ଧବଳେଶ୍ୱରଙ୍କ ଦର୍ଶନ ପାଇଁ କଂକ୍ରିଟ୍‌ ସେତୁ ଖୋଲିଲା

ଖୁଣ୍ଟୁଣୀ,୬।୭(ସଚ୍ଚିଦାନନ୍ଦ ପଣ୍ଡା)କଟକ ଜିଲା ଆଠଗଡ଼ର ପ୍ରସିଦ୍ଧ ଧବଳେଶ୍ୱର ଶୈବପୀଠକୁ ଯିବା ପାଇଁ ନିର୍ମାଣ ହୋଇଥିବା କଂକ୍ରିଟ୍‌ ସେତୁ ବୁଧବାରଠାରୁ ସର୍ବସାଧାରଣଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ ହୋଇଛି। ଧବଳେଶ୍ୱର ପୂଜକ ସମାଜ ସଭାପତି ବିଷ୍ଣୁଚରଣ ପତ୍ରୀ ଓ ସମ୍ପାଦକ ନରେନ୍ଦ୍ର କୁମାର ପଣ୍ଡାଙ୍କ ନେତୃତ୍ୱରେ ପୂଜକମାନେ ସକାଳ ପ୍ରାୟ ୮ଟାରେ ଉକ୍ତ ସେତୁ ଉପରେ ପୂଜାର୍ଚ୍ଚନା ଓ ହୋମ କରିଥିଲେ। ପରେ ନଡ଼ିଆ ବାଡ଼େଇ ସର୍ବସାଧାରଣଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଥିଲେ। ଏହି କାର୍ଯ୍ୟକ୍ରମରେ ମଞ୍ଚେଶ୍ୱର ସରପଞ୍ଚଙ୍କ ପ୍ରତିନିଧି ପ୍ରିୟବ୍ରତ ସାହୁ ଓ ଆଠଗଡ଼ ବ୍ଲକର କେତେଜଣ ଜନ ପ୍ରତିନିଧି ଉପସ୍ଥିତ ଥିଲେ।
ସୂଚନାଯୋଗ୍ୟ, ଧବଳେଶ୍ୱର ପୀଠକୁ ଯିବା ପାଇଁ ଡଙ୍ଗା ଏକମାତ୍ର ମାଧ୍ୟମ ଥିଲା। ହେଲେ ପଞ୍ଚକ ଓ ବର୍ଷାଋତୁ ସମୟରେ ବାରମ୍ବାର ଅଘଟଣ ଘଟି ଜୀବନହାନି ଘଟୁଥିଲା। ଏହାକୁ ଦୃଷ୍ଟିରେ ରଖି ୨୦୦୬ରେ ରାଜ୍ୟ ସରକାରଙ୍କ ପକ୍ଷରୁ ମହାନଦୀ ଉପରେ ଝୁଲାପୋଲ ନିର୍ମାଣ କରାଯାଇଥିଲା। ମାତ୍ର ଯାତ୍ରା ସମୟରେ ମାତ୍ରାଧିକ ଜନସମାଗମ ଓ ଆବଶ୍ୟକ ରକ୍ଷଣାବେକ୍ଷଣା ଅଭାବରୁ ପୋଲଟି ଦୁର୍ବଳ ହୋଇ ଯାଇଥିଲା। ଗୁଜରାଟର ମୋର୍ବିସ୍ଥିତ ମାଛୁନଦୀରେ ଗତବର୍ଷ ଅକ୍ଟୋବରରେ ଏକ ଝୁଲାପୋଲ ଭୁଶୁଡ଼ି ପଡ଼ିବାରୁ ଶତାଧିକ ଲୋକଙ୍କ ମୃତ୍ୟୁ ଘଟିଥିଲା। ଏହାପରେ ରାଜ୍ୟ ସରକାର ଧବଳେଶ୍ୱର ପୀଠକୁ ସଂଯୋଗ ହୋଇଥିବା ଝୁଲାପୋଲ ଅସୁରକ୍ଷିତ ଦର୍ଶାଇଥିଲେ। ଫଳରେ ମରାମତି ପାଇଁ ଗତ ନଭେମ୍ବର ୧ରୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଝୁଲାପୋଲରେ ଯିବାକୁ ବାରଣ କରାଯାଇଛି। ଅପରପକ୍ଷରେ ଝୁଲାପୋଲର ଭବିଷ୍ୟତକୁ ଦୃଷ୍ଟିରେ ରଖି ମହାନଦୀ ଉପରେ କଂକ୍ରିଟ୍‌ ସେତୁ ନିର୍ମାଣ ପାଇଁ ସ୍ଥାନୀୟ ଅଞ୍ଚଳର ବୁଦ୍ଧିଜୀବୀ, ନାଗରିକ, ଜନସାଧାରଣ ଓ ଗଣମାଧ୍ୟମ ପ୍ରତିନିଧିମାନେ ଦାବି କରିଆସୁଥିଲେ। ଫଳରେ ବିଜୁସେତୁ ଯୋଜନାରେ ୨୩ କୋଟି ଟଙ୍କା ବ୍ୟୟରେ ୨୦୨୨ ମେ’ ମାସରୁ କଂକ୍ରିଟ୍‌ ସେତୁ ଆରମ୍ଭ ହୋଇଥିଲା। ହେଲେ ନିର୍ମାଣ କାମ ବିଳମ୍ବ ହେବାରୁ ମହାନଦୀରେ ଏକ ଅସ୍ଥାୟୀ ନିର୍ମାଣ କରାଯାଇଥିଲା। ଗତ ଜୁନ୍‌ ୨୯ ତାରିଖ ରାତିରେ ମହାନଦୀରେ ପାଣି ଆସିବାରୁ ଉକ୍ତ ଅସ୍ଥାୟୀ ରାସ୍ତା ଧୋଇଯାଇଥିଲା। ଫଳରେ ୩୦ ତାରିଖଠାରୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଉକ୍ତ ପୀଠକୁ ଭକ୍ତମାନେ ଯିବା ପାଇଁ ପ୍ରଶାସନ ପକ୍ଷରୁ ବାରଣ କରାଯାଇଥିଲା। ଏହାକୁ ନେଇ ଭକ୍ତଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା। ତୁରନ୍ତ କଂକ୍ରିଟ୍‌ ସେତୁ କାମ ସମ୍ପୂର୍ଣ୍ଣ କରି ସର୍ବସାଧାରଣଙ୍କ ଉଦ୍ଦେଶ୍ୟରେ ଖୋଲାଯିବାକୁ ଦାବି କରାଯାଇଥିଲା। ତେଣୁ ସେତୁ କାମ ଶେଷ କରାଯାଇ ବୁଧବାର ପୂଜାର୍ଚ୍ଚନା ପରେ ଲୋକମାନେ ଏହା ଉପରେ ଯାତାୟାତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ଓ ଜଙ୍ଗଲ ନିଆଁ ସୁରକ୍ଷା ଚିନ୍ତା: କର୍ମଚାରୀ ଅଭାବ, ଅଧିକ…

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ସମେତ ବିଭିନ୍ନ ପ୍ରାଣୀ ନିର୍ଦ୍ଧିଷ୍ଟ ଅଞ୍ଚଳ ମଧ୍ୟରେ ଅଧିକାଂଶ ସମୟ ବସବାସ କରନ୍ତି। ତେଣୁ ସେମାନଙ୍କ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri