Posted inଜାତୀୟ

‘ଦଳାଚକଟା ପଛରେ ଷଡ଼ଯନ୍ତ୍ର’

ଚେନ୍ନାଇ,୨୯ା୯(ପି.ଟି.): ତାମିଲନାଡୁର କରୁରଠାରେ ଶନିବାର ତାମିଲାଗା ଭେଟ୍ରି କାଝାଗାମ (ଟିଭିକେ) ମୁଖ୍ୟ ବିଜୟଙ୍କ ରାଲିରେ ଦଳାଚକଟାଜନିତ ମୃତ୍ୟୁସଂଖ୍ୟା ୪୦ରେ ପହଞ୍ଚତ୍ଥିବାବେଳେ ଶତାଧିକ ଆହତ ହୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ଦଳାଚକଟା ପଛରେ ଷଡ଼ଯନ୍ତ୍ର ଥିବା ଦଳ ପକ୍ଷରୁ ଅଭିଯୋଗ ହୋଇଛି। ଟିଭିକେ ରବିବାର ମାଡ୍ରାସ ହାଇକୋର୍ଟଙ୍କ ଦ୍ୱାରସ୍ଥ କରାଯାଇଛି। ଦଳାଚକଟାଜନିତ ମୃତ୍ୟୁ ଘଟଣାର ତଦନ୍ତ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) କିମ୍ବା ସ୍ବତନ୍ତ୍ର ତଦନ୍ତକାରୀ ଟିମ୍‌ (ଏସ୍‌ଆଇଟି) ଦ୍ୱାରା କରାଇବା ପାଇଁ ନିର୍ଦ୍ଦେଶ ଦେବାକୁ ଟିଭିକେ ପକ୍ଷରୁ ହାଇକୋର୍ଟ ବିଚାରପତି ଏମ୍‌. ଧଣ୍ଡପାନିଙ୍କୁ ନିବେଦନ କରାଯାଇଛି। ୪୦ ଜଣଙ୍କ ମୃତ୍ୟୁ ଘଟଣାର ବିଚାର ଅଦାଲତ ନିଜଆଡ଼ୁ କରିବାକୁ ଟିଭିକେର ଓକିଲମାନେ ନିବେଦନ କରିଛନ୍ତି। ହାଇକୋର୍ଟଙ୍କ ମଦୁରାଇ ଶାଖାରେ ପିଟିଶନ ଦାଏର କରିବାକୁ ବିଚାରପତି କହିବା ସହ ସୋମବାର ଶୁଣାଣି ହେବ ବୋଲି କହିଛନ୍ତି। ଅନ୍ୟପକ୍ଷରେ କରୁର ଦଳାଚକଟା ଘଟଣାର ତଦନ୍ତ ନ ସରିବା ପର୍ଯ୍ୟନ୍ତ ବିଜୟଙ୍କ ଜନସମାବେଶ ଉପରେ ନିଷେଧାଦେଶ ଲଗାଇବାକୁ ହୋଇଥିବା ଆବେଦନର ଜରୁରୀ ଶୁଣାଣି ଜଷ୍ଟିସ୍‌ ଏନ୍‌. ସେନ୍ଥିଲ କୁମାରଙ୍କ ଖଣ୍ଡପୀଠରେ ହେବ।
ଦଳାଚକଟା ଘଟଣାର ତଦନ୍ତ ପାଇଁ ତାମିଲନାଡୁ ସରକାରଙ୍କ ପକ୍ଷରୁ ଅବସରପ୍ରାପ୍ତ ବିଚାରପତି ଅରୁଣା ଜଗଦୀଶନଙ୍କ ଅଧ୍ୟକ୍ଷତାରେ ଏକ କମିଶନ ଗଠନ କରାଯାଇଛି। ତଦନ୍ତ ରିପୋର୍ଟ ଆଧାରରେ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଏମ୍‌.କେ. ଷ୍ଟାଲିନ୍‌ କହିଛନ୍ତି। ବିଜୟଙ୍କ ପ୍ରତି ଲୋକଙ୍କ କ୍ରୋଧ ବଢ଼ିଥିବାରୁ ତାଙ୍କ ଚେନ୍ନାଇ ବାସଭବନ ନିକଟରେ ସୁରକ୍ଷା ବ୍ୟବସ୍ଥା ବଢ଼ାଇ ଦିଆଯାଇଛି। ବିଜୟଙ୍କ ରାଲିରେ ଗାଇଡ୍‌ଲାଇନ୍ସର ଉଲ୍ଲଂଘନରୁ ଦଳାଚକଟା ଘଟିଥିବା କହି ରାଜ୍ୟ ସରକାର ତାଙ୍କୁ ସମାଲୋଚନା କରିଛନ୍ତି। ରାଲିର ଆୟୋଜକମାନେ ଲୋକଙ୍କ ପାଇଁ ପାନୀୟ ଜଳ ଓ ଖାଦ୍ୟର ଉପଯୁକ୍ତ ବ୍ୟବସ୍ଥା କରି ନ ଥିଲେ। ବିଜୟ ରାଲିସ୍ଥଳରେ ପହଞ୍ଚତ୍ବାରେ ୭ ଘଣ୍ଟା ବିଳମ୍ବ ହୋଇଥିଲା। ମଧ୍ୟାହ୍ନଠାରୁ ରାତି ପର୍ଯ୍ୟନ୍ତ ଅପେକ୍ଷା କରିବା ପରେ ଅନେକେ ମୂର୍ଚ୍ଛା ଯାଇଥିଲେ ବୋଲି ସରକାରୀ ସୂତ୍ରରୁ କୁହାଯାଇଛି। ରାଲିସ୍ଥଳ ସଂକୀର୍ଣ୍ଣ ଥିବାରୁ ଠେଲାପେଲାରୁ ଦଳାଚକଟା ହୋଇଥିଲା। ଏପରିକି ବିଜୟ ଭାଷଣ ଆରମ୍ଭ କରିବା ସମୟରେ କେତେଜଣ ଚେତା ହରାଇଥିଲେ ମଧ୍ୟ ଭିଡ଼ ମଧ୍ୟକୁ ଆମ୍ବୁଲାନ୍ସକୁ ପୂରାଇ ଦିଆଯାଇ ନ ଥିଲା। ଏତେ ଲୋକଙ୍କ ମୃତ୍ୟୁ ଘଟିବା ସତ୍ତ୍ୱେ ବିଜୟ ଘଟଣାସ୍ଥଳରୁ ତ୍ରିଚି ଏୟାରପୋର୍ଟ ପଳାଇଯାଇ ସେଠାରୁ ଏକ ଘରୋଇ ବିମାନରେ ଚେନ୍ନାଇ ଯାଇଥିଲେ। ଗାଇଡ୍‌ଲାଇନ୍ସର ଉଲ୍ଲଂଘନ ଓ ଆୟୋଜନରେ ତ୍ରୁଟି ପାଇଁ ବିଜୟଙ୍କ ଜଣେ ଘନିଷ୍ଠ ସହଯୋଗୀଙ୍କ ବିରୋଧରେ ମାମଲା ରୁଜୁ ହୋଇଛି। ଇତିମଧ୍ୟରେ ଟିଭିକେ ମୁଖ୍ୟ ବିଜୟ ମୃତକଙ୍କ ପରିବାର ପାଇଁ ୨୦ ଲକ୍ଷ ଟଙ୍କା ଲେଖାଏ ଆର୍ଥତ୍କ ସହାୟତା ଘୋଷଣା କରିଥିବାବେଳେ ଆହତମାନଙ୍କ ପାଇଁ ୨ ଲକ୍ଷ ଟଙ୍କା ଲେଖାଏ ପ୍ରଦାନ କରିବାକୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶନିଙ୍କ ନଜରରେ ୬ ରାଶି! ୨୦୨୭ ପୂର୍ବରୁ ବଦଳିବ ଭାଗ୍ୟ, ଧନଲାଭ ଯୋଗକୁ ମିଳିବ ବଡ଼ ଚାକିରିର ସୁଯୋଗ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବଙ୍କ ଚଳନର ଏକ ବିଶେଷ ମହତ୍ତ୍ୱ ରହିଛି। ଶନି ସମସ୍ତ ଗ୍ରହଙ୍କ ମଧ୍ୟରେ ସବୁଠାରୁ ମନ୍ଥର ଗତିରେ ଚଳନ କରୁଥିବା ଗ୍ରହ ଏବଂ ସେ…

ସନ୍ଧ୍ୟା ହେଲେ ଗାଁରେ ପଶୁଛନ୍ତି, ନଷ୍ଟ କରୁଛନ୍ତି ଧାନ ଫସଲ: କଲ୍ୟାଣସିଂହପୁରରେ ୧୩ ଟିକିଆ ହାତୀପଲଙ୍କ ଉପଦ୍ରବ, ଭୟରେ…

କଲ୍ୟାଣସିଂହପୁର,୧୫।୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତରେ ପୁଣି ଥରେ ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଏକ ୧୩ ଟିକିଆ ହାତୀପଲ…

ଏଣିକି ପେଟ୍ରୋଲ ଓ ବିଜୁଳି ବିଲ ପେମେଣ୍ଟ କଲେ ଲାଗିବ ୫ଟଙ୍କା ଏକ୍ସଟ୍ରା ଚାର୍ଜ; ସାଧାରଣ ଲୋକଙ୍କୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୫।୯: ବଢ଼ୁଥିବା ମହଙ୍ଗା ମାଡ଼ ମଧ୍ୟରେ ଏବେ UPI ପେମେଣ୍ଟ ଉପରେ ଦେବାକୁ ପଡ଼ିବ ଚାର୍ଜ। ଅର୍ଥାତ ଆପଣଙ୍କର UPI ଆଉ ମାଗଣା ରହିଲା ନାହିଁ। ଏହି…

UPI ପେମେଣ୍ଟ ଉପରେ ନୂଆ ଚାର୍ଜ: ୫୦୦୦ରେ ୨୦ ଓ ୧୦,୦୦୦ରେ କଟିବ ୪୦ ଟଙ୍କା, ଜାଣନ୍ତୁ…

ନୂଆଦିଲ୍‌ଲୀ,୧୫।୯: ଡିଜିଟାଲ କାରବାର ଉପରେ ଶୁଳ୍କ ଲାଗୁ ନେଇ ବିରୋଧ ମଧ୍ୟରେ ସରକାର UPI ଉପରେ ମର୍ଚାଣ୍ଟ ଡିସକାଉଣ୍ଟ ରେଟ (MDR)କୁ ନେଇ ଏକ ନୂଆ ନିଷ୍ପତ୍ତି…

ଯୌତୁକ ନିର୍ଯ୍ୟାତନା ପରେ ସ୍ତ୍ରୀ ବାପ ଘରେ, ଏବେ ଅନ୍ୟ ଯୁବତୀଙ୍କୁ ନେଇ ସ୍ୱାମୀ ଫେରାର, ଥାନାରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ୍ ଡେଙ୍ଗାଓସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଅଧିକ ଯୌତୁକ ପାଇଁ…

ଆଇସିସି ମହିଳା ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ: ପ୍ରଥମ, ଦ୍ୱିତୀୟ ସ୍ଥାନରେ ଭାରତୀୟ ଖେଳାଳି, ଜାଣନ୍ତୁ…

ତାଲିକାରେ ଦୁବାଇ, ୧୫ା୯: ଭାରତ ସ୍ପିନର ଶ୍ରୀ ଚରଣୀ କ୍ୟାରିୟର ଶ୍ରେଷ୍ଠ ରେଟିଂ ପଏଣ୍ଟ ସହ ସଦ୍ୟ ପ୍ରକାଶିତ ଆଇସିସି ମହିଳା ଅନ୍ତର୍ଜାତୀୟ ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ…

ସେପ୍ଟେମ୍ୱର ୧୬ ସକାଳ ୯ଟାରେ ୫ ରାଶିଙ୍କ ଖୋଲିବ ଭାଗ୍ୟ; ପାଇବେ ପ୍ରଚୁର ଧନ, ଚାକିରିରେ ବଡ଼ ଅଫର୍‌

୧୬ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ ଶୁକ୍ଳ ପକ୍ଷର ପଞ୍ଚମୀ ତିଥି ଏବଂ ବୁଧବାର। ଏହା ସହିତ ଏହା ଦ୍ୱିତୀୟ ଚାତୁର୍ମାସ୍ୟର ୨୪ତମ ଦିନ। ଏହି…

ରାତି ଗୋଟାଏରେ ଭାଙ୍ଗିଥିଲେ ତାଲା, ବାଜିଲା ସାଇରନ୍! ୟୁନିୟନ ବ୍ୟାଙ୍କରୁ ବଡ଼ ଡକାୟତି ପଣ୍ଡ, ୭ ଡକାୟତ…

ବୈଶିଙ୍ଗା,୧୫।୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରଠାରେ ଥିବା ୟୁନିୟନ ବ୍ୟାଙ୍କରୁ ଏକ ବଡ଼ ଡକାୟତି ଯୋଜନା ପଣ୍ଡ ହୋଇଯାଇଛି। ବ୍ୟାଙ୍କରେ ଲାଗିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?