ଛିଣ୍ଡାପାଲ ତଳେ ଦମ୍ପତିଙ୍କ ଜୀବନ

କୋରେଇ,୯ା୧୦(ଚନ୍ଦ୍ରକାନ୍ତ ପତି):କୋରେଇ ବ୍ଲକ ଅଧୀନ ଗୌରପୁର ପଞ୍ଚାୟତ ଇଚ୍ଛାପୁର ଗ୍ରାମର ମୂଳବାସିନ୍ଦା ନିରଞ୍ଜନ ଜେନା(୭୭) ଓ ତାଙ୍କ ସ୍ତ୍ରୀ ଦୁଃଖୀ ଜେନା (୭୨) ଛିଣ୍ଡାପାଲ ତଳେ ଜୀବନ ଅତିବାହିତ କରୁଛନ୍ତି। ରାଜ୍ୟ ସରକାରଙ୍କ ବିଜୁ ପକ୍କାଘର ଓ କେନ୍ଦ୍ର ସରକାରଙ୍କ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଏମାନଙ୍କୁ ଘର ଖଣ୍ଡିଏ ମିଳି ପାରିନାହିଁ। ସାମାନ୍ୟ ବର୍ଷା ହେଲେ ଘରେ ପାଣି ଗଳୁଛି। ଫଳରେ ରୋଷେଇ କରିବା ତ ଦୂରର କଥା ଶାନ୍ତିରେ ଟିକେ ଶୋଇବା ମଧ୍ୟ ଉଭୟଙ୍କ ପାଇଁ କଷ୍ଟସାଧ୍ୟ ହୋଇପଡୁଛି।
ନିରଞ୍ଜନ ଜଣେ ଭିନ୍ନକ୍ଷମ। ପିଲା ଛୁଆ ନ ଥିବା ହେତୁ ଦମ୍ପତି ପୂର୍ବରୁ ସ୍ଥାନୀୟ ଅଞ୍ଚଳରେ ଭିକ୍ଷାବୃତ୍ତି କରି ପେଟ ପୋଷୁଥିଲେ। କିଛି ବର୍ଷ ହେବ ନିରଞ୍ଜନଙ୍କ ସ୍ବାସ୍ଥ୍ୟ ଅବସ୍ଥା ବିଗିଡ଼ିଯିବାରୁ ଦୁହେଁ ବହୁ କଷ୍ଟରେ ଦିନକୁ ଦୁଇଓଳି ଖାଦ୍ୟ ଯୋଗାଡ଼ କରୁଛନ୍ତି। ୩୫ କିଲୋ ଚାଉଳ ଏବଂ ଭତ୍ତାକୁ ଛାଡ଼ିଦେଲେ ଅନ୍ୟ କୌଣସି ସରକାରୀ ସୁବିଧା ପାଇନାହାନ୍ତି। ଘର ପାଇଁ କେତେଜଣ ସାମାଜିକ କର୍ମୀ ଓ ସ୍ଥାନୀୟ ଯୁବକ ବ୍ଲକ ପ୍ରଶାସନର ଦୃଷ୍ଟି ଆକର୍ଷଣ କରିଥିଲେ ମଧ୍ୟ କୌଣସି ସୁଫଳ ମିଳିନାହିଁ। କେତେକ ସାମାଜିକ ଅନୁଷ୍ଠାନ ନିରଞ୍ଜନ ଓ ଦୁଃଖୀଙ୍କ ନିକଟରେ ପହଞ୍ଚି ଆର୍ଥିକ ସହାୟତା ଓ ରାଶନ ଯୋଗାଇ ଦେଇଥିବା ସୂଚନା ମିଳିଛି। ଜିଲା ପ୍ରଶାସନ ତୁରନ୍ତ ଦମ୍ପତିଙ୍କୁ ଘରଖଣ୍ଡେ ଯୋଗାଇ ଦେବାକୁ ଗ୍ରାମବାସୀ ଦାବି କରିଛନ୍ତି। ଏ ସମ୍ପର୍କରେ ପ୍ରତିକ୍ରିୟା ପାଇଁ ବ୍ଲକ ଉନ୍ନୟନ ଅଧିକାରୀ ରଞ୍ଜନ କୁମାର ପରିଡ଼ାଙ୍କୁ ଫୋନ୍‌ ଦ୍ୱାରା ଯୋଗାଯୋଗ କରାଯାଇଥିଲେ ମଧ୍ୟ ସେ କଲ ଗ୍ରହଣ କରି ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରମିକଙ୍କୁ ୧୦୦ ମିଟର ଘୋଷାଡି ନେଲା ବସ, ଆଉ ତା’ପରେ ଘଟିଲା…

ଭଞ୍ଜନଗର,୧୧/୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଥାନା ଅନ୍ତର୍ଗତ ଭାଲିଆଖାଇ ଛକରେ ବୁଧବାର ନୀଳକଣ୍ଠ ନାମକ ଏକ ଘରୋଇ ବସ ଧକ୍କାରେ ଜଣେ ସାଇକେଲ ଆରୋହୀ ଗୁରୁତର ଭାବେ…

ପାର୍କରେ ଦୁର୍ବୃତ୍ତଙ୍କ ଉନ୍ମକ୍ତ କାଣ୍ଡ: ୪୨ଟି ଗଛ ଭାଙ୍ଗି ଛାରଖାର କଲେ ପାର୍କ

ବଲାଙ୍ଗୀର, ୧୧।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରାଜେନ୍ଦ୍ର ପାର୍କ ଭିତରେ ସୌନ୍ଦର୍ଯ୍ୟ ବୃଦ୍ଧି ସକାଶେ ଲଗାଯାଇଥିବା ୪୨ଟି ଗଛକୁ କେହି ଦୁର୍ବୃତ୍ତ ଭାଙ୍ଗି ଦେବା ସହ କାଟି…

ଜୁନିୟର ଆସିଷ୍ଟାଣ୍ଟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ୨.୩୮ କୋଟି ଟଙ୍କା ହରିଲୁଟ ଅଭିଯୋଗ

ଅନୁଗୋଳ,୧୧।୨: ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ବୁଧବାର ଅନୁଗୋଳ ମୁଖ୍ୟ ଚିକିତ୍ସାଳୟ (CDMO) କାର୍ଯ୍ୟାଳୟର ଜୁନିୟର ଆସିଷ୍ଟାଣ୍ଟ ସୁବ୍ରତ କୁମାର ବେହେରାଙ୍କ ବିଭିନ୍ନ ବାସଭବନ ଓ କାର୍ଯ୍ୟାଳୟ…

ଯାତ୍ରା ଚାଲୁଥିବା ବେଳେ ଘରେ ପଶି ଲୁଟ: ଉତ୍ତମମଧ୍ୟମ ଦେଇ ପୋଲିସକୁ ହସ୍ତାନ୍ତର କଲେ ଗ୍ରାମବାସୀ

ଭଦ୍ରକ,୧୧।୨(ସନାତନ ରାଉତ): ଅପେରା ଚାଲୁଥିବାବେଳେ ଘରେ ପଶି ଲୁଟ। ଧରାପଡି ନିର୍ଧୁମ ଛେଚା ଖାଇବା ପରେ ପୋଲିସକୁ ୪ ଯୁବକଙ୍କୁ ହସ୍ତାନ୍ତର କଲେ ଗ୍ରାମବାସୀ l ଏପରି…

ମହିଳାଙ୍କୁ ମାଡ ମାରିବା ସହ ହାତ ଗୋଡ ବାନ୍ଧି, ଲୁଟିନେଲେ

ବୌଦ୍ଧ,୧୧।୨(ଅଜିତ କୁମାର ବାରିକ): ବୌଦ୍ଧ ଆଦର୍ଶ ଥାନା ଭାଲିଆପଦର୍‌ ଗ୍ରାମରେ ମଙ୍ଗଳବାର ରାତ୍ରିରେ ସଶସ୍ତ୍ର ଡକାୟତି ହୋଇଛି। ଗ୍ରାମର ଦେବବ୍ରତ ମିଶ୍ରଙ୍କ ଘରେ ଡକାୟତି କରିଛନ୍ତି ଦୁର୍ବୃତ୍ତ…

ସଞ୍ଜ ନଇଁଲେ ଗାଁ ଦାଣ୍ତରେ ବୁଲୁଛନ୍ତି ଭାଲୁ: ବେଲସୁନ୍ଦରୀରେ ଆତଙ୍କ

ଆନନ୍ଦପୁର,୧୧।୨(ସୁଶାନ୍ତ କୁମାର ସାହୁ): ସଞ୍ଜ ନଇଁଲେ ଗାଁ ଦାଣ୍ତରେ ବୁଲୁଛନ୍ତି  ଭାଲୁ ପଲ। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଆନନ୍ଦପୁର ବନ୍ୟପ୍ରାଣୀ ବନଖଣ୍ତ ଅଧୀନ ବରାଙ୍ଗ ସଂରକ୍ଷିତ…

ଚଳନ୍ତା କଣ୍ଟେନରକୁ ପଛପଟୁ ଧକ୍କା ଦେଲା କାର: ଆଉ ତା’ପରେ…

ବାହାନଗା, ୧୧।୨(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ତଳନଗରଠାରେ ଏକ ଚଳନ୍ତା କଣ୍ଟେନର ପଛକୁ ଏକ କାର ଧକ୍କା…

ଭାଇର ମୃତ୍ୟୁ ଖବର ଶୁଣି ଟଳିପଡିଲେ ବଡ଼ ଭାଇ, ଜଳିବ ଦୁଇ ଭାଇଙ୍କ ଜୁଇ, ଦୁଃଖରେ ଭାଙ୍ଗିପଡିଛି ପରିବାର

ମୋରଡା,୧୧।୨(ସ୍ମାରକ ମାଜୀ): ଜଳିବ ଦୁଇ ଭାଇଙ୍କ ଜୁଇ। ଦିନେ ହାତ ଧରା ଧରି ଛୋଟରୁ ବଡ଼ ହୋଇଥିଲେ। ଦୁହେଁ ଦୁହିଁଙ୍କୁ ନ ଦେଖିଲେ ରହି ପାରୁନଥିଲେ। ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri