ଇରାନର ରାଜଧାନୀ ତେହେରାନରେ ହାମାସ ମୁଖ୍ୟ ଇସମାଇଲ ହାନିଆଙ୍କୁ ହତ୍ୟା କରାଯାଇଥିଲା, ଯାହା ବର୍ତ୍ତମାନ ଉଭୟ ଦେଶ ପାଇଁ ଏକ ନିର୍ଣ୍ଣାୟକ କ୍ଷଣ ହୋଇପାରେ। ଇରାନର ନୂତନ ରାଷ୍ଟ୍ରପତି ମାସୁଦ ପେଜେଶକିଆନଙ୍କ ଶପଥ ଗ୍ରହଣ ଉତ୍ସବରେ ପହଞ୍ଚିବା ପରେ ତେହେରାନରେ ଇସମାଇଲ ହାନିୟେଙ୍କୁ ହତ୍ୟା କରାଯାଇଥିଲା। ବର୍ତ୍ତମାନ ହାନିୟେଙ୍କ ମୃତ୍ୟୁ ହେତୁ ସାରା ବିଶ୍ୱରେ ଭୟର ବାତାବରଣ ସୃଷ୍ଟି ହୋଇଛି, ଯୁଦ୍ଧର ବିପଦ ଉପୁଜିଛି।
ସୂଚନାଯୋଗ୍ୟ, ଇସ୍ରାଏଲୀ ବଳ ଲେବାନନ୍‌ର ବେରୁଟ୍‌ରେ ହେଜ୍‌ବୋଲ୍ଲାର ଦ୍ୱିତୀୟ ସର୍ବୋଚ୍ଚ ନେତା ଫଉଦ୍‌ ଶୁକର୍‌ଙ୍କୁ ଏୟାର ଷ୍ଟ୍ରାଇକ୍‌ କରି ହତ୍ୟା କରିଥିବା ଘୋଷଣା କରିଥିଲା। ଏହାର ଦିନକ ପରେ ଇରାନ୍‌ ରାଜଧାନୀ ତେହରାନ୍‌ରେ ହମାସ୍‌ ସୁପ୍ରିମ ଲିଡର ଇସ୍‌ମାଇଲ୍‌ ହାନିୟେଙ୍କୁ ହତ୍ୟା କରାଯାଇଛି। ଇରାନ୍‌ ହାନିୟେଙ୍କ ହତ୍ୟାର ପ୍ରତିଶୋଧ ନିଆଯିବ ବୋଲି ଧମକ ଦେଇଛି। ଏଥିଯୋଗୁ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଆହୁରି ବୃଦ୍ଧି ପାଇବା ଆଶଙ୍କା କରାଯାଉଛି।
୨୦୨୩ ଅକ୍ଟୋବର ୭ରେ ଗାଜାର ସଶସ୍ତ୍ର ଶାସକ ହମାସ୍‌ ଇସ୍ରାଏଲ ଉପରେ ଅତର୍କିତ ଆକ୍ରମଣ କରିଥିଲା। ହମାସ୍‌ ଫାଇଟରଙ୍କ ରକେଟ ମାଡ଼ରେ ୧,୨୦୦ ଇସ୍ରାଏଲୀ ନିହତ ହୋଇଥିବାବେଳେ ସେମାନେ ୨୫୦ ଜଣଙ୍କୁ ପଣବନ୍ଦୀ କରିନେଇଥିଲେ। ଇସ୍ରାଏଲ୍‌ ଏହାର ପ୍ରତିଶୋଧ ନେବାକୁ ଯାଇ ଗାଜା ଉପରେ ଆକ୍ରମଣ କରିଥିଲା। ଏଥିରେ ଅଦ୍ୟାବଧି ୩୯,୦୦୦ ପାଲେଷ୍ଟିନୀୟଙ୍କ ମୃତ୍ୟୁ ଘଟିଲାଣି। ଇସ୍ରାଏଲ-ହମାସ୍‌ ଯୁଦ୍ଧକୁ ନେଇ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଲାଗିରହିଥିବାବେଳେ ତେହରାନ୍‌ ବାସଭବନରେ ଆମତ୍ନିର୍ବାସନ ଜୀବନ ବିତାଉଥିବା ହମାସ୍‌ର ଶୀର୍ଷ ନେତା ଇସ୍‌ମାଇଲ୍‌ ହାନିୟେଙ୍କୁ ହତ୍ୟା କରାଯାଇଛି। ଇରାନ୍‌ର ନୂଆ ରାଷ୍ଟ୍ରପତି ମସୌଦ ପେଜେଶକିଆନ୍‌ଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେଇ ଫେରିବା ପରେ ଏୟାର ଷ୍ଟ୍ରାଇକ୍‌ରେ ସେ ନିହତ ହୋଇଛନ୍ତି। ହତ୍ୟା ପାଇଁ କୌଣସି ସଙ୍ଗଠନ ନିଜକୁ ଦାୟୀ କରିନାହିଁ। ଏହା ପଛରେ ଇସ୍ରାଏଲର ହାତ ଥିବା ହମାସ୍‌ ଏବଂ ଇରାନ୍‌ର ଅର୍ଦ୍ଧସାମରିକ ରିଭୋଲ୍ୟୁଶନାରି ଗାର୍ଡ ଅଧିକାରୀମାନେ କହିଛନ୍ତି। ତେବେ ଏହି ଅଭିଯୋଗକୁ ଇସ୍ରାଏଲ୍‌ ପକ୍ଷରୁ ଖଣ୍ଡନ କରାଯାଇ ନାହିଁ।
ହମାସ୍‌ର ଗାଜା ନେତା ୟହୟା ସିନ୍‌ଓ୍ବରଙ୍କୁ ଇସ୍ରାଏଲ୍‌ ଆକ୍ରମଣର ମାଷ୍ଟରମାଇଣ୍ଡ୍‌ ବୋଲି କୁହାଯାଉଥିବାବେଳେ ହାନିୟେ ଅପେକ୍ଷାକୃତ ମଧ୍ୟମପନ୍ଥୀ ଚେହେରା ଥିଲେ। ଇତିମଧ୍ୟରେ ହମାସ୍‌ ରାଜନୈତିକ ମୁଖ୍ୟଙ୍କ ହତ୍ୟାର ପ୍ରତିଶୋଧ ନିଆଯିବ ବୋଲି ଇରାନ୍‌ ସୁପ୍ରିମ ଲିଡର ଆୟାତୋଲ୍ଲା ଅଲୀ ଖାମ୍‌ନେଇ ଧମକ ଦେଇଛନ୍ତି। ଖାମ୍‌ନେଇ କହିଛନ୍ତି, ଇସ୍ରାଏଲ ହାନିୟେଙ୍କୁ ହତ୍ୟା କରି ନିଜ ପାଇଁ ଏକ କଠୋର ଦଣ୍ଡ ପ୍ରସ୍ତୁତ କରିଛି। ଏହାର ପ୍ରତିଶୋଧ ନେବା ଆମ କର୍ତ୍ତବ୍ୟ ବୋଲି ଆମେ ବୋଲି ଖାମନେଇ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

UAE ର ଦୁଇ ଜାହାଜ ଉପରେ ଏୟାରଷ୍ଟ୍ରାଇକ୍ କଲା ସାଉଦି ଆରବ, ଦେଲା ୨୪ ଘଣ୍ଟା ଅଲ୍ଟିମେଟମ୍

ନୂଆଦିଲ୍ଲୀ,୩୦।୧୨: ଇସ୍ରାଏଲ-ହମାସ ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆର ଦୁଇ ଶକ୍ତିଶାଳୀ ଦେଶ ସାଉଦି ଆରବ ଏବଂ ୟୁନାଇଟେଡ ଆରବ ଏମିରେଟ୍ସ (UAE) ମଧ୍ୟରେ ତିକ୍ତତା ଚରମ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri