ଏହି ଢ଼ାଳର ଦାମ୍‌ ଜାଣିଲେ ଉଡିଯିବ ହୋସ୍‌

ଲକ୍ଷ୍ନୌ,୪।୧୧: ସ୍ବାମୀ ସ୍ତ୍ରୀଙ୍କ ମଧ୍ୟରେ ଥିବା ପ୍ରେମ, ତ୍ୟାଗ ଓ ସମର୍ପଣର ପ୍ରତୀକ ହେଉଛି କରଓ୍ବାଚୌଥ ପୂଜା। ଦେଶରେ ବୁଧବାର କରଓ୍ବାଚୌଥ ପର୍ବ ପାଳନ କରାଯାଉଛି। ଏହି ଦିନ ବିବାହିତା ମହିଳାମାନେ ସ୍ବାମୀଙ୍କ ଦୀର୍ଘାୟୁ କାମନା କରି ନିର୍ଜଳା ବ୍ରତ ରଖିଥାନ୍ତି ଏବଂ ରାତିରେ ଜହ୍ନକୁ ଦେଖି ନିଜର ବ୍ରତ ଭାଙ୍ଗିଥାନ୍ତି। ସବୁ ପର୍ବ ଭଳି ଏହି ପର୍ବରେ ବି କରୋନାର ପ୍ରଭାବ ପଡ଼ିଥିବା ଦେଖିବାକୁ ମିଳିଛି। ଚଳିତ ଥର କେହି ଏକାଠି କରଓ୍ବାଚୌଥ ପାଳନ ନ କରୁ ନ ଥିବା ବେଳେ ସମସ୍ତେ ନିଜ ନିଜ ଘରେ ପୂଜା କରୁଛନ୍ତି। ଅନ୍ୟପଟେ ଏହି ପର୍ବ ପାଇଁ ମଙ୍ଗଳବାର ଉତ୍ତରପ୍ରଦେଶ ଲକ୍ଷ୍ନୌରେ ଥିବା ବିଭିନ୍ନ ବଜାର ଗୁଡ଼ିକରେ ଲୋକଙ୍କ ଭିଡ଼ ଦେଖିବାକୁ ମିଳିଥିଲା। ଜଣେ ଦମ୍ପତ୍ତି କରଓ୍ବାଚୌଥ ପୂଜା ପାଇଁ କିଣିଥିବା ଢ଼ାଳ(କରଓ୍ବା)ର ଦାମ୍‌ ଜାଣିଲେ ହୋସ୍‌ ଉଡ଼ିଯିବ। ଜାଣିଛନ୍ତି, ଉକ୍ତ ଦମ୍ପତ୍ତି ଜଣକ ସରାଫା ବଜାରରୁ ୧୬ଲକ୍ଷ ଟଙ୍କା ଦାମ୍‌ର ଏକ ସୁନା ଢ଼ାଳବା କରଓ୍ବା କିଣିଛନ୍ତି।

ଏହାର ଓଜନ ୩୦୦ରୁ ଊର୍ଦ୍ଧ୍ୱ ଗ୍ରାମ୍‌ର ରହିଥିବା ବେଳେ ଏଥିପାଇଁ ଉକ୍ତ ଦମ୍ପତ୍ତି ୧୦ ଦିନ ପୂର୍ବରୁ ଅର୍ଡର ଦେଇ ତିଆରି କରାଇଥିଲେ। ଚଳିତ ଥର ଏହା ସବୁଠାରୁ ଅଧିକ ଦାମ୍‌ର ଢ଼ାଳ (କରଓ୍ବା) ହୋଇଥିବା ବେଳେ ଯାହା ପୂର୍ବବର୍ଷପେକ୍ଷା ୩ଗୁଣା ଅଧିକ ଦାମ୍‌ର ବୋଲି କୁହାଯାଉଛି। ସେହିପରି ଅନ୍ୟଜଣେ ଦମ୍ପତ୍ତି ୨କିଲୋ ଓଜନର ରୁପାର ଢ଼ାଳ ବା କରଓ୍ବାକୁ ୨ଲକ୍ଷ ଟଙ୍କା ଦେଇ କିଣିଛନ୍ତି ବୋଲି ଦୋକାନ ମାଲିକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

OAS ପରୀକ୍ଷାରେ ବରଗଡ଼ ପୁଅଙ୍କ ବାଜିମାତ୍: ଅଧ୍ୟାପକଙ୍କ ପୁଅ ରାଜ୍ୟରେ ୩ୟ, ମନ୍ଦିର ସେବକଙ୍କ ପୁଅ…

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା ଲୋକସେବା ଆୟୋଗ(ଓପିଏସି) ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌)ରେ ବରଗଡ଼ ଜିଲାର ୨ ଜଣ ସଫଳତା ଅର୍ଜନ କରିଛନ୍ତି। ବରଗଡ଼ କଲେଜ ରୋଡ୍‌ ବାସିନ୍ଦା…

କେସିଙ୍ଗା ଝିଅଙ୍କ କମାଲ: OAS ପରୀକ୍ଷାରେ ରଖିଛନ୍ତି ୪ର୍ଥ ର଼୍ୟାଙ୍କ, ଛୁଟୁଛି ଶୁଭେଚ୍ଛାର ସୁଅ

କେସିଙ୍ଗା, ୨୬।୫ (ତୁମେଶ୍ୱର ସାହୁ): ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସେସ (OCS) ପରୀକ୍ଷା-୨୦୨୪ର ଚୂଡ଼ାନ୍ତ ଫଳ ପ୍ରକାଶ ପାଇଛି। ଏହି…

ସାବଧାନ! ଜୁନ୍ ୩୦ e-KYC ର ଶେଷ ତାରିଖ, ନିୟମ ନମାନିଲେ ଆସିବନି ଗ୍ୟାସ୍‌ ସିଲିଣ୍ଡର…

ନୂଆଦିଲ୍ଲୀ,୨୬।୫: ଯଦି ଆପଣ ଗ୍ୟାସ ସିଲିଣ୍ଡର ବ୍ୟବହାର କରୁଛନ୍ତି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ, ଗ୍ୟାସ ସିଲିଣ୍ଡର ଯୋଗାଣରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ ବଡ଼ ଖବର: ତତ୍କାଳ ଟିକେଟ୍ ପାଇଁ ଆସିଲା ନୂଆ ‘ଟୋକନ ନିୟମ’

ନୂଆଦିଲ୍ଲୀ,୨୬।୫: ରେଳଯାତ୍ରୀମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ତତ୍କାଳ ଟିକେଟ୍ କାଉଣ୍ଟରରେ ହେଉଥିବା ପ୍ରବଳ ଭିଡ଼ ଅନିୟମିତତାକୁ ରୋକିବା ପାଇଁ ଭାରତୀୟ ରେଳବାଇ ଏକ ବଡ଼ ପଦକ୍ଷେପ…

ଇଞ୍ଜିନିୟରରୁ OAS ଅଫିସର: ୯୮ ର଼୍ୟାଙ୍କ ରଖି ଗଞ୍ଜାମର ଗୌରବ ବଢ଼ାଇଲେ ଖଗେଶ୍ୱର, ଛୁଟୁଛି ଶୁଭେଚ୍ଛାର ସୁଅ

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଓଡ଼ିଶା ପ୍ରଶାସନିକ ସେବା (OAS) ପରୀକ୍ଷାରେ ପୁଣି ଚମକିଛନ୍ତି ଗଞ୍ଜାମ ଜିଲାର ପୁଅ। ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପ୍ରକାଶିତ…

ଡିଏସ୍‌ପିରୁ OAS ଟପ୍ପର, ବୁବୁନ୍‌ଙ୍କ ସଫଳତାକୁ ନେଇ ଆନନ୍ଦପୁରରେ ଖୁସିର ଲହରୀ, ଯୁବପିଢ଼ୀଙ୍କ ପାଇଁ ସାଜିଲେ ପ୍ରେରଣା

ବଞ୍ଚୋ/ଆନନ୍ଦପୁର , ୨୬।୫(ପ୍ରଦୋଷ କୁମାର ବିଶ୍ୱାଳ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପାଇଁ ଆସିଛି ଏକ ବଡ଼ ଗୌରବର ଖବର। ଓଡ଼ିଶା ଲୋକସେବା ଆୟୋଗ…

ଏଲପିଜି ସିଲିଣ୍ଡରକୁ ବାଏ-ବାଏ; ଏବେ ପାଣିରେ ଜଳିବ ରୋଷେଇ ଚୁଲି! ନୀତିନ ଗଡ଼କରୀଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୫: ଦେଶରେ ମହଙ୍ଗା ମାଡ଼ରେ ଅତିଷ୍ଠ ହେଉଥିବା ସାଧାରଣ ଗ୍ରାହକ ଏବଂ ଗୃହିଣୀମାନଙ୍କ ପାଇଁ ଏକ ବଡ଼  ଖବର ସାମ୍ନାକୁ ଆସିଛି। ବଜାରରେ ଉପଲବ୍ଧ କମର୍ଶିଆଲ୍ ତଥା…

ସାହାଯ୍ୟ ମାଗିବା ବାହାନାରେ ଶିକ୍ଷକଙ୍କଠାରୁ ବାଇକ୍‌ ନେଇ ଚମ୍ପଟ ମାରିଲେ ଦୁର୍ବୃତ୍ତ, ଢ଼ାବା ଆଗରେ…

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ଅଞ୍ଚଳରେ ଏକ ଚମକାଇ ଦେଲା ଭଳି ବାଇକ ଚୋରି ଘଟଣା ସାମ୍ନାକୁ ଆସିଛି। ଜଣେ ଦୁର୍ବୃତ୍ତ ସାହାଯ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri