କାଦୁଅରେ ପରିପୂର୍ଣ୍ଣ ସଂଯୋଗୀକରଣ ରାସ୍ତା

ନାଉଗାଁ,୨୪।୭ (ସ୍ବ.ପ୍ର.): ନାଉଗାଁବ୍ଲକ ଅନ୍ତର୍ଗତ ବାଂଶ- ଗୋବରୀକୂଳ ରାସ୍ତା ଅବସ୍ଥା ଶୋଚନୀୟ ହୋଇଯାଇଛି। ରାସ୍ତାଟି କାଦୁଅରେ ପୂରି ଯାଇଥିବାରୁ ଲୋକେ ଯାତାୟାତ ବେଳେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏନେଇ ସାଧାରଣରେ ଅସନ୍ତୋଷ ବଢ଼ିବାରେ ଲାଗିଛି। ସୂଚନାଯୋଗ୍ୟ, ଏହି ବ୍ଲକ ଦେଇ ପ୍ରବାହିତ ଗୋବରୀ ନାଳର ପୁନରୁଦ୍ଧାର କାର୍ଯ୍ୟ ୨୦୨୦-୨୧ ଆର୍ଥତ୍କ ବର୍ଷରୁ ଜଳସମ୍ପଦ ବିଭାଗ ଦ୍ୱାରା କରାଯାଉଛି। ସ୍ଥାନୀୟ ବାସିନ୍ଦାଙ୍କ ଆବଶ୍ୟକତାକୁ ଗୁରୁତ୍ୱ ଦିଆଯାଇ ବାଂଶ-ଗୋବରୀକୂଳ ନିକଟରେ ଏହି ନାଳ ଉପରେ ଏକ ସେତୁ ନିର୍ମାଣ କରାଯାଇଛି। ୧ ଏପ୍ରିଲ ୨୦୨୧ରେ ବିଧାୟକ ପ୍ରଶାନ୍ତ ମୁଦୁଲିଙ୍କ ଦ୍ୱାରା ଏହି ସେତୁ କାର୍ଯ୍ୟର ଭିତ୍ତିପ୍ରସ୍ତରସ୍ଥାପନ ହୋଇଥିଲା। ଏହି ସେତୁ ନିର୍ମାଣ କାର୍ଯ୍ୟ ସରିଯାଇଛି। ଏହାର ଉଭୟ ପାର୍ଶ୍ୱକୁ ସଂଯୋଗୀକରଣ ରାସ୍ତା ନିର୍ମାଣ କରାଯାଇଛି। ଏହି ରାସ୍ତାର କିଛି ସ୍ଥାନରେ ମାଟି ପଡ଼ିଥିବାବେଳେ ଆଉ କିଛି ଜାଗାରେ ବାକି ରହିଛି। ଏବେ ବର୍ଷା ହେବା ପରେ ଉକ୍ତ ରାସ୍ତାଟି କାଦୁଅରେ ପରିପୂର୍ଣ୍ଣ ହୋଇଯାଇଛି। ଫଳରେ ଗୋବରୀକୂଳ ଓ ବାଂଶ ପଡାବାସୀ ଘରୁ ବାହାରି ପାରୁନାହାନ୍ତି। ଯାତାୟାତ ନିମନ୍ତେ ଉକ୍ତ ରାସ୍ତାରେ ନାଲି ମାଟି ଓ ବାଲି ପକାଇବା ପାଇଁ ନରହରି ସାହୁ,କାଳନ୍ଦୀ ମହାରଣା, ମଧୁ ମହାରଣା, ରବୀନ୍ଦ୍ର ଭଞ୍ଜ ଓ ଗୁରୁବାରି ଭୋଇ ପ୍ରମୁଖ ପ୍ରଶାସନ ନିକଟରେ ଦାବି କରିଛନ୍ତି। ଏ ସମ୍ପର୍କରେ ଯନ୍ତ୍ରୀ ସୂର୍ଯ୍ୟକାନ୍ତ ଦୀକ୍ଷିତ କହିଛନ୍ତି, ଯଥାଶୀଘ୍ର ଉକ୍ତ ରାସ୍ତାରେ ବାଲି ମୋରମ ପକାଯିବା ପାଇଁ ବ୍ୟବସ୍ଥା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

ମହାନଦୀ ଜଳ ବିବାଦର ସମାଧାନ ପାଇଁ ତତ୍ପରତା: ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର,୨୩।୧୨: ମହାନଦୀ ଜଳ ବିବାଦର ସୌହାର୍ଦ୍ଦ୍ୟପୂର୍ଣ୍ଣ ସମାଧାନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗଠିତ ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ...

ଶିଶୁ ମନ୍ଦିରର ରୋପ୍ୟ ଜୟନ୍ତୀ ସମାରୋହ: ବାର୍ଷିକ ମୁଖପତ୍ର ‘ଆହ୍ବାନ’କୁ ଉନ୍ମୋଚନ କଲେ ବିଧାୟକ

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ମଙ୍ଗଳବାର ସଂଧ୍ୟାରେ ଆୟୋଜିତ ରୌପ୍ୟ ଜୟନ୍ତୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri