Posted inରାଜ୍ୟ

ବଡ଼ ଖବର: ବଦଳିଲା ବାତ୍ୟାର ଗତିପଥ! ଉପକୂଳକୁ ବିପଦ

ଭୁବନେଶ୍ୱର,୨୪।୧୦: ବାତ୍ୟା ଉପରେ ପଶ୍ଚିମାଝଡ଼ର ପ୍ରଭାବକୁ ନେଇ ବିଶେଷଜ୍ଞ କରୁଛନ୍ତି ଆକଳନ । ପଶ୍ଚିମାଝଡ଼ ଆସିଲେ ଗତିପଥ ବଦଳାଇପାରେ ବାତ୍ୟା । ଏପରି ହେଲେ ଓଡ଼ିଶା ଉପକୂଳ ଦେଇ ଅତିକ୍ରମ କରିବାର ଯଥେଷ୍ଟ ସମ୍ଭାବନା । ବଢ଼ି ଯାଇପାରେ ପବନର ଗତି । ସମୁଦ୍ର ପତନରେ ପାଣିପାଗ ଉପରେ ନଜର ରଖିଛନ୍ତି ବିଶେଷଜ୍ଞ ।

ପାଣିପାଗ ସଂସ୍ଥା ୱିଣ୍ଡିର ଆକଳନ ଅନୁସାରେ ବଙ୍ଗୋପସାଗର ରେ ସୃଷ୍ଟ ଲଘୁଚାପ ବାତ୍ୟାର ରୂପ ନେବା ପରେ ୨୮ ତାରିଖ ବେଳକୁ ସ୍ଥଳଭାଗ ଅତିକ୍ରମ କରିପାରେ ।  ଆନ୍ଧ୍ର ପ୍ରଦେଶର ବିଶାଖପାଟଣା ନିକଟ ଦେଇ ଅତିକ୍ରମ କରିପାରେ ଉପକୂଳ ।  ତେବେ ଲଘୁଚାପ ଅବପାତର ରୂପ ନେବା ପରେ ବାତ୍ୟାର ଗତିପଥ ସ୍ପଷ୍ଟ ହେବ ବୋଲି କହିଛି ଆଇଏମଡି ।  ପାଣିପାଗ ବିଶେଷଜ୍ଞମାନେ ମଧ୍ୟ ସମାନ ଆକଳନ କରିଛନ୍ତି।

ବାତ୍ୟା ପ୍ରଭାବରେ ଓଡ଼ିଶାରେ ୨୬ରୁ ୨୯ପର୍ଯ୍ୟନ୍ତ ବଡ଼ ବର୍ଷା ହୋଇପାରେ ।  ୨୬ ତାରିଖରେ ଦକ୍ଷିଣ, ଉପକୂଳ, ଆଭ୍ୟନ୍ତରୀଣ ଓ ଉତ୍ତର ଓଡ଼ିଶାରେ ବର୍ଷା ହେବାର ଆଶଙ୍କା ରହିଛି ।  ୨୭ରେ ରାୟଗଡ଼ା, ଗଞ୍ଜାମ, ଗଜପତିକୁ ଅରେଞ୍ଜ ଆଲର୍ଟ ।  ୨୮ରେ ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ।  ୨୯ରେ ଉତ୍ତର ଓଡ଼ିଶାରେ ବର୍ଷା ହେବା ନେଇ ସତର୍କ କରିଛି ପାଣିପାଗ ବିଭାଗ ।

ଅକ୍ଟୋବର ୨୮ ତାରିଖ (ବୁଧବାର) ସକାଳ ସାଢ଼େ ୮ଟାରୁ ଅକ୍ଟୋବର ୩୦ (ଗୁରୁବାର) ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ଗଂଜାମ, ବାଲେଶ୍ବର, ମୟୂରଭଂଜ ଓ ଭଦ୍ରକ ଜିଲ୍ଲାକୁ ବର୍ଷା ନେଇ ରେଡ୍‌ ଆଲର୍ଟ ଜାରି କରାଯାଇଛି। ସେହିପରି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଂଜାମ, ଗଜପତି, ମାଲକାନଗିରି, କନ୍ଧାମାଳ, ରାୟଗଡ଼ା, କୋରାପୁଟ, ମୟୂରଭଂଜ, ଢେଙ୍କାନାଳ, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ ଓ ନବରଂଗପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?