ବଡ଼ ଖବର: ହ୍ୟୁମାନଙ୍କ ୨ ମ୍ୟାନେଜରଙ୍କ ନାଁରେ ଥାନାରେ ଏତଲା, ଷଡ଼ଯନ୍ତ୍ର କରି ମାରିଥିବା ଅଭିଯୋଗ

ଭୁବନେଶ୍ୱର,୨୧।୧୧: ଓଲିଉଡ କଣ୍ଠଶିଳ୍ପୀ ହ୍ୟୁମାନ ସାଗର ମୃତ୍ୟୁ ଘଟଣାରେ ୨ ମ୍ୟାନେଜରଙ୍କ ନାଁରେ ବଲାଙ୍ଗୀର ଟାଉନ ଥାନାରେ ଏତଲା ଦିଆଯାଇଛି। ମ୍ୟାନେଜର ଦିନେଶ ବେହେରା ଓ ପ୍ରଶାନ୍ତ ବେହେରାଙ୍କ ନାଁରେ ଏତଲା ହୋଇଛି। ଷଡ଼ଯନ୍ତ୍ର କରି ହ୍ୟୁମାନଙ୍କୁ ମାରି ଦିଆଯାଇଥିବା ଅଭିଯୋଗ ହୋଇଛି । ବିଭିନ୍ନ ସଂଗଠନ ପକ୍ଷରୁ ଉଭୟଙ୍କ ନାଁରେ ଥାନାରେ ଏତଲା ଦିଆଯାଇଛି। ହ୍ୟୁମାନଙ୍କ ମା’ଙ୍କୁ ଦୁର୍ବ୍ୟବହାର ଘଟଣାକୁ ବି ବିରୋଧ କରାଯାଇଛି। ଏପରିକି ତଦନ୍ତ କରାଯାଇ ହ୍ୟୁମାନଙ୍କ ମୃତ୍ୟୁ ପଛରେ ଥିବା ଖଳନାୟକଙ୍କୁ ଧରାଯାଇ ଉପଯୁକ୍ତ ଦଣ୍ଡ ଦେବାକୁ ଏତଲାରେ କୁହାଯାଇଛି।

ଏହା ପୂର୍ବରୁ ହ୍ୟୁମାନଙ୍କ ମାଆ ବିସ୍ଫୋରକ ବୟାନ ଦେଇ କହିଥିଲେ ହ୍ୟୁମାନଙ୍କ ମୃତ୍ୟ ପାଇଁ ୩ ଜଣ ଦାୟୀ । ଜଣେ ମହିଳାଙ୍କ ସହ ଅନ୍ୟ ଦୁଇ ଯୁବକଙ୍କ ନାଁ ନେଇଥିଲେ ହ୍ୟୁମାନଙ୍କ ମାଆ। ପପୁ, ପ୍ରଶାନ୍ତ, ଅର୍ପିତା ଚୌଧୁରୀ ମୋ ପୁଅର ଜୀବନ ନେଇଛନ୍ତି। ଅର୍ପିତା ମୋ ପୁଅକୁ ଧୋକା ଦେଇଛି । ମାନସିକ ବିଷାଦ ଭିତରେ ରହୁଥିଲା ମୋ ପୁଅ। କାଲି ICU ଆସିଥିଲେ ଏମାନେ। ମୋ ପୁଅକୁ ଅର୍ପିତା ମାରିଛି ବୋଲି ଅଭିଯୋଗ କରିଥିଲେ ହ୍ୟୁମାନଙ୍କ ମାଆ।

ସୂଚନାଯୋଗ୍ୟ, ଓଡ଼ିଶାର ସୁନାମଧନ୍ୟ ଓ ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କର ନଭେମ୍ବର ୧୭ ତାରିଖରେ ପରଲୋକ ହୋଇଯାଇଛି।

 

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଉପରେ ଆଜି ହେବ ‘ଭୟଙ୍କର’ ଆକ୍ରମଣ: ଟ୍ରମ୍ପଙ୍କ ଘୋଷଣା ପରେ ସାରା ବିଶ୍ୱରେ ହଇଚଇ, ପଡ଼ୋଶୀ ଦେଶକୁ…

ୱାଶିଂଟନ/ତେହେରାନ,୭।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପ୍ରତିଦିନ ଭୟଙ୍କର ରୂପ ନେଉଛି। ମଧ୍ୟପ୍ରାଚ୍ୟର ଅନେକ ସହର ଏହି ସାମରିକ ସଂଘର୍ଷରେ ଛାରଖାର ହୋଇଯାଇଥିବା ବେଳେ,…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ପଞ୍ଚୁଦୋଳ ଯାତ୍ରା ପାଇଁ ଉଠୁଛି ପଡ଼ୁଛି ଗାଁ

ଗଞ୍ଜାମ,୭।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମାହାଟ ପଡିଆଠାରେ ହେବାକୁ ଥିବା ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରାର ସାହି ଯାତ୍ରାକୁ ଶନିବାର ୧୨ ଦିନ। ଏ ନେଇ…

ସରିଲା ସିବିଏସି ପରୀକ୍ଷା: ପିଠିରେ ଲେଖି ଜଣାଇଲେ ବିଦାୟ ବାର୍ତ୍ତା

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ଚାଲିଥିବା ଦଶମ ସିବିଏସି ପରୀକ୍ଷା ଶନିବାର ସରିଥିବା ବେଳେ ପରୀକ୍ଷା ସରିବା ପରେ ପରସ୍ପର ମଧ୍ୟରେ ଛାତ୍ରୀଛାତ୍ର…

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ସିଭିଲ ସର୍ଭିସ ପରୀକ୍ଷାରେ ଓଡ଼ିଶା ଟପ୍ପର ସାତ୍ତ୍ୱିକ ସତ୍ୟକାମ: ସମ୍ବର୍ଦ୍ଧିତ କରି ମୁଖ୍ୟମନ୍ତ୍ରୀ କହିଲେ କେନ୍ଦୁଝରର ପୁଅ…

ଭୁବନେଶ୍ୱର,୭ା୩: ସର୍ବ ଭାରତୀୟ ସିଭିଲ ସର୍ଭିସ୍‌ ପରୀକ୍ଷା (UPSC)ରେ ଅଲ୍‌ ଇଣ୍ଡିଆ ର଼୍ୟାଙ୍କରେ ୧୦୦ତମ ସ୍ଥାନ ହାସଲ କରିଥିବା କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ମେଧାବୀ ଛାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri