ନବୀନଙ୍କ ଗଡ଼ରେ ଚିରିଲେ ବିଜେଡି ପତାକା,ଥାନାରେ ଏତଲା

ହିଞ୍ଜିଳିକାଟୁ, ୫।୧୧(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ବିଜେଡି ପକ୍ଷରୁ ମଙ୍ଗଳବାର ଅପରାହ୍ନରେ ଏକ ପଦଯାତ୍ରା ଅନୁଷ୍ଠିତ ହେବାକୁ ସ୍ଥିର କରାଯାଇଥିଲା। ଏଥିନିମନ୍ତେ ଦଳ ପକ୍ଷରୁ ସୋମବାର ରାତିରେ ଦଳୀୟ କର୍ମୀମାନେ ପୌରାଞ୍ଚଳର ବିଭିନ୍ନ ସ୍ଥାନରେ ଏବଂ ୫୯ ନଂ ଜାତୀୟ ରାଜପଥ ମେଡିୟାନରେ ଦଳୀୟ ପତାକା ଲଗାଇଥିଲେ। ଗତ ରାତିରେ ଉକ୍ତ ପତାକାଗୁଡ଼ିକୁ କେହି ନଷ୍ଟ କରିବା ସହ ମେଡିଆନରୁ ବାହାର କରିଥିବା ଦେଖିବାକୁ ମିଳିଛି। ଏହାକୁ ନେଇ ବିଜେଡି ନେତାଙ୍କ ମଧ୍ୟରେ ଗଭୀର ଅସନ୍ତୋଷ ଓ ଉତେଜନା ପ୍ରକାଶ ପାଇଛି।

ଦଳୀୟ ପତାକା ଚିରା ଘଟଣାକୁ ନେଇ ହିଞ୍ଜିଳିକାଟୁ ନଗର ବିଜେଡି ସଭାପତି ହୃଦୟାନନ୍ଦ ମହାପାତ୍ର ମଙ୍ଗଳବାର ହିଞ୍ଜିଳି ଥାନାରେ ଅଭିଯୋଗ କରିଛନ୍ତି। କିଛି ଅସାମାଜିକ ବ୍ୟକ୍ତି ଏହି ପତକା ଚିରା ଘଟଣାରେ ଜଡିତ ଥିବା ଦଳ ପକ୍ଷରୁ ସନ୍ଦେହ କରାଯାଉଛି। ବିଭିନ୍ନ ସ୍ଥାନରେ ଲାଗିଥିବା ସିସିଟିଭି ଫୁଟେଜ ଆଧାରରେ ତଦନ୍ତ କରି ଦୋଷୀଙ୍କୁ ଦଣ୍ଡ ପ୍ରଦାନ ପାଇଁ ଦାବି ହୋଇଛି। ଅନ୍ୟଥା ଦଳ ପକ୍ଷରୁ ଆନ୍ଦୋଳନକୁ ବ୍ୟାପକ କରାଯିବ ବୋଲି ସଭାପତି ମହାପାତ୍ର କହିଛନ୍ତି। ଏପରି ଘଟଣା ରାଜନୈତିକ ଦୃଷ୍ଟିକୋଣରୁ ଶୁଭଙ୍କର ନୁହେଁ, ଏହି ଘଟଣାରୁ ସହରରେ ଆଇନଶୃଙ୍ଖଳା ପରିସ୍ଥିତି ଓ ଅସମାଜିକ ଗୋଷ୍ଠୀ କିପରି ସକ୍ରିୟ ହେଲେଣି ତାହା ଜଣାପଡ଼ୁଛି ବୋଲି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ହିଞ୍ଜିଳି ପ୍ରତିନିଧି ଦେବାନନ୍ଦ ମହାପାତ୍ର କହିଛନ୍ତି। ଘଟଣାକୁ ବୁଦ୍ଧିଜୀବୀ ମହଲରେ ମଧ୍ୟ ନିନ୍ଦା କରାଯାଇଛି। ଅପରପକ୍ଷେ ପୋଲିସ ସହରର ବିଭିନ୍ନ ସ୍ଥାନରେ ଲାଗିଥିବା ସିସିଟିଭି ଫୁଟେଜ ଯାଞ୍ଚ କରି ଘଟଣାର ତଦନ୍ତ ଚଳାଇଛି। ଖୋଦ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତାଙ୍କ ଗଡ଼ରେ ବିଜେଡି ପତାକା ଚିରା ଘଟଣାକୁ ନେଇ ଆଗାମୀ ଦିନରେ ଜଟିଳ ଆଇନଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହେବା ଆଶଙ୍କା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

ବିପଦକୁ ଡାକୁଛି ମୁକୁଳା ଟ୍ରାନ୍ସଫର୍ମର: ବାଡ଼ବନ୍ଦୀ କରିବାକୁ ଦାବି

ବୁଗୁଡ଼ା,୭ା୩ (କାଳିଚରଣ ଦାଶ): ଖୋଲାମେଲାରେ ରହିଛି ବିଦ୍ୟୁତ୍‌ ଟ୍ରାନ୍ସଫର୍ମର, ଯାହ ବିପଦକୁ ହାତ ଠାରି ଡାକୁଛି । ଏମିତି ଏକ ଦୃଶ୍ୟ ଦେଖିବାକୁ ମିଳିଛି ବୁଗୁଡ଼ା ବ୍ଲକ…

ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ +୨ ଖୋଲିବାକୁ CBSEର ଅନୁମତି

କୋରାପୁଟ,୭ା୩(ଅମିତାଭ ବେହେରା): କୋରାପୁଟସ୍ଥିତ ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ ଯୁକ୍ତ୨ ଶ୍ରେଣୀ ଖୋଲିବା ପାଇଁ CBSE ପକ୍ଷରୁ ଅନୁମତି ମିଳିଛି। ସିବିଏସ୍‌ଇ ବୋର୍ଡର ନିୟମାନୁଯାୟୀ ଏହି ବିଦ୍ୟାଳୟ ସମସ୍ତ ଆବଶ୍ୟକ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri