Posted inଫୁରସତ

ସାମୂହିକ ଉଦ୍ୟମ ଲୋଡ଼ା

ବିଶ୍ୱର ବଢୁଥିବା ଉଷ୍ମତା ଏବଂ ଜଳବାୟୁ ପରିବର୍ତ୍ତନ ବିଷୟରେ ଲୋକମାନଙ୍କୁ ଅବଗତ କରାଇବା ପାଇଁ ପ୍ରତିବର୍ଷ ଡିସେମ୍ବର ୧୪ ତାରିଖରେ ବିଶ୍ୱ ଶକ୍ତି ସଂରକ୍ଷଣ ଦିବସ ପାଳନ କରାଯାଇଥାଏ ।
ଏହି ଅବସରରେ ଶକ୍ତି ଉତ୍ସ ସଞ୍ଚୟ ଦିଗରେ ପ୍ରୟାସକୁ ପ୍ରୋତ୍ସାହିତ କରାଯାଇଥାଏ। ଦୈନନ୍ଦିନ ଜୀବନରେ ଶକ୍ତି ବ୍ୟବହାର, ସଂରକ୍ଷଣ, ଅଭାବ ଓ ବିଶ୍ୱର ଇକୋସିଷ୍ଟମର ସ୍ଥାୟିତ୍ୱ ଉପରେ ଏହାର ପ୍ରଭାବକୁ ଦର୍ଶାଇବା ପାଇଁ ବିଶ୍ୱବ୍ୟାପୀ ଏହି ଦିବସ ପାଳନ କରାଯିବାର ମୁଖ୍ୟ ଲକ୍ଷ୍ୟ। ଶକ୍ତି ଉପରେ ମାନବଜାତିର ଭବିଷ୍ୟତ ସାମ୍ନା କରୁଥିବା ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗଗୁଡ଼ିକ ଉପରେ ଏହି ଦିବସ ପାଳନ ଅବସରରେ ସଚେତନତା ସୃଷ୍ଟି କରାଯାଇଥାଏ।
ବ୍ୟବହାରକୁ ପ୍ରାୟତଃ ବିକାଶର ଏକ ଗୁରୁତ୍ୱପୂର୍ଣ୍ଣ ସୂଚକ ଭାବରେ ବିବେଚନା କରାଯାଏ। ବିଶ୍ୱର ବିୀଭିନ୍ନ ଦେଶର ଅଗ୍ରଗତି ସହିତ ଶକ୍ତି ବ୍ୟବହାର ବୃଦ୍ଧି ପାଇବାରେ ଲାଗିଛି। ବ୍ୟବହାର ଅନୁପାତରେ ବର୍ତ୍ତମାନର ଗଚ୍ଛିତ ଥିବା ତୈଳ ପ୍ରାୟ ୪୫ ବର୍ଷ, ଗ୍ୟାସ ପ୍ରାୟ ୬୫ ବର୍ଷ, କୋଇଲା ପ୍ରାୟ ୨୦୦ ବର୍ଷ ପରେ ଶେଷ ହୋଇଯିବ ବୋଲି ଆକଳନ କରାଯାଇଛି। ତେଣୁ ସବୁଜ ବିକଳ୍ପ ଶକ୍ତି ଉତ୍ସ ବ୍ୟବହାର କରିବା ଅପରିହାର୍ଯ୍ୟ ହୋଇ ପଡିଛି। ଯାହା ଦ୍ୱାରା ବିଶ୍ୱତାପନ ଏବଂ ପ୍ରଦୂଷଣ ମାତ୍ରା ହ୍ରାସ ପାଇ ପାରିବ। ଶକ୍ତି ବ୍ୟବହାର ହେଉଛି ବିଶ୍ୱରେ ବୃଦ୍ଧି ପାଉଥିବା ତାପମାତ୍ରାର ଏକ ପ୍ରମୁଖ କାରଣ। ଯାହାର ପ୍ରଭାବରେ ଜଳବାୟୁ ପରିବର୍ତ୍ତନ ହେବାରେ ଲାଗିଛି। ଭାରତରେ ଶକ୍ତି ସଂରକ୍ଷଣ ଆଇନ, ୨୦୦୧ ଶକ୍ତି ଦକ୍ଷତା ବ୍ୟୁରୋ (ବିଇଇ)ଦ୍ୱାରା କାର୍ଯ୍ୟକାରୀ କରାଯାଇଥିଲା। ଶକ୍ତି ଦକ୍ଷତା ବ୍ୟୁରୋ ହେଉଛି ଏକ ସାମ୍ବିଧାନିକ ସଂସ୍ଥା ଯାହା ଭାରତ ସରକାରଙ୍କ ଅଧୀନରେ କାର୍ଯ୍ୟ କରେ ଏବଂ ଶକ୍ତି ବ୍ୟବହାରକୁ ହ୍ରାସ କରିବା ପାଇଁ ନୀତି ତଥା ରଣନୀତିର ବିକାଶରେ ସାହାଯ୍ୟ କରେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?