Posted inରାଜ୍ୟ

ବଡ଼ ଖବର: ବଦଳିଲା ବାତ୍ୟାର ଗତିପଥ! ଉପକୂଳକୁ ବିପଦ

ଭୁବନେଶ୍ୱର,୨୪।୧୦: ବାତ୍ୟା ଉପରେ ପଶ୍ଚିମାଝଡ଼ର ପ୍ରଭାବକୁ ନେଇ ବିଶେଷଜ୍ଞ କରୁଛନ୍ତି ଆକଳନ । ପଶ୍ଚିମାଝଡ଼ ଆସିଲେ ଗତିପଥ ବଦଳାଇପାରେ ବାତ୍ୟା । ଏପରି ହେଲେ ଓଡ଼ିଶା ଉପକୂଳ ଦେଇ ଅତିକ୍ରମ କରିବାର ଯଥେଷ୍ଟ ସମ୍ଭାବନା । ବଢ଼ି ଯାଇପାରେ ପବନର ଗତି । ସମୁଦ୍ର ପତନରେ ପାଣିପାଗ ଉପରେ ନଜର ରଖିଛନ୍ତି ବିଶେଷଜ୍ଞ ।

ପାଣିପାଗ ସଂସ୍ଥା ୱିଣ୍ଡିର ଆକଳନ ଅନୁସାରେ ବଙ୍ଗୋପସାଗର ରେ ସୃଷ୍ଟ ଲଘୁଚାପ ବାତ୍ୟାର ରୂପ ନେବା ପରେ ୨୮ ତାରିଖ ବେଳକୁ ସ୍ଥଳଭାଗ ଅତିକ୍ରମ କରିପାରେ ।  ଆନ୍ଧ୍ର ପ୍ରଦେଶର ବିଶାଖପାଟଣା ନିକଟ ଦେଇ ଅତିକ୍ରମ କରିପାରେ ଉପକୂଳ ।  ତେବେ ଲଘୁଚାପ ଅବପାତର ରୂପ ନେବା ପରେ ବାତ୍ୟାର ଗତିପଥ ସ୍ପଷ୍ଟ ହେବ ବୋଲି କହିଛି ଆଇଏମଡି ।  ପାଣିପାଗ ବିଶେଷଜ୍ଞମାନେ ମଧ୍ୟ ସମାନ ଆକଳନ କରିଛନ୍ତି।

ବାତ୍ୟା ପ୍ରଭାବରେ ଓଡ଼ିଶାରେ ୨୬ରୁ ୨୯ପର୍ଯ୍ୟନ୍ତ ବଡ଼ ବର୍ଷା ହୋଇପାରେ ।  ୨୬ ତାରିଖରେ ଦକ୍ଷିଣ, ଉପକୂଳ, ଆଭ୍ୟନ୍ତରୀଣ ଓ ଉତ୍ତର ଓଡ଼ିଶାରେ ବର୍ଷା ହେବାର ଆଶଙ୍କା ରହିଛି ।  ୨୭ରେ ରାୟଗଡ଼ା, ଗଞ୍ଜାମ, ଗଜପତିକୁ ଅରେଞ୍ଜ ଆଲର୍ଟ ।  ୨୮ରେ ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ।  ୨୯ରେ ଉତ୍ତର ଓଡ଼ିଶାରେ ବର୍ଷା ହେବା ନେଇ ସତର୍କ କରିଛି ପାଣିପାଗ ବିଭାଗ ।

ଅକ୍ଟୋବର ୨୮ ତାରିଖ (ବୁଧବାର) ସକାଳ ସାଢ଼େ ୮ଟାରୁ ଅକ୍ଟୋବର ୩୦ (ଗୁରୁବାର) ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ଗଂଜାମ, ବାଲେଶ୍ବର, ମୟୂରଭଂଜ ଓ ଭଦ୍ରକ ଜିଲ୍ଲାକୁ ବର୍ଷା ନେଇ ରେଡ୍‌ ଆଲର୍ଟ ଜାରି କରାଯାଇଛି। ସେହିପରି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଂଜାମ, ଗଜପତି, ମାଲକାନଗିରି, କନ୍ଧାମାଳ, ରାୟଗଡ଼ା, କୋରାପୁଟ, ମୟୂରଭଂଜ, ଢେଙ୍କାନାଳ, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ ଓ ନବରଂଗପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅପମାନ: ମୋଦି-ମମତା ମୁହାଁମୁହିଁ, ଦୁର୍ଭାଗ୍ୟଜନକ କହି…

ନୂଆଦିଲ୍ଲୀ/କୋଲକାତା,୭।୩: ପଶ୍ଚିମବଙ୍ଗ ଗସ୍ତରେ ଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ନେଇ ଏବେ ରାଜନୀତି ସରଗରମ ହୋଇଛି। ସିଲିଗୁଡ଼ିରେ ଆୟୋଜିତ ଆନ୍ତର୍ଜାତୀୟ ସାନ୍ତାଳ ସମ୍ମିଳନୀ ପାଇଁ ଉପଯୁକ୍ତ ସ୍ଥାନ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

ଇରାନ ଉପରେ ଆଜି ହେବ ‘ଭୟଙ୍କର’ ଆକ୍ରମଣ: ଟ୍ରମ୍ପଙ୍କ ଘୋଷଣା ପରେ ସାରା ବିଶ୍ୱରେ ହଇଚଇ, ପଡ଼ୋଶୀ ଦେଶକୁ…

ୱାଶିଂଟନ/ତେହେରାନ,୭।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପ୍ରତିଦିନ ଭୟଙ୍କର ରୂପ ନେଉଛି। ମଧ୍ୟପ୍ରାଚ୍ୟର ଅନେକ ସହର ଏହି ସାମରିକ ସଂଘର୍ଷରେ ଛାରଖାର ହୋଇଯାଇଥିବା ବେଳେ,…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

ପଞ୍ଚୁଦୋଳ ଯାତ୍ରା ପାଇଁ ଉଠୁଛି ପଡ଼ୁଛି ଗାଁ

ଗଞ୍ଜାମ,୭।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମାହାଟ ପଡିଆଠାରେ ହେବାକୁ ଥିବା ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରାର ସାହି ଯାତ୍ରାକୁ ଶନିବାର ୧୨ ଦିନ। ଏ ନେଇ…

ଫାଇନାଲ ପୂର୍ବରୁ ମିଚେଲ ସାଣ୍ଟର୍ନରଙ୍କ ଫଟୋକୁ ନେଇ ହଇଚଇ! ତାଜା ହେଲା ୨୦୨୩ର କ୍ଷତ, ପ୍ରଶଂସକ ଛାନିଆ…

ଅହମ୍ମଦାବାଦ,୭।୩: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପ୍‌ ୨୦୨୬ର ମହାଲଢ଼େଇ ଅନୁଷ୍ଠିତ ହେବ। ପ୍ରଥମ ଥର ପାଇଁ ଏହି…

ସରିଲା ସିବିଏସି ପରୀକ୍ଷା: ପିଠିରେ ଲେଖି ଜଣାଇଲେ ବିଦାୟ ବାର୍ତ୍ତା

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ଚାଲିଥିବା ଦଶମ ସିବିଏସି ପରୀକ୍ଷା ଶନିବାର ସରିଥିବା ବେଳେ ପରୀକ୍ଷା ସରିବା ପରେ ପରସ୍ପର ମଧ୍ୟରେ ଛାତ୍ରୀଛାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri