ପରିତ୍ୟକ୍ତ ଜାଗିଲିି ବନ୍ଧରେ ଫସିଥିଲା ଗାଈ, ପରେ… 

ଦିଗପହଣ୍ଡି,୭|୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନଏସି ୱାର୍ଡ ନଂ.୮ ଥାନା ରୋଡରେ ଥିବା ପରିତ୍ୟକ୍ତ ଜାଗିଲି ବନ୍ଧ ପଙ୍କ କାଦୁଅରେ ଫସିରହିଥିବା ଏକ ଗାଈକୁ ଶୁକ୍ରବାର ଅପରାହ୍ନରେ ଉଦ୍ଧାର କରାଯାଇଛି। ଗାଈଟି  ପଙ୍କରେ ଫସିରହିଥିବା କିଛି ବାସିନ୍ଦା ଦେଖିବା ପରେ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଅଗ୍ନିଶମ କର୍ମଚାରୀ ବୃନ୍ଦ ପହଞ୍ଚି ଗାଈକୁ ଉଦ୍ଧାର କରିଥିଲେ।  ସହରର ଅନତି ଦୂରରେ ଥିବା ନିମପଲ୍ଲୀ ଗାଁ ନିକଟରେ ଏନଏସି ପକ୍ଷରୁ କଠିନ ବର୍ଜ୍ୟବସ୍ତୁ ପରିଚାଳନା ୟୁନିଟ ଡମ୍ପିଂୟାର୍ଡ ପ୍ରତିଷ୍ଠା କରାଯାଇଥିଲେ ମଧ୍ୟ ସହର ସଫେଇ ଦାୟିତ୍ୱରେ ଥିବା ଘରୋଇ ସଂସ୍ଥା ସେଠାରେ ପ୍ରତିଦିନ କୁଢ଼ କୁଢ଼ ଅଳିଆ ଆବର୍ଜନା ଢ଼ାଳୁଛି। ପୁତିଗନ୍ଧମୟ ପରିବେଶରେ ସେଠାକାର ବାସିନ୍ଦା ରହିପାରୁନାହାନ୍ତି।ସକାଳୁ ସନ୍ଧ୍ୟା ଯାଏଁ  ମଶା ମାଛିଙ୍କ ପ୍ରବଳ ଦୌରାତ୍ମ୍ୟରେ ଲୋକେ ଛଟପଟ ହେଉଛନ୍ତି ବୋଲି ଏନଏସି ଉପାଧ୍ୟକ୍ଷା ପ୍ରତିନିଧି କେ.କୁନା ଅଭିଯୋଗ କରିଛନ୍ତି। ମଶା କାମୁଡିବା ଯୋଗୁଁ ବହୁସଂଖ୍ୟକ ବାସିନ୍ଦା ମାଲେରିଆ ଫାଇଲେରିଆ ରୋଗରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଛନ୍ତି। ଏନେଇ ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଡ଼.ଅଶୋକ କୁମାର କର୍ଣ୍ଣଙ୍କୁ ପଚାରିବାରୁ ସଫେଇ ଦାୟିତ୍ୱରେ ଥିବା ସଂସ୍ଥାକୁ ତାଗିଦ କରାଯିବ।ସେଠାରେ ଅଳିଆ ଆବର୍ଜନା ନଢାଳିବା ପାଇଁ ସଫେଇ କର୍ମଚାରୀଙ୍କୁ ନିର୍ଦ୍ଦେଶ ଦିଆଯିବ ବୋଲି କହିଛନ୍ତି। ଉକ୍ତ ବନ୍ କୁ ପୋତାଯାଇ ସେଠାରେ ନୂତନ ଏନଏସି କାର୍ଯ୍ୟାଳୟ କୋଠା ନିର୍ମାଣ ନିମନ୍ତେ ପ୍ରକଳ୍ପ କାର୍ଯ୍ୟ ଖସଡ଼ା ଡିପିଆର ପ୍ରସ୍ତୁତ କରାଯାଇଛି। କୋଠା ନିମନ୍ତେ ଖୁବ୍ ଶୀଘ୍ର ଟେଣ୍ଡର ଆହ୍ବାନ କରାଯିବା ନିମନ୍ତେ ଏନଏସି କାଉନସିଲ ବୈଠକରେ ପ୍ରସ୍ତାବ ଗୃହୀତ କରାଯାଇଥିବା ସେ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟୁରିଷ୍ଟ ବସ୍‌ରେ ଯାତ୍ରୀ ନେବା ପଡ଼ିଲା ମହଙ୍ଗା

କୋକସରା,୨୧।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ବିଜୁ ଏକ୍ସପ୍ରେସ ୱେ ଏବଂ ୨୬ ନମ୍ବର ଜାତୀୟ ରାଜପଥରେ ୧୫ରୁ ଊଦ୍ଦର୍‌ବ ଟୁରିଷ୍ଟ ବସ୍‌ ବେଆଇନ…

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ଅସ୍ତିତ୍ୱ ହରାଉଛି ପ୍ରାକୃତିକ ଜଳ ଉତ୍ସ ସୁନ୍ଦରନାଳ

କୁଆଁରମୁଣ୍ଡା,୨୧ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରନାଳ ହେଉଛି କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ପ୍ରବାହିତ ଏକ ପ୍ରାକୃତିକ ଜଳ ଉତ୍ସ। ଏହି ଜଳ ଉତ୍ସ କୁମଝରିଆ ପଞ୍ଚାୟତର ପଟୁଆ ବାହାଲ-ତାଲସେରା…

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର

ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri