ଆଖି ବୁଜିଲେ କରୋନା ଆକ୍ରାନ୍ତ ଶିଶୁ

ଭୁବନେଶ୍ୱର, ୧୫।୭(ବ୍ୟୁରୋ): କରୋନାରେ ଆକ୍ରାନ୍ତ ସୁନ୍ଦରଗଡ଼ର ଜଣେ ଶିଶୁ ଆଖିବୁଜିଛନ୍ତି। ତାଙ୍କୁ ଏକବର୍ଷ ୩ ମାସ ହୋଇଥିଲା। ତେବେ ସେ କରୋନା ପଜିଟିଭ୍‌ ଚିହ୍ନଟ ହୋଇ ଚିକିତ୍ସିତ ହେଉଥିଲେ ମଧ୍ୟ ଜିଏମ୍‌୧ ଗାଙ୍ଗଲିଓସିଡୋସିସ୍‌ ରୋଗରେ ମୃତ୍ୟୁ ହୋଇଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ମଙ୍ଗଳବାର ସୂଚନା ଦେଇଛି। ଏହି ରୋଗ ଯୋଗୁ ମସ୍ତିଷ୍କ ଓ ମେରୁଦଣ୍ଡ ମଧ୍ୟଦେଇ ଯାଇଥିବା ସ୍ନାୟୁକୋଷ ସବୁ ନଷ୍ଟ ହୋଇଯାଇଥାଏ। ତେବେ ଅନ୍ୟ ରୋଗରେ କରୋନା ଆକ୍ରାନ୍ତ ଶିଶୁଙ୍କ ମୃତ୍ୟୁ ଘଟିବା ହେଉଛି ରାଜ୍ୟର ପ୍ରଥମ ଘଟଣା। ଏହାକୁ ମିଶାଇ ଇତିମଧ୍ୟରେ ୨୧ଜଣ ଆକ୍ରାନ୍ତଙ୍କ ଅନ୍ୟ ରୋଗରେ ମୃତ୍ୟୁ ଘଟିଥିବା ବିଭାଗୀୟ ତଥ୍ୟରୁ ଜଣାପଡିଛି।
ସେପଟେ ମଙ୍ଗଳବାର ଆଉ ୪ଜଣଙ୍କ ଜୀବନ ନେଇଛି କରୋନା। ଏମାନଙ୍କ ମଧ୍ୟରୁ ଖୋର୍ଦ୍ଧା, ଭୁବନେଶ୍ୱର, କଟକ ଓ ଗଞ୍ଜାମରୁ ଜଣେ ଲେଖାଏ ରହିଛନ୍ତି। କଟକ ଓ ଭୁବନେଶ୍ୱରର ମୃତ ଦୁଇଜଣ ହେଲେ ୭୧ବର୍ଷୀୟ ପୁରୁଷ। ଉଭୟ ଭିନ୍ନ ଭିନ୍ନ କର୍କଟ ରୋଗରେ ମଧ୍ୟ ପୀଡ଼ିତ ଥିଲେ। ଗଞ୍ଜାମର ମୃତକ ହେଉଛନ୍ତି ଜଣେ ୮୦ବର୍ଷୀୟ ପୁରୁଷ। ସେ ମଧୁମେହ ଓ ହୃଦ୍‌ରୋଗରେ ପୀଡିତ ଥିଲେ। ସେହିଭଳି ଖୋର୍ଦ୍ଧାର ଜଣେ ୪୦ବର୍ଷୀୟ ମହିଳାଙ୍କ କରୋନାରେ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଫଳରେ ରାଜ୍ୟରେ ଏବେ କରୋନାଜନିତ ମୃତ୍ୟୁସଂଖ୍ୟା ୭୪ରେ ପହଞ୍ଚତ୍ଛି।
ଅନ୍ୟପଟେ ରାଜ୍ୟରେ ଆଉ ୨୩ ଜିଲାରୁ ୫୪୩ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ୩୫୪ଜଣ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବାବେଳେ ୧୮୯ଜଣ ସ୍ଥାନୀୟ ଆକ୍ରାନ୍ତ ରହିଛନ୍ତି। ପ୍ରତିଦିନ ପରି ଏଥର ବି ଗଞ୍ଜାମ ଜିଲାରୁ ସର୍ବାଧିକ ୧୮୮ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ଏବେ ଏହି ଜିଲାରେ ମୋଟ ସଂକ୍ରମିତ ସଂଖ୍ୟା ୪,୩୩୫କୁ ବୃଦ୍ଧି ପାଇଛି। ସେହିପରି ଖୋର୍ଦ୍ଧା ଜିଲାରୁ ୮୭, ସୁନ୍ଦରଗଡ଼ ୫୨, କଟକ ୩୯, ଗଜପତି ୨୯, ରାୟଗଡ଼ା ୨୪, ମୟୂରଭଞ୍ଜ ଓ କେନ୍ଦୁଝରରୁ ୨୨ଜଣ ଲେଖାଏ, ଜଗତ୍‌ସିଂହପୁର ୧୫, ମାଲାକାନଗିରି ୧୧, କେନ୍ଦ୍ରାପଡ଼ା ୧୦, ବାଲେଶ୍ୱର ୮, ପୁରୀ ଓ ବୌଦ୍ଧରୁ ୭ଜଣ ଲେଖାଏ, ଝାରସୁଗୁଡ଼ା ୬, ବଲାଙ୍ଗୀର ୫, ବରଗଡ଼ ୩, ଢେଙ୍କାନାଳ ଓ ସମ୍ବଲପୁରରୁ ୨ଜଣ ଲେଖାଏ ଥିବାବେଳେ ଯାଜପୁର, ନୟାଗଡ଼, ଅନୁଗୋଳ ଓ ଭଦ୍ରକରୁ ଜଣେ ଲେଖାଏ ରହିଛନ୍ତି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ପଜିଟିଭ୍‌ ସଂଖ୍ୟା ୧୪,୨୮୦ ଛୁଇଁଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଜ୍ଞାନୁଙ୍କୁ ଯିବାକୁ ହିଁ ପଡ଼ିବ…’, ଆନ୍ଦୋଳନକୁ ନେଇ ଦୀପ୍‌କେଙ୍କ ବଡ଼ ଘୋଷଣା: ଦିଲ୍ଲୀରେ ନୁହେଁ ଏଥର ଏଇଠି…

ନୂଆଦିଲ୍ଲୀ,୨୮।୯: କକରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପ୍‌କେ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଅକ୍ଟୋବର ୨ରେ ଆନ୍ଦୋଳନ କରିବାକୁ ଘୋଷଣା…

RCBକୁ ବଡ଼ ଝଟକା: ଦୁନିଆରୁ ବିଦାୟ ନେଲେ ଏହି କିମ୍ବଦନ୍ତ୍ରୀ

ବେଙ୍ଗାଲୁରୁ,୨୮।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ପରିବାରକୁ ବଡ଼ ଝଟକା। ଦଳର ମ୍ୟାଚ ଦିନର ପରିବେଶକୁ ନିଜ ଢୋଲର ତାଳରେ ଉତ୍ସାହିତ କରୁଥିବା ପ୍ରସିଦ୍ଧ ଡ୍ରମର୍‌ ଦେବାଙ୍କ…

ସିଂହ ରାଶିକୁ ଯିବେ ବୃହସ୍ପତି: ଆଉ ୪ ଦିନ ପରେ ଏହି ରାଶିଙ୍କ ଭାଗ୍ୟ ନେବ ନୂଆ ମୋଡ଼, ଲାଗିବ ଲଟେରୀ, ଚାକିରିରେ ପଦୋନ୍ନତି

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଗୁରୁ ଗ୍ରହ ୩୧ ଅକ୍ଟୋବର ୨୦୨୬, ଶନିବାର ଦ୍ୱିପ୍ରହର ୧୨ଟା ୫୦ ମିନିଟରେ କର୍କଟ ରାଶିରୁ ସିଂହ ରାଶିକୁ ପ୍ରବେଶ କରିବେ। ଗୁରୁଙ୍କ…

ଚାକିରି ଦେବା ବାହାନାରେ ଯୁବତୀଙ୍କୁ ବଳାତ୍କାର କଲେ ଲୋକୋ ପାଇଲଟ୍‌, ଷ୍ଟେଶନରୁ ଘରକୁ ନେଇ…

ପାଟନା,୨୮ା୯: କଟିହାରରେ ଚାକିରି ଦେବାର ପ୍ରଲୋଭନ ଦେଇ ୨୨ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ଆସିଛି । ଏହି ମାମଲାରେ ଜଣେ ରେଳବାଇ ଲୋକୋ ପାଇଲଟ୍‌ଙ୍କ…

୩ ଘଣ୍ଟା କାନ୍ଦିଲେ ପରିଣୀତି: ପଛରେ ରହିଛି ଏମିତି କାରଣ

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ପରିଣୀତି ଚୋପ୍ରା ମା’ ହେବା ପରେ ପୁଣିଥରେ କାମକୁ ଫେରିଛନ୍ତି। ତେବେ ପୁଅ ନୀରଙ୍କୁ ଘରେ ଛାଡ଼ି କାମ ପାଇଁ ବାହାରକୁ ଯିବା…

NDA ସହ ଯିବା ଚର୍ଚ୍ଚା ମଧ୍ୟରେ ବଡ଼ ଘୋଷଣା କଲେ ଶରଦ ପାୱାର: ରାଜନୀତିରେ ଚହଳ

ନୂଆଦିଲ୍ଲୀ,୨୮।୯: ଗତ କିଛି ମାସ ଧରି ରାଜନୈତିକ ମହଲରେ ଚର୍ଚ୍ଚା ଚାଲିଥିଲା ଯେ, ଶରଦ ପାୱାର ବିଜେପି ନେତୃତ୍ୱାଧୀନ ରାଷ୍ଟ୍ରୀୟ ଗଣତାନ୍ତ୍ରିକ ମେଣ୍ଟ (NDA) ସହ ଯାଇପାରନ୍ତି।…

ଗାଧୋଇବା ବେଳେ ପୋଖରୀରେ ବୁଡ଼ିଗଲେ ଶିବରାମ; ଚାଲିଗଲା ଜୀବନ, ଅଞ୍ଚଳରେ ଶୋକର ଛାୟା

ଦିଗପହଣ୍ଡି,୨୮ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଛଣମେରି ଗ୍ରାମ ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ ହେଲେ ଛଣମେରି…

କୋହଲିଙ୍କ ଏହି ରେକର୍ଡ ଭାଙ୍ଗିବା ଅସମ୍ଭବ! ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୮।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଦିନିକିଆରେ ଅପରାଜିତ ଶତକ ହାସଲ କରି ବିରାଟ କୋହଲି ପୁଣିଥରେ ରେକର୍ଡ ବୁକ୍‌ରେ ନିଜ ନାମ ଲେଖାଇଛନ୍ତି। ଏହି ମ୍ୟାଚ୍‌ରେ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?