Posted inଜାତୀୟ

ଫେକ୍‌ ନ୍ୟୁଜ୍‌ ଉପରେ କଡ଼ା ନଜର

ନୂଆଦିଲ୍ଲୀ,୧୫।୧୦: ନଭେମ୍ବର ୧୨ରେ ହେବାକୁ ଥିବା ହିମାଚଳ ପ୍ରଦେଶ ବିଧାନସଭା ନିର୍ବାଚନ ବେଳେ ଫେକ୍‌ ନ୍ୟୁଜ୍‌ ରୋକିବା ପାଇଁ ନିର୍ବାଚନ କମିଶନ (ଇସି)ଙ୍କ ଟିମ୍‌ ସୋସିଆଲ ମିଡିଆ ଉପରେ କଡ଼ା ନଜର ରଖିବ। ଆବଶ୍ୟକ ସ୍ଥଳେ ଆପରାଧିକ କାର୍ଯ୍ୟାନୁଷ୍ଠାନ ନେବାକୁ ପଛଘୁଞ୍ଚା ଦେବେ ନାହିଁ ବୋଲି ଶୁକ୍ରବାର ମୁଖ୍ୟ ନିର୍ବାଚନ ଆୟୋଗ (ସିଇସି) ରାଜୀବ କୁମାର ସ୍ପଷ୍ଟ କରିଛନ୍ତି।
ହିମାଚଳ ନିର୍ବାଚନ ତାରିଖ ଘୋଷଣା ଅବସରରେ ସିଇସି ରାଜୀବ କୁମାର କହିଛନ୍ତି, ଭୋଟ ବେଳେ ମିଥ୍ୟା ଖବର ବିସ୍ତାରକାରୀଙ୍କ ଉପରେ କଡ଼ା ନଜର ରଖିବା ଲାଗି ସୋସିଆଲ ମିଡିଆ ଟିମ୍‌ ଗଠନ କରାଯାଇଛି। ଫେକ୍‌ ନ୍ୟୁଜ୍‌ ଚିହ୍ନଟ ହେବା ମାତ୍ରେ ଅଭିଯୁକ୍ତଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ନିଆଯିବ। ୨୦୧୯ ମାର୍ଚ୍ଚରେ ସାମାଜିକ ଗଣମାଧ୍ୟମ ମଞ୍ଚଗୁଡ଼ିକ ଏହାର ଦୁରୁପଯୋଗକୁ ଦୃଷ୍ଟିରେ ରଖି ଭଲ୍ୟୁଣ୍ଟାରି କୋଡ୍‌ ଅଫ୍‌ ଏଥିକ୍ସ ମାନି ଚଳିବାକୁ ରାଜି ହୋଇଛନ୍ତି। ସତର୍କ ରହିବା ପାଇଁ ପ୍ଲାଟଫର୍ମଗୁଡ଼ିକୁ ଏବଂ ଟିମ୍‌କୁ ନିର୍ଦ୍ଦେଶ ଦିଆଯାଇଛି। ପ୍ରାର୍ଥୀଙ୍କ ସମର୍ଥକମାନେ ଯେପରି ଘୃଣା ମନ୍ତବ୍ୟ ଓ ଫେକ୍‌ ନ୍ୟୁଜ୍‌ରେ ଜଡ଼ିତ ହେବେ ନାହିଁ ତାହା ସୁନିଶ୍ଚିତ କରିବା ଲାଗି ରାଜନୈତିକ ଦଳଗୁଡ଼ିକୁ ପରାମର୍ଶ ଦିଆଯାଇଛି। ସେହିପରି ମହିଳାଙ୍କ ମତଦାନ ବୃଦ୍ଧି ସକାଶେ କେତୋଟି ବୁଥ୍‌ ସମ୍ପୂର୍ଣ୍ଣ ଭାବେ ମହିଳାଙ୍କ ଦ୍ୱାରା ପରିଚାଳିତ ହେବ ବୋଲି ରାଜୀବ କୁମାର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବ ଶତ୍ରୁତାରୁ ଆକ୍ରମଣ ପ୍ରତି ଆକ୍ରମଣ ଘଟଣା, ଜେଲ୍ ଗଲେ ୩ ଅଭିଯୁକ୍ତ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମରେ ଦୁଇ ପଡୋଶୀଙ୍କ ମଧ୍ୟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗତ ଶୁକ୍ରବାର ରାତିରେ…

ଚାଷଜମିରେ କାମ କରୁଥିବା ବେଳେ ଟଳିପଡିଲେ, ଅଂଶୁଘାତରେ ଚାଲିଗଲା ଜୀବନ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ହନୁମାନ ମନ୍ଦିର ସାହିର ରଘୁନାଥ ଗୌଡ଼(୪୨) ରବିବାର ମଧ୍ୟାହ୍ନରେ ଅଂଶୁଘାତରେ…

ପୂର୍ବତନ ସମିତିସଭ୍ୟଙ୍କ ଘରେ ଚାଲିଥିଲା ଦେଶୀମଦ ଭାଟି, ଚଢ଼ାଉ କରି ଭାଙ୍ଗିଲା ପୋଲିସ

ନନ୍ଦପୁର,୧୭ା୫(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଲମତାପୁଟ ବ୍ଲକର ବନମାଳିପୁଟ ଗ୍ରାମପଞ୍ଚାୟତର ପୂର୍ବତନ ସମିତିସଭ୍ୟ ରମେଶ ବିଶୋଇଙ୍କ ଭିମାରୀପୁଟ ସ୍ଥିତ ଘରେ ସ୍ଥାପିତ…

ପଞ୍ଜାବକୁ ହରାଇ ପ୍ଲେଅଫ୍‌ରେ ସ୍ଥାନ ପକ୍କା କଲା ଆର୍‌ସିବି

ଧର୍ମଶାଳା,୧୭ା୫: ଭେଙ୍କଟେଶ ଆୟାରଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ରବିବାର ଖେଳାଯାଇଥିବା ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୨୩ ରନରେ ପଞ୍ଜାବ କିଙ୍ଗ୍ସକୁ ପରାସ୍ତ କରିଛି। ଏହି…

ଆହତ ସତ୍ତ୍ୱେ ଖେଳିଲେ ବରୁଣ, ହସ୍ତକ୍ଷେପ କରିପାରେ ବିସିସିଆଇ

ନୂଆଦିଲ୍ଲୀ,୧୭ା୫: ଆହତ ସତ୍ତ୍ୱେ ବରୁଣ ଚକ୍ରବର୍ତ୍ତୀ ଶନିବାର ଗୁଜରାଟ ଟାଇଟନ୍ସ ବିପକ୍ଷ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ ପାଇଁ ସମ୍ପୂର୍ଣ୍ଣ ୪ ଓଭର ବୋଲିଂ କରିଥିଲେ। ଏହି…

ସୁନାଥରରେ ଗ୍ଯାସ ସିଲିଣ୍ଡର ବିସ୍ଫୋରଣ ଘଟଣା, ଆଠଦିନର ସଂଗ୍ରାମ ପରେ ଆଖିପୁଜିଲେ ପ୍ରଶନ

ପୁରୁଷୋତ୍ତମପୁର,୧୭ା୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ସୁନାଥର ଗ୍ରାମରେ ସିଲିଣ୍ଡର ବିସ୍ଫୋରଣ ଘଟଣାରେ ଚିକିତ୍ସାଧୀନ ଅବସ୍ଥାରେ ଜଣଙ୍କର ମୃତ୍ୟୁ ହୋଇଛି । ଗତ ରବିବାର ସନ୍ଧ୍ୟାରେ…

ଭାରସାମ୍ଯ ହରାଇ ଗଛକୁ ପିଟିଲା ଟ୍ରକ, ଡ୍ରାଇଭର ମୃତ

ପୁରୁଷୋତ୍ତମପୁର,୧୭ା୫( ସବିତା ମିଶ୍ର): ଗଞ୍ଜାମ ଜିଲା ପରୁଷୋତ୍ତମପୁର ଥାନା ଆନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ଯରାସ୍ତାର ବାଇଧର ମନ୍ଦିର ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ବୁଲାଣି ଠାରେ ଏକ…

ନିଖିଲଙ୍କୁ ଗୋଡ଼ାଇ ଗୁଳି କରିଥିଲେ ଦୁର୍ବୃତ୍ତ, ୯ ଜଣଙ୍କୁ ବାନ୍ଧିଲା ପୋଲିସ

ଗୁଣପୁର,୧୭ା୫(ସୁଜାତା ପାଢ଼ୀ)- ରାୟଗଡ଼ା ଥାନା ପୋଲିସ ନିଖିଳଙ୍କୁ ଗୁଳି କରି ହତ୍ୟା କରାଯିବା ମାମଲାର ପର୍ଦ୍ଦାଫାଶ କରିଛି । ହତ୍ୟାକାଣ୍ଡରେ ଜଡ଼ିତ ଥିବା ୯ ଜଣଙ୍କୁ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri